ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ମୋରଡ଼ା ନିର୍ବାଚନମଣ୍ଡଳୀ ସଂଯୋଜକ କୃଷ୍ଣାନନ୍ଦ ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଥା ମୋରଡ଼ା ବ୍ଲକ ପର୍ଯ୍ୟବେକ୍ଷକ ମୀନକେତନ ମହାନ୍ତିଙ୍କ ମଞ୍ଚ ପରିଚାଳନାରେ ଅନୁଷ୍ଠିତ ଉକ୍ତ ସଭାରେ ବିଧାୟକ ରାଜକିଶୋର ଦାସ, ଜିଲା ପରିଷଦ ସଭ୍ୟା ଝରଣା ମୁର୍ମୁ, ନାରୀ ନେତ୍ରୀ ବିଦ୍ୟୁତପ୍ରଭା ବେହେରା, ଶତଦଳ ମହାନ୍ତ, ବ୍ଲକ ସଭାପତି ଜୟପ୍ରକାଶ ରାଉଳ,ବରିଷ୍ଠ ବିଜେଡି ନେତା କ୍ଷୀତିଶ ମହାନ୍ତ, ଘାସିରାମ ବେହେରା ୩୯ ନମ୍ବର ଜୋନ୍‌ର ସମସ୍ତ ସରପଞ୍ଚ, ସମିତିସଭ୍ୟା,ସଭ୍ୟ ପ୍ରମୁଖ ମଞ୍ଚସୀନ ଥିଲେ।

ମୋରଡ଼ା ବ୍ଲକ ଯୁବ ସଭାପତି ସମୀର କୁମାର ବେହେରାଙ୍କ ନେତୃତ୍ୱରେ ଏକ ବିଶାଳ ବାଇକ୍‌ ରାଲିରେ ବିଧାୟିକା ପ୍ରାର୍ଥୀ ପ୍ରୀତିନନ୍ଦା କାନୁନ୍‌ଗୋଙ୍କୁ ଆଦିବାସୀ ନୃତ୍ୟର ତାଳେ ତାଳେ ମଞ୍ଚ ନିକଟକୁ ପାଛୋଟି ଅଣାଯାଇଥିଲା। ବିଧାୟକ ଦାସ ନିଜ ଅଭିଭାଷଣରେ ଭାଜପା ଉପରେ ବର୍ଷିଥିଲେ। କେନ୍ଦ୍ରର ଭାଜପା ସରକାର ମିଛୁଆ ସରକାର କହିବା ସହିତ ମୋରଡ଼ାର ଭାଜପା ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ନାମରେ ଏକାଧିକ ମାମଲା ଅଛି ବୋଲି କହିଥିଲେ।

ସେହିପରି ଓଡ଼ଶା ଏକ ବିକାଶଶୀଳ ରାଜ୍ୟରେ ପରିଣତ ହୋଇଛି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସେବା ପ୍ରତିଟି ଲୋକଙ୍କ ପାଖରେ ପହଞ୍ଚିଛି ବୋଲି କହିଥିଲେ ପ୍ରାର୍ଥୀ ପ୍ରୀତିନନ୍ଦା କାନୁନ୍‌ଗୋ ଏବଂ ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ କେବଳ ନବୀନ ଇଞ୍ଜିନ ହିଁ ଯଥେଷ୍ଟ ଓ ରାଜ୍ୟ ସରକାରଙ୍କ ପ୍ରତିଟି ଯୋଜନା ବାବଦରେ ଉପସ୍ଥିତ ହଜାର ହଜାର ଜନସାଧାରଣଙ୍କୁ ଅବଗତ କରାଇଥିଲେ ପ୍ରୀତିନନ୍ଦା କାନୁନ୍‌ଗୋ।


Enter your email to get our daily news in your inbox.

All Right Reserved By Dharitri.Com

୪ ଜମି ଅଧିଗ୍ରହଣ ଅଧିକାରୀ ନିଲମ୍ବିତ

ଯାଜପୁର,୧୮ା୧୦(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ଦ୍ୱିତୀୟ ସର୍ବବୃହତ୍‌ ବ୍ରାହ୍ମଣୀ ନଦୀ ଉପରେ ନିର୍ମିତ ରେଙ୍ଗାଲି ବହୁମୁଖୀ ଯୋଜନା ଦ୍ୱାରା ଯାଜପୁର ଜିଲାର ୪୬,୬୦୦ ହେକ୍ଟର ଜମିରେ ଜଳସେଚନ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri