ସିଏମ୍‌ଓରୁ ଇସ୍ତଫା ଦେଲେ ୨ ଅବସରପ୍ରାପ୍ତ ଆଇଏଏସ୍‌

ଭୁବନେଶ୍ୱର,୬।୬: ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏହାପୂର୍ବରୁ ସିଏମ୍‌ଓରୁ ଇସ୍ତଫା ଦେଇଛନ୍ତି ୨ ଅବସରପ୍ରାପ୍ତ ଆଇଏଏସ୍‌। ସିଏମ୍‌ଓ ମୁଖ୍ୟ ଉପଦେଷ୍ଟ ପଦରୁ ସୁରେଶ ମହାପାତ୍ର ଏବଂ ସ୍ପେଶାଲ ଇନିସିଏଟିଭ୍‌ ଉପଦେଷ୍ଟା ପଦରୁ ଆର୍‌ ବାଲକ୍ରିଷ୍ଣନ ଇସ୍ତଫା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଇସ୍ତଫା ଦେବାପରେ ଦୁହେଁ ଏହି ନିଷ୍ପତ୍ତି ନେଇଛନ୍ତି।
ସୂଚନାଯୋଗ୍ୟ,ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ(ଏମ୍‌) ଗୋଟିଏ ଆସନ ପାଇଛନ୍ତି। ୨୦୧୯ରେ ଭାଜପା ୨୩ ଆସନ ପାଇଥିବା ବେଳେ ଚଳିତ ନିର୍ବାଚନରେ ଅଧିକ ୫୫ ଆସନ ପାଇବା ଓଡ଼ିଶାରେ ପଦ୍ମର ସୁଅ ବହିଛି।
ସେହିଭଳି ରାଜ୍ୟର ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ୨୦ଟି ସଂସଦୀୟ କ୍ଷେତ୍ରରେ ବିଜୟଲାଭ କରିଥିବା ବେଳେ କଂଗ୍ରେସ ଗୋଟିଏ ସିଟ୍‌ ଜିତିଛି। ୨୦୧୯ ନିର୍ବାଚନରେ ଭାଜପା ୮ଟି ଆସନ ପାଇଥିବା ବେଳେ ଏଥର ଅଧିକ ୧୨ ଆସନ ଜିତିବା ଓଡ଼ିଶାର ରାଜନୈତିକ ପାଣିପାଗକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri