Posted inରାଜ୍ୟ

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ପାଇଁ ଭୁବନେଶ୍ୱରରୁ ଚେନ୍ନାଇ ନକଲ ଫ୍ଲାଇଟ ଟିକେଟ କାଟି କଟାକ୍ଷ କରିଛି ଭାଜପା।

ଶନିବାର ଆସାମ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ହିମନ୍ତ ବିଶ୍ବଶର୍ମା ସତ୍ୟବାଦୀ ସଭାରେ ଲୋକମାନଙ୍କୁ ଟଙ୍କାଏ, ଦୁଇଟଙ୍କା ଚାନ୍ଦା କରି ପାଣ୍ଡିଆନଙ୍କ ପାଇଁ ତାମିଲନାଡୁକୁ ପ୍ଲେନ ଟିକେଟ କିଣିବାକୁ ଅପିଲ କରିଥିଲେ ଏବଂ ଏମିତି କଲେ ରାଜ୍ୟ ବଞ୍ଚିଯିବ ବୋଲି କହିଥିଲେ। ଆସାମ ମୁଖ୍ୟମନ୍ତ୍ରୀଙ୍କ ଏହି କଥା ସାରା ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ବେଳେ ଭାଜପାର ଏକ ପୋଷ୍ଟ ଏହି କଥାକୁ ଆଉ ଟିକିଏ ଚର୍ଚ୍ଚିତ କରିଛି।

ଓଡ଼ିଶା ଭାଜପା ପକ୍ଷରୁ ଏହା ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲରେ ବିମାନ ଟିକେଟ ପରି ଅବିକଳ ଏକ ନକଲ ଟିକେଟ ପୋଷ୍ଟ କରାଯାଇଛି। ଏହି ଟିକେଟରେ ଫ୍ଲାଇଟ୍‌ର ନାମ ‘ବିଜେଡି ଗୋ’ ରହିଥିଲା ବେଳେ ଭି.କେ ପାଣ୍ଡିଆନଙ୍କ ନାମରେ ଟିକେଟ କଟାଯାଇଛି। ଫ୍ଲାଇଟ୍‌ର ରୁଟ୍‌ ଭୁବନେଶ୍ୱରରୁ ସିଧାସଳଖ ଚେନ୍ନାଇ ଅଭିମୁଖେ ରହିଛି। ତେବେ ଏ ପ୍ରସଙ୍ଗରେ ବିଜେଡି ପକ୍ଷରୁ କୈଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri