Posted inଖେଳ

ଟି୨୦ ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡର ଏହି ବୋଲରଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, ବେଟିଂ ମାମଲାରେ…

ନୂଆଦିଲ୍ଲୀ,୧।୬: ବେଟିଂ ପାଇଁ ବ୍ୟାନ୍‌ ହେଲେ ଇଂଲଣ୍ଡର ଦ୍ରୁତ ବୋଲର ବ୍ରାଇଡନ୍‌ କାର୍ସ। ଇଂଲଣ୍ଡ କ୍ରିକେଟ ବୋର୍ଡ ତାଙ୍କୁ ୨୦୧୭ରୁ ୨୦୧୯ ଯାଏ ୩୦୩ଥର ବେଟିଂ କରିବାରେ ଦୋଷୀ ସାବ୍ୟସ୍ତ କରିଛି। ଏହା ପରେ ବୋର୍ଡର ଦୁର୍ନୀତି ନିବାରଣ ସଂସ୍ଥା ତାଙ୍କୁ ୧୬ ମାସର ଦଣ୍ଡ ଦେଇଥିଲା, ଯେଉଁଥିରେ ତାଙ୍କୁ ୧୩ ମାସ ପାଇଁ ବ୍ୟାନ୍‌ କରାଯାଇଥିଲା। ବର୍ତ୍ତମାନ ସେ ଅଗଷ୍ଟ ୨୮ ଯାଏ କୌଣସି କ୍ରିକେଟ ଖେଳିପାରିବେ ନାହିଁ। କାର୍ସ ଏହି ଘଟଣାରେ ସହଯୋଗ କରିବା ସହ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ଗ୍ରହଣ କରିଛନ୍ତି। ତେବେ ସେ ଯେଉଁ ମ୍ୟାଚ୍‌ରେ ଖେଳି ନ ଥିଲେ ସେହି ମ୍ୟାଚ୍‌ରେ ବେଟିଂ କରିଥିବା ଜଣାପଡ଼ିଛି।

କାର୍ସ ୨୦୨୧ ରେ ପାକିସ୍ତାନ ବିପକ୍ଷରେ ଡେବ୍ୟୁ କରିଥିଲେ। ସେବେଠାରୁ ସେ ୧୪ ଦିନିକିଆ ଏବଂ ୩ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ସେ ଦିନିକିଆରେ ୧୫ ଉଇକେଟ ଏବଂ ଟି -୨୦ ରେ ୪ ଉଇକେଟ ନେଇଛନ୍ତି। ଇଂଲଣ୍ଡ ଦ୍ୱାରା ୨୦୨୩ ଦିନିକିଆ ବିଶ୍ୱକପ ଦଳରେ କାର୍ସ ମଧ୍ୟ ଅନ୍ତର୍ଭୁକ୍ତ ହୋଇଥିଲେ। ଜେମ୍ସ ଆଣ୍ଡରସନଙ୍କ ଅବସର ପରେ ସେ ୱେଷ୍ଟଇଣ୍ଡିଜ ଗସ୍ତରେ ମଧ୍ୟ ଟେଷ୍ଟ ଡେବ୍ୟୁ କରିବାକୁ ଯାଉଥିଲେ। ହେଲେ ବର୍ତ୍ତମାନ ୨୮ ମଇରୁ ୨୮ ଅଗଷ୍ଟ ପର୍ଯ୍ୟନ୍ତ ନିଷେଧାଦେଶ ହେତୁ ସେ ଖେଳି ପାରିବେ ନାହିଁ। ତେବେ ଏହି ପ୍ରତିବନ୍ଧକ ସମୟରେ ପ୍ରତ୍ୟାବର୍ତ୍ତନ ପାଇଁ ସେ କଠିନ ପରିଶ୍ରମ କରିବେ ବୋଲି କାର୍ସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ କ୍ରିକେଟରେ ପୁଣି ଡ୍ରାମା, ଏବେ ପୁଣି ବଦଳିବେ କ୍ୟାପଟେନ!

ଇସଲାମାବାଦ,୭।୯: ବାଂଲାଦେଶ ବିପକ୍ଷ ଘରୋଇ ଟେଷ୍ଟ ସିରିଜରେ ପାକିସ୍ତାନ ପରାଜୟ ପରେ ସମାଲୋଚନାର ବଜାର ସରଗରମ ହୋଇଛି। ସବୁଠାରୁ ଖରାପ କଥା ହେଉଛି ଏହି ପରାଜୟ...

ଟ୍ୟାକ୍ସି ଚାଳକଙ୍କ ପୁଅ ଜିତିଲେ ବ୍ରୋଞ୍ଜ୍‌

ପ୍ୟାରିସ୍‌,୭ା୯ଭାରତର ପ୍ରଥମ ଜୁଡୋକା ଭାବରେ ପ୍ୟାରିସ୍‌ ପାରାଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି କପିଲ ପରମାର। ୨୩ ବର୍ଷୀୟ କପିଲ ବ୍ରୋଞ୍ଜ ପଦକ...

୪ ଓଭର, ଗୋଟିଏ ମେଡେନ୍‌, ୪ ରନ୍‌…. ଛାଇଗଲେ ଭୁବି

ନୂଆଦିଲ୍ଲୀ,୭।୯: ଭୁବନେଶ୍ୱର କୁମାର ୟୁପି ଟି-୨୦ ଲିଗ ୨୦୨୪ରେ ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ଭୁବନେଶ୍ୱର କୁମାରଙ୍କ ବୋଲିଂ ଆଗରେ ବିରୋଧୀ ବ୍ୟାଟ୍ସମ୍ୟାନମାନେ ଅସହାୟ...

୧୪୭ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି, ଓଲି ପୋପ ବଡ଼ କାରନାମା

ନୂଆଦିଲ୍ଲୀ,୭।୯: ଇଂରାଜୀ ବ୍ୟାଟ୍ସମ୍ୟାନ ଓଲି ପୋପ ଏବେ ଚମତ୍କାର ଫର୍ମରେ ଅଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୧୦୩ ରନ୍‌ର ଇନିଂସ ଖେଳି ଅପରାଜିତ ଅଛନ୍ତି। ତେବେ...

ରାହୁଲ ଦ୍ରାବିଡଙ୍କ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୭।୯: ଶୁକ୍ରବାର ରାଜସ୍ଥାନ ରୟାଲ୍ସ ପୂର୍ବତନ ଭାରତୀୟ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ଏହାର ମୁଖ୍ୟ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରିଛି। ବାସ୍ତବରେ, ଟି -୨୦ ବିଶ୍ୱକପ୍‌...

ପ୍ରବୀଣଙ୍କୁ ସ୍ବର୍ଣ୍ଣ

ପ୍ୟାରିସ୍‌, ୭।୯(ପି.ଟି.): ଭାରତର ପ୍ରବୀଣ କୁମାର ପ୍ୟାରିସ୍‌ ପାରାଲିମ୍ପିକ୍ସରେ ଶୁକ୍ରବାର ସ୍ବର୍ଣ୍ଣ ପଦକ ଜିତି ଦେଶକୁ ଗର୍ବିତ କରିଛନ୍ତି। ପୁରୁଷ ହାଇଜମ୍ପ ଟି୬୪ ଇଭେଣ୍ଟରେ ସେ...

ଲେଜେଣ୍ଡ୍ସ ଲିଗ୍‌ରେ ପ୍ରଥମ ଥର ଓଡ଼ିଶା ଟିମ୍ କୋଣାର୍କ ସୂର୍ଯ୍ୟ: ଇର୍ଫାନ୍‌ ପଠାନ କ୍ୟାପଟେନ୍‌

ପ୍ୟାରିସ୍‌,୬ା୯: ଲେଜେଣ୍ଡ୍ସ ଲିଗ୍‌ କ୍ରିକେଟରେ ଓଡ଼ିଶାର ପ୍ରଥମ ଦଳ ଭାବେ କୋଣାର୍କ ସୂର୍ଯ୍ୟ ସାମିଲ ହୋଇଛି। ଶୁକ୍ରବାର ଭୁବନେଶ୍ୱରରେ ଟିମ ଲଞ୍ଚ ହେବା ସହ, ସମସ୍ତ...

କେବେ ଦେଖି ନ ଥିବେ ଏମିତି ମ୍ୟାଚ୍‌: ଟି-୨୦ ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ମାତ୍ର ୧୦ ରନ୍‌ରେ ଅଲଆଉଟ୍‌ ହେଲା ଏହି ଦଳ

ନୂଆଦିଲ୍ଲୀ,୬।୯: ମଙ୍ଗୋଲିଆ ଏବଂ ସିଙ୍ଗାପୁର ମଧ୍ୟରେ ମ୍ୟାଚ ଟି-୨୦ ବିଶ୍ୱକପ ଏସୀୟ କ୍ୱାଲିଫାୟର୍ସରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମଙ୍ଗୋଲିଆ ନାମରେ ଏକ ଲଜ୍ଜାଜନକ ରେକର୍ଡ ଯୋଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri