ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଅମିନ

ମହାକାଳପଡ଼ା,୧୫।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲ ଅଫିସ ଅମିନ ଉମାକାନ୍ତ ବେହେରା ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜିଲା ଭିଜିଲାନ୍ସ ଟିମ ଅମିନଙ୍କୁ ଉଠାଇ ଜିଲା କାର୍ଯ୍ୟଳୟକୁ ନେଇଛି। ମିଳିଥିବା ସୂଚନା ଅନୁସାରେ, ବୁଧବାର ପୂର୍ବାହ୍ନରେ ତହସିଲ ଅମିନ ଉମାକାନ୍ତ ଏକ ଜମି ବାଡି ମାପଚୁପକୁ ନେଇ କିଆରବାଙ୍କ ଗ୍ରାମର ମାନିଆ ବିଶ୍ବାଳଙ୍କଠାରୁ ଦୁଇ ହଜାର ଟଙ୍କା ଲାଞ୍ଚ ନେବାବେଳେ ବେଳେ ତହସିଲ ଅଫିସ ପଛ ପଟେ ଛକି ରହିଥିବା ଜିଲା ଭିଜିଲାନ୍ସ ଟିମ ଘଟଣାସ୍ଥଳରେ ଅମିନ ଉମାକାନ୍ତଙ୍କଠାରୁ ରେଡ ହ୍ୟାଣ୍ଡରେ ଟଙ୍କା ଜବତ କରିଛି। ପରେ ଉମାକାନ୍ତଙ୍କୁ ପଚରାଉଚରା କରିବା ସହ ଜିଲା ଅଫିସକୁ ନେଇଥିବା ସୁଚନା ମିଳିଛି। ଭିଜିଲାନ୍ସ ଟିମ ଚଢ଼ାଉ ସଂକ୍ରାନ୍ତରେ ତହସିଲଦାର ମାନସ ରଞ୍ଜନ ତ୍ରିପାଠୀଙ୍କ ମତାମତ ମିଳିପାରିନାହିଁ। ଅଧିକ ତଦନ୍ତ ଭିଜିଲାନ୍ସ ଟିମ ତଦନ୍ତ ଚଳାଇଛି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri