Posted inଖେଳ

୪୦୦ ମିଟରରେ ଦୀପ୍ତିଙ୍କ ବିଶ୍ୱରେକର୍ଡ

କୋବ୍‌ (ଜାପାନ), ୨୧ା୫ (ପି.ଟି.): ଭାରତର ଦୀପ୍ତି ଜୀବନଜୀ ଏଠାରେ ଚାଲିଥିବା ବିଶ୍ୱ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମହିଳା ୪୦୦ମିଟର ଟି୨୦ କାଟେଗୋରିରେ ବିଶ୍ୱ ରେକର୍ଡ ସହ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ୫୫.୦୭ ସେକେଣ୍ଡ ଟାଇମିଂରେ ଫିନିଶ ଲାଇନ ଅତିକ୍ରମ କରିଥିଲେ। ଗତବର୍ଷ ଚାମ୍ପିୟନଶିପ୍‌ର ପ୍ୟାରିସ ସଂସ୍କରଣରେ ଆମେରିକାର ବ୍ରିନା କ୍ଲାର୍କ ୫୫.୧୨ ସେକେଣ୍ଡ ଟାଇମିଂ ସହ ବିଶ୍ୱରେକର୍ଡ ପ୍ରତିଷ୍ଠା କରିଥିଲେ। ଦୀପ୍ତି ତାଙ୍କ ରେକର୍ଡକୁ ଭଙ୍ଗ କରିବାରେ ସଫଳ ହୋଇଛନ୍ତି। ତୁର୍କୀର ଆଇଜେଲ ଓଣ୍ଡର (୫୫.୧୯) ଦ୍ୱିତୀୟ ହୋଇଥିବା ବେଳେ ଇକ୍ୱେଡରର ଲିଜାନଶେଲା ଆଙ୍ଗୁଲୋ (୫୬.୬୮) ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସୂଚନାଯୋଗ୍ୟ, ବୌଦ୍ଧିକ ଦୁର୍ବଳତା ଥିବା ଆଥ୍‌ଲେଟମାନେ ଟି୨୦ କାଟେଗୋରିରେ ଭାଗ ନେଇଥାନ୍ତି। ଯୋଗେଶ କାଥୁନିୟା (୪୧.୮୦ମିଟର) ପୁରୁଷ ଏଫ୍‌୫୬ କାଟେଗୋରି ଡିସ୍‌କସ୍‌ ଥ୍ରୋରେ ଏକ ରୌପ୍ୟ ପଦକ ଲାଭ କରିଛନ୍ତି। ଏଫ୍‌ ୫୬ କାଟେଗୋରିରେ ମେରୁଦଣ୍ଡରେ ଇଞ୍ଜୁରି ଥିବା ଆଥଲେଟଙ୍କୁ ବସିଥିବା ଅବସ୍ଥାରେ ପ୍ରତିଯୋଗିତାରେ ଭାଗ ନେବାକୁ ପଡ଼ିଥାଏ। ଚାମ୍ପିୟନଶିପ୍‌ରେ ବର୍ତ୍ତମାନ ଭାରତର ପଦକ ସଂଖ୍ୟା ୪ (୧ ସ୍ବର୍ଣ୍ଣ,୨ ରୌପ୍ୟ ଓ ୧ ବ୍ରୋଞ୍ଜ)ରେ ପହଞ୍ଚତ୍ଛି। ରବିବାର ନିଶାଦ କୁମାର (ଟି୪୭ ହାଇଜମ୍ପ) ଏବଂ ପ୍ରୀତି ପାଲ୍‌ (ଟି୩୫ ୨୦୦ମିଟର ରେସ୍‌) ଗୋଟିଏ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri