ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ କମ ପ୍ରତିକ୍ରିୟା ଦିଅନ୍ତି ଓ ସାମ୍ବାଦିକ ସମ୍ମିଳନୀ କରନ୍ତି ନାହିଁ ଏହି ପ୍ରଶ୍ନର ଜବାବ ରଖିଛନ୍ତି ମୋଦି ।

ସେ କହିଛନ୍ତି, ଗଣମାଧ୍ୟମକୁ ଏକ ନିର୍ଦ୍ଦିଷ୍ଟ ଉପାୟରେ ବ୍ୟବହାର କରାଯାଇଛି, ସେ ସେହି ରାସ୍ତାକୁ ଯିବାକୁ ଚାହୁଁନାହାଁନ୍ତି। ବର୍ତ୍ତମାନର ଗଣମାଧ୍ୟମ ପୂର୍ବ ପରି ନାହିଁ। ପୂର୍ବରୁ ଗଣମାଧ୍ୟମ ଚେହେରା ହୀନ ଥିଲା। କିଏ ଏହି ଖବର ଲେଖିଛି, ଲେଖିଥିବା ବ୍ୟକ୍ତିର ଚିନ୍ତାଧାରା କେମିତି ସେସବୁ ଖୋଜା ପଡ଼ୁ ନ ଥିଲା। କିନ୍ତୁ ବର୍ତ୍ତମାନ ଆଉ ସେପରି ନାହିଁ।

ପୂର୍ବରୁ ଯୋଗାଯୋଗର କେବଳ ଗୋଟିଏ ଉତ୍ସ ଥିଲା, କିନ୍ତୁ ଆଜି ଅନେକ ମାଧ୍ୟମ ଖୋଲିଗଲାଣି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ପୂର୍ବରୁ ଗଣମାଧ୍ୟମ ବିନା କେଉଁଠିକୁ ଯାଇ ହେଉ ନ ଥିଲା। କିନ୍ତୁ ଆଜି ଯୋଗାଯୋଗର ଅନେକ ମାଧ୍ୟମ ଅଛି। ଜନସାଧାରଣ ମଧ୍ୟ ଗଣମାଧ୍ୟମ ବିନା ନିଜର ସ୍ବର ପ୍ରକାଶ କରିପାରୁଛନ୍ତି, ଆଉ ସେମାନଙ୍କୁ ମତାମତ ମଧ୍ୟ ଦେଇପାରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri