ଶେୟାର ବଜାର କାରବାରରେ ଉତ୍ସାହ, ୭୫,୦୦୦ ଉପରେ ସେନ୍‌ସେକ୍ସ

ନୂଆଦିଲ୍ଲୀ,୬।୬ (ଅଭୟ ଦାଶ): ୨୦୨୪ ନିର୍ବାଚନ ଫଳାଫଳ ଘୋଷଣା ପରେ ପରେ ଘରୋଇ ଶେୟାର ବଜାର କାରବାରରେ ଉତ୍ସାହ ଦେଖାଦେଇଛି। ଫଳରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ୭୫,୦୦୦ (୭୫,୦୭୪.୫୧) ଅଙ୍କରେ ପହଞ୍ଚତ୍ଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର କାରବାର ଶେଷ ସୁଦ୍ଧା ଶେୟାର ବଜାରର ନିବେଶକମାନେ ୮ଲକ୍ଷ କୋଟି ଟଙ୍କାରୁ ଅଧିକ ନିବେଶ ଖାତାରେ ଯୋଡିଥିଲାବେଳେ ପୁଞ୍ଜିବଜାର ସମେତ ଶେୟାର ବଜାରର ନିବେଶକଙ୍କ ମନରେ ଉତ୍ସାହ ଦେଖାଯାଇଛି। ପୂର୍ବଦିନର ବଜାର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୪୦୮ ଲକ୍ଷ କୋଟି ଥିଲାବେଳେ ଗୁରୁବାରର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ୮ଲକ୍ଷ କୋଟି ବୃଦ୍ଧି ପାଇ ୪୧୬ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ବିଶେଷକରି ବିଏସ୍‌ଇ ୩୦ ବିଶିଷ୍ଟ ଶେୟାର ସର୍ବାଧିକ ନିବେଶ ବୃଦ୍ଧି କରିଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି ୫୦ର ନିବେଶକମାନେ ମଧ୍ୟ କାରବାର ବଢ଼ାଇଛନ୍ତି। ସେହିଭଳି ଗୋଟିଏ ପଟରେ ନୂଆ ସରକାର ପାଇଁ ନିବେଶକମାନେ କାରବାରରେ ପୁଃନଜଡିତ ହେଉଥିବାବେଳେ ଷ୍ଟକ ମାକେର୍ଟର କାରବାରରେ ମଧ୍ୟ ସୁଧାର ଆସିଛି। ଏପରିକି ଗୁରୁବାର ଶେୟାର ବଜାରର କାରବାର ଶେଷ ସୁଦ୍ଧା ବିଏସ୍‌ଇ ସେନ୍‌ସେକ୍ସ ୦.୯୩% ବୃଦ୍ଧି ଘଟିଥିବାବେଳେ ନିଫ୍ଟି ୫୦ରେ ୦.୮୯% ବୃଦ୍ଧି ହୋଇଛି। ସେହିପରି ବିଏସ୍‌ଇ ସ୍ମଲକ୍ୟାପ ୨.୨୮% ଏବଂ ବିଏସ୍‌ଇ ମିଡକ୍ୟାପ ୩.୦୬% ବୃଦ୍ଧିପାଇଥିବାବେଳେ ନିଫ୍ଟି ମିଡକ୍ୟାପ ୨.୨୪% ଏବଂ ନିଫ୍ଟି ସ୍ମଲକ୍ୟାପ ୩.୦୮% ବୃଦ୍ଧି ପାଇଛି। ଏପରିକି ନିଫ୍ଟି ବ୍ୟାଙ୍କିଙ୍ଗ୍‌ (ବ୍ୟାଙ୍କ) ୦.୪୮% ବୃଦ୍ଧି ହୋଇଛି ବୋଲି ଶେୟାର ବଜାର ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସ ପଞ୍ଜୀକୃତ ନିବେଶକଙ୍କ ମଧ୍ୟରେ ବଜାଜ ଅଟୋ, ଟିଭିଏସ୍‌ ମୋଟର କମ୍ପାନୀ ଏବଂ ୟୁନାଇଟେଡ୍‌ ସ୍ପ୍ରିରଟି ଭଳି ନିବେଶକଙ୍କ ନିବେଶ ବୃଦ୍ଧି ଘଟିଛି। ଏପରିକି ନିଫ୍ଟି ୫୦ରେ ଏଚ୍‌ସିଏଲ୍‌, ଟେକ୍‌ ମହିନ୍ଦ୍ରା ଏବଂ ଶ୍ରୀରାମ ଫାଇନାନ୍ସ ଭଳି ନିବେଶକଙ୍କ ସମ୍ପତ୍ତି ବୃଦ୍ଧି ଘଟିଥିଲାବେଳେ ସେକ୍ଟେରାଲ କ୍ଷେତ୍ରରେ ଏଫ୍‌ଏମ୍‌ସିଜି, ଫାର୍ମା,ହେଲ୍‌ଥ କେୟାରଏବଂ ଘରୋଇ ବ୍ୟାଙ୍କ ସମେତ ରିଅଲିଟି, ମିଡିଆ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ, ଆଇଟି, ଅଏଲ ଆଣ୍ଡ ଗ୍ୟାସ୍‌ ଭଳି ନିବେଶ ସଂସ୍ଥାର ନିବେଶ ପୂର୍ବଦିନ ଅପେକ୍ଷା ଯଥେଷ୍ଟ ପରିମାଣରେ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri