ମାଳଦ୍ୱୀପ ପ୍ରତି ବଡ଼ ହୃଦୟ ଦେଖାଇଲା ଭାରତ

ମାଲେ/ନୂଆଦିଲ୍ଲୀ,୧୪।୫: ମାଳଦ୍ୱୀପ ସହିତ ସମ୍ପର୍କ ଖରାପ ମଧ୍ୟରେ ଭାରତ ପୁଣି ଏକ ବଡ଼ ହୃଦୟ ଦେଖାଇଛି। ପର୍ଯ୍ୟଟନ କ୍ଷେତ୍ରରେ ଏକ ଝଟ୍‌କାର ସମ୍ମୁଖୀନ ହୋଇଥିବା ମାଳଦ୍ୱୀପ ସହାୟତା ପାଇଁ ଗୁହାରି କରିବା ମାତ୍ରେ ବଡ଼ ହୃଦୟ ଦେଖାଇଛି ଭାରତ। ସହଯୋଗର ବାର୍ତ୍ତା ଦେଇ ଦେଶ ମାଳଦ୍ୱୀପ ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ଜାରି ହୋଇଥିବା ୫୦ ମିଲିୟନ ଆମେରିକୀୟ ଡଲାରର ସରକାରୀ ବଣ୍ଡର କାର୍ଯ୍ୟକାଳକୁ ଆଉ ଏକ ବର୍ଷ ବୃଦ୍ଧି କରିଛି।
ଭାରତୀୟ ଉଚ୍ଚ ଆୟୋଗ ଦ୍ୱାରା ଏହି ବିଷୟରେ ସୂଚନା ଦିଆଯାଇଛି। ସରକାରୀ ବିବୃତ୍ତିରେ କୁହାଯାଇଛି ଯେ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ମାଳଦ୍ୱୀପର ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ଜାରି କରାଯାଇଥିବା ୫୦ ମିଲିୟନ ଆମେରିକୀୟ ଡଲାରର ସରକାରୀ ବଣ୍ଡର କାର୍ଯ୍ୟକାଳକୁ ଆଉ ଏକ ବର୍ଷ ବୃଦ୍ଧି କରିଛି। ବଜେଟ ସମ୍ବନ୍ଧୀୟ ସହାୟତା ପାଇବାକୁ ମାଳଦ୍ୱୀପ ସରକାରଙ୍କ ସ୍ବତନ୍ତ୍ର ଅନୁରୋଧ କ୍ରମେ ଏହି ଅବଧିକୁ ବୃଦ୍ଧି କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି।
ମାଳଦ୍ୱୀପକୁ ଏହି ଆର୍ଥିକ ସହାୟତା ପ୍ରଦାନ କରିବାକୁ ଭାରତର ନିଷ୍ପତ୍ତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଚାଇନା ସମର୍ଥନ କରୁଥିବା ମାଲଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୋଇଜୁ କାର୍ଯ୍ୟଭାର ଗ୍ରହଣ କରିବା ପରଠାରୁ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତତା ସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।
ଭାରତର ଏହି ଆର୍ଥିକ ସହାୟତା ପରେ ମାଲଦ୍ୱୀପ ସରକାର ପଡୋଶୀ ଦେଶକୁ ଧନ୍ୟବାଦ ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ବୈଦେଶିକ ମନ୍ତ୍ରୀ ମୁସା ଜାମିର ଏହା ସହ ଜଡିତ ଏକ ପୋଷ୍ଟରେ ଲେଖିଛନ୍ତି- ପାଞ୍ଚ କୋଟି ଆମେରିକୀୟ ଡଲାରର ସରକାରୀ ବଣ୍ଡ ସହିତ ମାଳଦ୍ୱୀପକୁ ଗୁରୁତ୍ୱପୂର୍ଣ୍ଣ ବଜେଟ ସହାୟତା ଯୋଗାଇ ଦେଇଥିବାରୁ ମୁଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଏବଂ ଭାରତ ସରକାରଙ୍କୁ ଧନ୍ୟବାଦ ଦେଉଛି। ଏହା ସଦ୍‌ଭାବନାର ଏକ ପ୍ରକୃତ ସଙ୍କେତ, ଯାହା ମାଳଦ୍ୱୀପ ଏବଂ ଭାରତ ମଧ୍ୟରେ ଦୀର୍ଘ ଦିନର ବନ୍ଧୁତାର ପ୍ରକୃତ ପ୍ରତୀକ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri