ଡ୍ୟୁଟି ସାରି ଘରକୁ ଫେରୁଥିଲେ: ହାଇୱା ଧକ୍କାରେ ଚାଳିଗଲା ଜୀବନ

ଭବାନୀପାଟଣା,୨୦।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଏମ୍‌ଏସ୍‌ଏ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଏକ ହାଇୱା ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସଞ୍ଜୁସ୍ମିତା ମୁଣ୍ଡ। ତାଙ୍କ ଘର ମହାବୀରପଡ଼ା ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ସଞ୍ଜୁ ଭବାନୀପାଟଣାସ୍ଥିତ ବାଲାଜି ନର୍ସିଂହୋମରେ ନର୍ସ ଭାବେ କାର୍ଯ୍ୟ କରୁଥିଲେ । ସେ ଡ୍ୟୁଟି ସାରି ଏକ ସ୍କୁଟି ଯୋଗେ ଘରକୁ ଫେରୁଥିଲେ। ହେଲେ ଏମଏସ୍‌ଏ ଛକଠାରେ ଏକ ହାଇୱା (ନଂ.ଓଡି୨୪ଏଚ୍‌୪୪୬୧) ଭାରସାମ୍ୟ ହରାଇ ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସଞ୍ଜୁଙ୍କ ମୃତ୍ୟୁ ଘଟିଥିଲା।

ଏହାକୁ ନେଇ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା। ଦିନରେ ଉକ୍ତ ରାସ୍ତାରେ ଭାରି ଯାନ ଚଳାଚଳ ନିଷେଧ ଥିବାବେଳେ ସହର ଭିତରକୁ ହାଇୱା କେମିତି ଆସିଲା ଏହାର ତଦନ୍ତ ଦାବି ହୋଇଛି। ଏପରିକି ଘଟଣାର ତଦନ୍ତ ଦାବି କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ କ୍ଷତିପୂରଣ ଦାବି କରି ମହିଳାଙ୍କ ସମ୍ପର୍କୀୟ ଏବଂ ସ୍ଥାନୀୟ ଲୋକେ ରାସ୍ତାରେ ଟାୟାର ଜାଲି ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାସ୍ତାରେ ଯାନବାହାନ ଚଳାଚଳ ବ୍ୟାଘତ ହୋଇଛି। ଖବରପାଇ ସ୍ଥାନୀୟ ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri