ରେମାଲ ତାଣ୍ଡବ: ଚାଲିଗଲା ୧୦ ଜୀବନ

ଢାକା/କୋଲକାତା,୨୮ା୫:ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ରେମାଲ ରବିବାର ରାତିରେ ସ୍ଥଳଭାଗ ଛୁଇଁବା ପରେ ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ତାଣ୍ଡବ ରଚିଛି। ବାତ୍ୟାରେ କାନ୍ଥ ଓ ଗଛଡାଳ ପଡ଼ି ପଶ୍ଚିମବଙ୍ଗରେ ୨ ଜଣ ଏବଂ ବାଂଲାଦେଶରେ ୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପଶ୍ଚିମବଙ୍ଗରେ ୧୫ ହଜାରରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଥିବାବେଳେ ବହୁ ଲୋକ ପ୍ରଭାବିତ ହୋଇଛନ୍ତି। ସେହିପରି ପଡୋଶୀ ଦେଶରେ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ଯୋଗୁ ୧୫ ନିୟୁତ ଲୋକ ଅନ୍ଧାରରେ ରହିଛନ୍ତି।
ରବିବାର ରାତି ୮ଟା ୩୦ରୁ ବାତ୍ୟାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପଶ୍ଚିମବଙ୍ଗର ସାଗରଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବା ବେଳେ ପବନର ବେଗ ୧୨୦ କିଲୋମିଟର ଏବଂ ସର୍ବାଧିକ ୧୩୫ କିଲୋମିଟର ରହିଥିଲା। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାତ୍ୟାସ୍ଥିତି ଅନୁଧ୍ୟାନ କରିବା ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା କହିଛନ୍ତି। ଲୋକଙ୍କ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ସରକାରୀ କଳ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିଲା ବୋଲି ସେ ଏକ୍ସ’ରେ ଲେଖିଛନ୍ତି। ଉପକୂଳ ଅଞ୍ଚଳରୁ ୨ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ୧,୪୩୮ ନିରାପଦ ଆଶ୍ରୟସ୍ଥଳରେ ରଖାଯାଇଥିଲା। କୋଲକାତା ବିମାନବନ୍ଦରରେ ବିମାନ ଚଳାଚଳ ୨୧ ଘଣ୍ଟା ପାଇଁ ବନ୍ଦ ରହିଥିଲା। ବାତ୍ୟା ସାଙ୍ଗକୁ ପ୍ରବଳ ବର୍ଷା ଯୋଗୁ ବହୁ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି।
ବାତ୍ୟା ପ୍ରଭାବରେ ବାଂଲାଦେଶର ବରିଶଲ, ଭୋଲା, ପତୁଆଖାଲି, ସାତଖିରା ଏବଂ ଚଟ୍ଟୋଗ୍ରାମ କ୍ଷତିଗ୍ରସ୍ତ ହୋଇଛି। ପତୁଆଖାଲି ଏବଂ ସାତଖିରାରେ ଜଣେ ଲେଖାଏ ପ୍ରାଣ ହରାଇଥିବାବେଳେ ବରିଶଲ, ଭୋଲା ଏବଂ ଚଟ୍ଟୋଗ୍ରାମରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୋଙ୍ଗଲାରେ ଏକ ଟ୍ରଲର ବୁଡ଼ିଯିବାରେ ଜଣେ ପିଲା ସମେତ ୨ ଜଣ ନିଖୋଜ ଅଛନ୍ତି। ପ୍ରବଳ ବର୍ଷା ସାଙ୍ଗକୁ ସମୁଦ୍ରରେ ୫ରୁ ୬ ଫୁଟ୍‌ ଉଚ୍ଚର ଜୁଆର ଆସି ଉପକୂଳ ଅଞ୍ଚଳରେ ବହୁ କ୍ଷତି ଘଟାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri