Posted inଖେଳ

ଆଇପିଏଲରୁ ବାହାରିଲେ ଧୋନି, ମନଦୁଃଖରେ ଫେରିଲେ ରାଞ୍ଚି

ନୂଆଦିଲ୍ଲୀ,୨୦।୫: ଇଣ୍ଡିଆନ ପ୍ରିମିୟର ଲିଗରେ ବର୍ତ୍ତମାନର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସର ଯାତ୍ରା ଶେଷ ହୋଇଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷ ଶେଷ ଲିଗ ମ୍ୟାଚରେ ହାରିବା ପରେ ଦଳକୁ ପ୍ରଥମ ରାଉଣ୍ଡରୁ ହଟାଇବାକୁ ପଡିଲା। ଏହି ମ୍ୟାଚରେ ଚେନ୍ନାଇର ୨୧୦ ରନ୍‌ର ଲକ୍ଷ୍ୟ ଥିଲା, ଏହାର ଉତ୍ତରରେ ମହେନ୍ଦ୍ର ସିଂ ଧୋନିଙ୍କ ଦଳ ୭ ୱିକେଟ ପାଇଁ ମାତ୍ର ୧୯୧ରନରେ ପହଞ୍ଚିପାରିଥିଲା। ପୂର୍ବତନ ଅଧିନାୟକ ଏହି ପରାଜୟକୁ ନେଇ ଅତ୍ୟନ୍ତ ନିରାଶ ହୋଇ ଦେଖାଯାଉଥିଲେ ଏବଂ ମ୍ୟାଚ ପରେ ତୁରନ୍ତ ଡ୍ରେସିଂ ରୁମକୁ ଯାଇଥିଲେ। ଏପରିକି ବିପକ୍ଷ ଦଳର ସାଥୀଙ୍କ ସହ ହାତ ମିଳାଇ ନ ଥିବାରୁ ସମସ୍ତଙ୍କ ନଜରକୁ ଆସିଥିଲେ।

ଚେନ୍ନାଇ ସୁପର କିଙ୍ଗ୍ସକୁ ୫ଥର ଆଇପିଏଲ ଚାମ୍ପିୟନ କରିଥିବା ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ପାଇଁ ଏହା ଏକ ଶେଷ ଟୁର୍ନାମେଣ୍ଟ ହୋଇପାରେ। ମ୍ୟାଚରେ ଟାର୍ଗେଟକୁ ଗୋଡାଇବା ବେଳେ ସେ ଦଳକୁ ବିଜୟ ଆଡକୁ ନେଇପାରିନଥିଲେ। ସେ ଏହା ଉପରେ ଅତ୍ୟଧିକ ଆଘାତପ୍ରାପ୍ତ ହୋଇ ମ୍ୟାଚର ଗୋଟିଏ ଦିନ ପରେ ନିଜ ସହର ରାଞ୍ଚି ଅଭିମୁଖେ ଯାତ୍ରା କରିଥିଲେ। ଘରକୁ ଫେରିବା ପରେ ତାଙ୍କ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

୫୫ ବର୍ଷ ପରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଟିମ୍‌ଇଣ୍ଡିଆ

ବେଙ୍ଗାଲୁରୁ,୧୭।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମ ଦିନ ବର୍ଷା ଯୋଗୁ ଟସ...

ବେଙ୍ଗାଲୁରୁ ଟେଷ୍ଟରେ ଭାରତ ୪୬ ରନରେ ଅଲଆଉଟ୍: ଖାତା ଖୋଲିପାରିଲେନି ୫ ବ୍ୟାଟର

ନୂଆଦିଲ୍ଲୀ,୧୭ା୧୦: ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ଗୁରୁବାର ମ୍ୟାଚର ଦ୍ୱିତୀୟ ଦିନରେ ଖେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri