ଭାଜପା ରୋଡ୍‌ ଶୋ’ରେ ବ୍ୟବହୃତ ବାଣରୁ ଅଗ୍ନିକାଣ୍ଡ

ବିଞ୍ଝାରପୁର,୩୦ା୫(ରାମକୃଷ୍ଣ ଦାସ):ଭାଜପା ରୋଡ୍‌ ଶୋ’ରେ ବ୍ୟବହୃତ ବାଣରୁ ବିଞ୍ଝାରପୁର ଥାନା ଛକରେ ବୁଧବାର ମଧ୍ୟାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଥାନାଛକର ଏକ କାଠ ତିଆରି ସାମଗ୍ରୀ ଦୋକାନ ସମୂର୍ଣ୍ଣ ଜଳିପୋଡି ଭସ୍ମ ହୋଇଯାଇଛି।
ସୂଚନା ମୁତାବକ, ମାଇଁନ୍ଦା ଛକରୁ ସିଂହପୁର ପର୍ଯ୍ୟନ୍ତ ଭାଜପାର ରୋଡ୍‌ ଶୋ’ କାର୍ଯ୍ୟକ୍ରମ ଥିଲା। ଏହି ଶୋଭାଯାତ୍ରା ବିଞ୍ଝାରପୁର ଥାନା ଛକ ସଲଗ୍ନ ଭାଜପା କାର୍ଯ୍ୟାଳୟ ନିକଟରେ ମଧ୍ୟାହ୍ନରେ ପହଞ୍ଚିଥିଲା। ସେଠାରେ ଭାଜପାର ଯାଜପୁର ଲୋକ ସଭା ପ୍ରାର୍ଥୀ ଓ ବିଞ୍ଝାରପୁର ବିଧାନସଭା ପ୍ରାର୍ଥିନୀଙ୍କୁ ସ୍ବାଗତ କରିବାକୁ ଯାଇ କର୍ମୀମାନେ ବାଣରେ ଆତସବାଜି କରିଥିଲେ। ବାଣ ଫୁଟିବାରୁ ନିଆଁ ଛିଟିକି ଯାଇ ମୁନସପ ଅଲ୍ଲିଖାଁଙ୍କ ଘରେ ଦୋକାନ କରିଥିବା ମାନସ ବିନ୍ଧାଣୀଙ୍କ କାଠ ସାମଗ୍ରୀ ଦୋକାନ ଉପରେ ପଡ଼ିଥିଲା। ଫଳରେ ଚାହୁଁ ଚାହୁଁ ଦୋକାନ ଜଳି ଉଠିଥିଲା। ଏହି ଦୋକାନରେ କାଠ କାମ ଜିନିଷ ବିକ୍ରି ହେଉଥିବାରୁ ନିଆଁକୁ ଆୟତ କରାଯାଇ ପାରି ନ ଥିଲା। ପରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଅଁାକୁ ଆୟତ୍ତ କରିଥିଲେ। ହେଲେ ସେତେବେଳକୁ ଦୋକାନରେ ଥିବା ବିପୁଳ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ବିଞ୍ଝାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଘଟଣାକୁ ନେଇ କାଠ ଦୋକାନୀ ମାନସ ବିନ୍ଧାଣୀ ଭାଜପା ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

ହୋଇ ନ ଥିବା ପ୍ରକଳ୍ପ କାମ ଶୀଘ୍ର ଆରମ୍ଭ କର

ଭବାନୀପାଟଣା,୧୭ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଗୁରୁବାର ପଞ୍ଚାୟତିରାଜ ଓ ପାନୀୟ ଜ ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri