Posted inରାଜ୍ୟ

‘ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୦।୫: ବିଜେଡିରେ କିଏ ତାଙ୍କ ଉତ୍ତରାଧିକାରୀ ହେବ, ଏହାଙ୍କ ନେଇ ଆଲୋଚନା ଚାଲିଥିବା ବେଳେ ବଡ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖବର ସରବରାହ ସଂସ୍ଥାକୁ ସାକ୍ଷାତକାର ଦେଇ ନବୀନ କହିଛନ୍ତି ”ମୋ ଉତ୍ତରାଧିକାରୀ ଭିକେ ପାଣ୍ଡିଆନ ନୁହନ୍ତି, ପାଣ୍ଡିଆନ ନିର୍ବାଚନରେ ମଧ୍ୟ ଛିଡ଼ା ହୋଇ ନାହାନ୍ତି। ତେଣୁକରି ଏ କଥାକୁ କାହିଁକି ବଢ଼ାଇଚଢ଼ାଇ କୁହାହେଉଛି ବୁଝା ପଡୁନାହିଁ।

ଭବିଷ୍ୟତରେ ମୋ ଉତ୍ତରାଧିକାରୀ ଓଡ଼ିଶାବାସୀ ସ୍ଥିର କରିବେ। ଏହା ସହିତ ସ୍ବାସ୍ଥ୍ୟ ପ୍ରସଙ୍ଗରେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଁ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟାବସ୍ଥା ପୁରା ଭଲ ଅଛି। ବିରୋଧୀମାନେ କେବଳ ଅପପ୍ରଚାର କରୁଛନ୍ତି। ମୁଁ ୨୭ ବର୍ଷ ହେବ ଦଳର ସଭାପତି, ସୁସ୍ଥ ରହିଲେ ଆଗକୁ ମଧ୍ୟ ଏହି ଦାୟିତ୍ୱ ତୁଲାଇବି ଏବଂ ମୋ ପରେ ବି ଲୋକଙ୍କ ପାଇଁ କାମ କରିବ ବିଜେଡି।

ଏହା ବ୍ୟତୀତ ନିର୍ବାଚନରେ ବହୁତ ଭଲ ରେଜଲ୍ଟ କରିବୁ ବୋଲି ନବୀନ କହିଛନ୍ତି। ବିଧାନସଭା ଏବଂ ଲୋକସଭା ନିର୍ବାଚନରେ ଦଳ ସଂଖ୍ୟାଗରିଷ୍ଠ ହାସଲ କରିବ। ତେବେ ଗତ ୧୦ ବର୍ଷ ଧରି ମୋ ସ୍ୱାସ୍ଥ୍ୟକୁ ନେଇ ଗୁଜବ ପ୍ରଚାର ହେଉଛି । ଭାଜପା କ୍ଷମତାକୁ ଆସିନପାରିବାରୁ ହତାଶ ହୋଇପଡ଼ି ଏପରି ପ୍ରଚାର କରୁଛନ୍ତି।

ତେବେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସ୍ୱାସ୍ଥ୍ୟବସ୍ଥାକୁ ନେଇ ଉଠାଇଥିବା ପ୍ରଶ୍ନର ମଧ୍ୟ ନବୀନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ”କିଛି ଦିନ ତଳେ ପ୍ରଧାନମନ୍ତ୍ରୀ କହିଥିଲେ ସେ ମୋର ଭଲ ବନ୍ଧୁ, ତେଣୁକରି ମୋର ସ୍ୱାସ୍ଥ୍ୟ ନେଇ ଚିନ୍ତା ଥିଲେ ସେ ମୋତେ କଲ କରି କଥା ହୋଇ ଥାନ୍ତେ, କିନ୍ତୁ ସେ ଏହା ନ କରି ନିର୍ବାଚନୀ ସଭାରେ ନିଜର ଭୋଟ ବ୍ୟାଙ୍କ ପାଇଁ ଏପରି କହୁଛନ୍ତି।”


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri