ମେ’ରେ ରେକର୍ଡ ୧, ୭୨, ୭୩୯ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୬: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ଦ୍ୱିତୀୟ ମାସ ବା ମେ’ରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୭୩ (୧,୭୨,୭୩୯) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ଆଦାୟ କରାଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ୧.୫୭ (୧,୫୭,୦୯୦)ଲକ୍ଷ କୋଟି ଟଙ୍କା ଟିକସ ଆଦାୟ ହୋଇଥିଲାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ମାସରେ ସଂଗୃହୀତ ଟିକସ ପରିମାଣଠାରୁ ୨୦୨୪-୨୫ ଆର୍ଥିକ ବର୍ଷର ଟିକସ ପରିମାଣ ୧୦% ଅଧିକ ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।

ଉଲ୍ଲେଖଯୋଗ୍ୟ, ୨୦୨୪ ମେ’ରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୭୨,୭୩୯ କୋଟି ରହିଥିବାବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୨,୪୦୯ କୋଟି ଟଙ୍କା ଏବଂ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୪୦,୨୬୫ କୋଟି ଟଙ୍କା ସାମିଲ ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୭,୭୮୧ କୋଟି (ସାମଗ୍ରୀ ଆମଦାନୀ ବାବଦରେ ୩୯,୮୭୯ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୨୮୪ କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୭୬ କୋଟି ଟଙ୍କା ସାମିଲ) ଟଙ୍କାର ରାଜସ୍ବ ଟିକସ ଆକାରରେ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୩୮,୫୧୯ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୨,୭୩୩ କୋଟି ଟଙ୍କା ସରକାର ପରିଶୋଧ କରିଛନ୍ତି।

ଅପରପକ୍ଷରେ ଓଡ଼ିଶାରୁ ମଧ୍ୟ ଚଳିତ ଆର୍ଥିକ ବର୍ଷର ୨ୟ ମାସରେ ୫୦୨୭ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଥିଲାବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୪୩୯୮ କୋଟି ଟଙ୍କା ଥିଲା। ଚଳିତ ଆର୍ଥକ ବର୍ଷର ୨ୟ ମାସର ଅବଧି ମଧ୍ୟରେ ଏହା ୧୪% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri