ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବାକୁ ଅପେକ୍ଷା

ପୁରୀ,୭ା୬(ଅଜିତ୍‌ କୁମାର ମହାନ୍ତି):ଓଡ଼ିଶାରେ ଭାଜପା ସରକାର ଆସିଲେ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବ ବୋଲି ଦଳର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାର ସମୟରେ ପ୍ରତିଶ୍ରୁତି ଦେଇଥିଲେ। ସମ୍ପ୍ରତି ରାଜ୍ୟରେ ଭାଜପା ଏକକ ସଂଖ୍ୟା ଗରିଷ୍ଠ ଦଳ ଭାବେ ଉଭାହେବା ପରେ ସରକାର ଗଠନ କରିବାକୁ ଯାଉଛି। ତେଣୁ ଶ୍ରୀମନ୍ଦିର ଚାରିଦ୍ୱାର ଓ ରତ୍ନଭଣ୍ଡାର ଖୋଲାଯିବା ନେଇ ଭକ୍ତଙ୍କ ମନରେ ଆଶା ସଞ୍ଚାର ହୋଇଛି। ଏ ନେଇ ପୁରୀ ବାସିନ୍ଦା ଶ୍ରୀକାନ୍ତ ଦାସ କହିଛନ୍ତି, ସେ ପୂର୍ବରୁ ପ୍ରତ୍ୟେକ ଦିନ ଆସି ମହାପ୍ରଭୁଙ୍କୁ ଦର୍ଶନ କରୁଥିଲେ। ମାତ୍ର ଗୋଟିଏ ଦ୍ୱାର ଦେଇ ଯିବା ଓ ଅନ୍ୟ ତିନିଦ୍ୱାର ଦେଇ ପ୍ରବେଶ ଉପରେ କଟକଣା ଲାଗୁ ହେବା ପରେ ପ୍ରତ୍ୟେକ ଦିନ ଆସିବା ସମ୍ଭବ ହୋଇପାରୁନାହିଁ। ତେବେ ୪ ଦ୍ୱାର ଖୋଲାଯିବା ନେଇ ଭାଜପାର ପ୍ରତିଶ୍ରୁତି ଯୋଗୁ ମନରେ କିଛି ଆଶା ରହୁଛି। ତେବେ ଭାଜପା ସରକାର ନିଜ କଥା କେତେଦୂର ରକ୍ଷା କରିପାରୁଛନ୍ତି ତାହା ଦେଖିବାକୁ ଅପେକ୍ଷା କରିଛୁ। ଚାରିଦ୍ୱାର ଖୋଲାଗଲେ ଗହଳି କମିଯିବ। ଭକ୍ତମାନେ ଯେଉଁ ଦ୍ୱାର ଦେଇ ଯିବାକୁ ଚାହିଁବେ ଯାଇପାରିବେ। ଘଣ୍ଟା ଘଣ୍ଟା ଧରି ଭକ୍ତଙ୍କୁ ଅପେକ୍ଷା କରିବାକୁ ପଡ଼ିିବ ନାହିଁ। ସେହିପରି କୋଲକାତାରୁ ଆସିଥିବା ଅରୁଣ ଭଟ୍ଟାଚାର୍ଯ୍ୟ କହିଛନ୍ତି, ଦର୍ଶନ କରିବାକୁ ଆସିଥିଲୁ। ମାତ୍ର ଗୋଟିଏ ଦ୍ୱାର ଦେଇ ମନ୍ଦିରରେ ପ୍ରବେଶ କରିବା ପାଇଁ ଅନୁମତି ଥିବାରୁ ଖରାରେ ଛିଡ଼ାହେବାକୁ ପଡୁଛି। ଚାରିଦ୍ୱାର ଖୋଲାଯିବାର ଆବଶ୍ୟତା ରହିଛି। ଅନ୍ୟପକ୍ଷରେ ଶ୍ରୀଜଗନ୍ନାଥ ଧର୍ମ ସଂସ୍କୃତି ସୁରକ୍ଷା ସଙ୍ଗଠନ ଓଡ଼ିଶାର ରାଜ୍ୟ ସଭାପତି ବଦ୍ରି ମିଶ୍ର ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଏବଂ ଭୂ-ସମ୍ପତ୍ତି ସମସ୍ୟା ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍‌ କରି ଅନୁରୋଧ କରିଥିବା ସୂଚନା ଦେଇଛନ୍ତି। ନିର୍ବାଚନୀ ରୋଡ୍‌ ଶୋ’ ସମୟରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ମୋଦି ପ୍ରତିଶ୍ରୁତି ଦେଇଥିଲେ। ଏଥର ଓଡ଼ିଶା ସରକାର ଶପଥଗ୍ରହଣ କରିବା ଦିନ ସେ ପୁରୀ ଆସି ଶ୍ରୀଜଗନ୍ନାଥଙ୍କ ପାଖରେ କୃତଜ୍ଞତା ପ୍ରକାଶ କରିବା ସହ ଚାରିଦ୍ୱାର ଖୋଲିଦିଅନ୍ତୁ ବୋଲି ମିଶ୍ର ତାଙ୍କ ଟୁଇଟରେ ଅନୁରୋଧ କରିଛନ୍ତି। ସେହିପରି ହଜାର ହଜାର ସ୍ଥାୟୀ ବାସିନ୍ଦାଙ୍କ ଭୂସମ୍ପତ୍ତି ସମସ୍ୟାର ସମାଧାନ କରାଯାଉ ବୋଲି ମିଶ୍ର ଅନୁରୋଧ ଜଣାଇଛନ୍ତି। ଶ୍ରୀମନ୍ଦିରର କେତେଜଣ ସେବାୟତ କହିଛନ୍ତି, ଚାରିଦ୍ୱାର ବନ୍ଦ କରି ରଖାଯିବା ଫଳରେ ଭକ୍ତମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏପରିକି ସ୍ଥାନୀୟ ଲୋକଙ୍କୁ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସି ହଇରାଣ ହେବାକୁ ପଡୁଛି। ଚଳିତ ନିର୍ବାଚନରେ ବିଜେଡି ସରକାର ପତନ କ୍ଷେତ୍ରରେ ଏହି ଅସନ୍ତୋଷର ପ୍ରଭାବ ପଡ଼ିଛି। ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମୟରେ ଗୋଟିଏ ଦ୍ୱାର ଦେଇ ଭକ୍ତଙ୍କୁ ଛଡ଼ାଯିବା ଫଳରେ ସେମାନେ ଅସୁବିଧା ଭୋଗୁଛନ୍ତି। ତେଣୁ ନୂତନ ସରକାର ଚାରିଦ୍ୱାର ଖୋଲିବା ନେଇ ଦେଇଥିବା ପ୍ରତିଶ୍ରୁତି ପାଳନ କରନ୍ତୁ। ଉଲ୍ଲେଖଯୋଗ୍ୟ, ଧାର୍ମିକ ତଥା ପର୍ଯ୍ୟଟନ ସହର ଭାବେ ପରିଚିତ ପୁରୀକୁ ଦୈନିକ ବହୁ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଦେଶ ବିଦେଶରୁ ଆସୁଥିବାବେଳେ ଛୁଟିଦିନଗୁଡ଼ିକରେ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ହେଉଛି। ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଲମ୍ବାଧାଡ଼ିରେ ଘଣ୍ଟା ଘଣ୍ଟା ଧରି ଠିଆ ହେବାକୁ ପଡୁଛି। ବିଶେଷକରି ବୟସ୍କ ବ୍ୟକ୍ତି ଓ ଛୋଟ ପିଲା ହଇରାଣ ହେଉଛନ୍ତି। ଗୋଟିଏ ଦ୍ୱାର ଦେଇ ବହୁସଂଖ୍ୟକ ଭକ୍ତ ଯିବା ଦ୍ୱାରା ମନ୍ଦିରରେ ପ୍ରବଳ ଗହଳି ହେଉଛି। ଏପରିକି ଅନେକ ଭକ୍ତ ଅଣନିଃଶ୍ୱାସୀ ହୋଇ ଅଚେତ ହୋଇପଡୁଥିବା ଦେଖିବାକୁ ମିଳୁଛି। ସେହିପରି ବେଳେବେଳେ ଭକ୍ତ ବାନ୍ତି କରିଦେଉଥିବାରୁ ଓ ଭିଡ଼ରେ କ୍ଷତାକ୍ତ ହୋଇ ରକ୍ତ ପଡୁଥିବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି ହେଉଛି। ଏଥିଯୋଗୁ ନୀତି ବିଳମ୍ବ ହେବା ସହ ଦର୍ଶନରେ ବିଳମ୍ବ ଘଟୁଛି। ଚାରିଦ୍ୱାର ଖୋଲା ହେଉ ନ ଥିବାରୁ ଭକ୍ତମାନେ ହଇରାଣ ହୋଇ ତିକ୍ତ ଅନୁଭୂତି ନେଇ ଫେରୁଛନ୍ତି। ଭକ୍ତଙ୍କ ସୁବିଧା ଦର୍ଶନ ପାଇଁ ଶ୍ରୀମନ୍ଦିର ୪ ଦ୍ୱାର ଖୋଲାଯିବାକୁ ଦୀର୍ଘଦିନ ହେଲା ସାଧାରଣରେ ଦାବି ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri