କାକଟପୁର-ନିମାପଡ଼ାରେ ଶନିବାର ଭୋଟ୍‌, ବୁଥ୍‌କୁ ଗଲେ ପୋଲିଂ ପାର୍ଟି

ପୁରୀ,୩୧ା୫(ଅଜିତ୍‌ କୁମାର ମହାନ୍ତି)-୧୬ନଂ. ଜଗତ୍‌ସିଂହପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୦୫ ନଂ. କାକଟପୁର ଓ ୧୦୬ ନଂ. ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ଜୁନ ୧ ତାରିଖ ଶନିବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ହେବ ବୋଲି ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ କହିଛନ୍ତି। ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରରୁ ଉଭୟ ନିର୍ବାଚନମଣ୍ଡଳୀର ବିଭିନ୍ନ ବୁଥକୁ ପୋଲିଂ ପାର୍ଟି ପଠାଯାଇଛି। ସେମାନଙ୍କୁ ସହଯୋଗ ପାଇଁ ସେକ୍ଟର ଅଫିସରମାନଙ୍କୁ ନିୟୋଜିତ କରାଯାଇଛି।

କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ୧୧ ଏବଂ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ୧୩ ଜଣ ପ୍ରାର୍ଥୀ ରହିଛନ୍ତି। ଏହି ଦୁଇ ନିର୍ବାଚନ ମଣ୍ଡଳୀର ମୋଟ ୪୯୧୬୯୮ ଭୋଟର ୫୬୦ଟି ମତଦାନ କେନ୍ଦ୍ରରେ ମତଦାନ କରିବେ। ଏଥିରେ ୨୫୨୬୫୧ ପୁରୁଷ, ୨୩୯୦୩୫ ମହିଳା ଏବଂ ୧୨ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ମୋଟ ୯୮ ବୁଥକୁ ମଡେଲ ବା ଆଦର୍ଶ ବୁଥ କରାଯାଇଛି। ସେଥିମଧ୍ୟରୁ ୭୬ବୁଥରେ କେବଳ ମହିଳାଙ୍କ ଦ୍ୱାରା ପରିଚାଳିତ ସଖି ବୁଥ ହୋଇଥିବା ବେଳେ ଭିନ୍ନକ୍ଷମ ପୋଲିଂ ଅଫିସରଙ୍କ ଦ୍ୱାରା ୪ଟି, ଯୁବ ପୋଲିଂ ଅଫିସରଙ୍କ ଦ୍ୱାରା ପରିଚାଳିତ ୫ଟି, ପରିବେଶ ଉପଯୋଗୀ ବା ଇକୋ ଫ୍ରେଣ୍ଡଲି ୮ ଓ ଥିମ୍‌ ବେସ୍‌ଡ ୫ଟି ବୁଥ ରହିଛି।

ନିର୍ବାଚନ ଗଣତନ୍ତ୍ରର ମହାପର୍ବ। ତେଣୁ ସମସ୍ତ ଭୋଟର ସେମାନଙ୍କ ନିର୍ଦ୍ଧାରିତ ବୁଥ୍‌ରେ ନିଶ୍ଚିତ ମତଦାନ କରିବାକୁ ଜିଲାପାଳ ସ୍ବାଇଁ, କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀର ରିଟର୍ନିଂ ଅଫିସର ତଥା ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ନିମାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ନିଂ ଅଫିସର ତଥା ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri