୨୩ରେ ଓଡ଼ିଶା ଆସିବେ ଯୋଗୀ, ନଡ୍ଡା

ଭୁବନେଶ୍ୱର, ୨୩।୫(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନ ଲାଗି ଭାଜପାର ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଜାରି କରିଛନ୍ତି। ବିଭିନ୍ନ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକାଧିକ ଥର ଓଡ଼ିଶା ଗସ୍ତରେ ଆସିସାରିଲେଣି। ଆଗକୁ ମଧ୍ୟ ସେମାନେ ଆହୁରି ଗସ୍ତ କରିବେ ବୋଲି ଜଣାପଡ଼ିଛି। ଏହି କ୍ରମରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨୩ରେ ଯୋଗୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏବଂ ସିନେ ତାରକା ଅରୁଣ ଗୋଭିଲ ମଧ୍ୟ ଓଡ଼ିଶା ଗସ୍ତ କରିବା କାର୍ଯ୍ୟକ୍ରମ ରହିଥିବା ଭାଜପା ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ଗୋଲକ କହିଛନ୍ତି, ଆସନ୍ତା ୨୫ ଏବଂ ଜୁନ୍‌ ୧ରେ ଓଡ଼ିଶାର ୩ୟ ଓ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନ ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ନେତୃବୃନ୍ଦ ବିଭିନ୍ନ ସ୍ଥାନ ଗସ୍ତ କରୁଛନ୍ତି ା ବୁଧବାର ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସକାଳ ୮ଟା ୩୦ରେ ସମ୍ବଲପୁର ଗସ୍ତକରି ପ୍ରଥମେ ମାଁ ସମଲେଶ୍ୱରୀଙ୍କ ଦର୍ଶନକରି ଆଶୀର୍ବାଦ ଗ୍ରହଣ କରିବେ। ଏହାପରେ ସକାଳ ୯ଟା ୧୫ରେ ସମ୍ବଲପୁରଠାରେ ଥିବା ସ୍ବର୍ଗତ ବିଜୁ ବରୁଆଙ୍କ ଜନ୍ମ ସ୍ଥାନକୁ ଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବେ। ବିଶ୍ୱଶର୍ମା ଦେବଗଡ଼ଠାରେ ପୂର୍ବାହ୍ନ ୧୦ଟା ୩୦ରେ ‘ରୋଡ୍‌ ଶୋ’ରେ ଯୋଗଦେବେ। ବିଶ୍ୱଶର୍ମା ମଧ୍ୟାହ୍ନ ୧ଟା ୩୦ରେ ଚମ୍ପୁଆ ନିର୍ବାଚନମଣ୍ଡଳୀର ବଡ଼ବିଲ, ଅପରାହ୍ନ ୩ଟାରେ ଚୌଦ୍ୱାର ଏବଂ ଅପରାହ୍ନ ୪ଟାରେ ବଡ଼ମ୍ବାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ସେହିପରି ଲୋକପ୍ରିୟ ଧାରାବାହିକ ରାମାୟଣରେ ଶ୍ରୀରାମ ଚରିତ୍ରରେ ଅଭିନୟ କରିଥିବା ସୁପ୍ରସିଦ୍ଧ ସିନେ ତାରକା ଅରୁଣ ଗୋଭିଲ ବୁଧବାର ପୂର୍ବାହ୍ନ ୧୦ଟା ୪୫ରେ କେନ୍ଦୁଝରର ଚମ୍ପୁଆ, ମଧ୍ୟାହ୍ନ ୧୨ଟା ୧୫ରେ ତେଲକୋଇ ଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ଗୋଭିଲ ଅପରାହ୍ନ ୧ଟା ୩୦ରେ ଢେଙ୍କାନାଳଠାରେ ଅନୁଷ୍ଠିତ ରୋଡ୍‌ ଶୋ’ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଗୋଭିଲ ଅପରାହ୍ନ ୩ଟାରେ ଜୟଦେବ ନିର୍ବାଚନମଣ୍ଡଳୀର ଗୋରୁହାଟ ପଡ଼ିଆଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍‌ ପ୍ରକାଶ ନଡ୍ଡା ଆସନ୍ତା ୨୩ ତାରିଖ ପୂର୍ବାହ୍ନ ୧୧ଟାରେ କରଞ୍ଜିଆ, ମଧ୍ୟାହ୍ନ ୧୨ଟା ୩୦ରେ ଧାମନଗର ନିର୍ବାଚନମଣ୍ଡଳୀର ଅସୁରାଳିଠାରେ, ଅପରାହ୍ନ ୧ଟା ୩୦ରେ ବଡ଼ଚଣା ଏବଂ ଅପରାହ୍ନ ୩ଟା ୩୦ରେ ବାଲିକୁଦା ନିର୍ବାଚନମଣ୍ଡଳୀର ଏରସମାଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ। ସେହିପରି ଆସନ୍ତା ୨୩ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି। ଯୋଗୀ ଆଦିତ୍ୟନାଥ ସେଦିନ ପୂର୍ବାହ୍ନ ୧୦ଟା ୧୫ରେ ଚିଲିକା ନିର୍ବାଚନମଣ୍ଡଳୀର ବାଣପୁର ଠାରେ ଏବଂ ପୂର୍ବାହ୍ନ ୧୧ଟା ୩୦ରେ ମାହାଙ୍ଗା ନିର୍ବାଚନମଣ୍ଡଲୀର କୁଳିଆ ମାର୍କେଟ ପଡ଼ିଆରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri