୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ: ଘଡ଼ଘଡ଼ି ବିଜୁଳି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୬(ଅନୁରାଧା ମହାରଣା)- ଏଥର ଶୀଘ୍ର ଆସିବ ମୌସୁମୀ। ୨ ରୁ ୩ ଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଉଛି। ସ୍ବାଭାବିକ ସମୟର ୨ ଦିନ ପୂର୍ବରୁ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଓଡିଶା ମୌସୁମୀ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି। ମୌସୁମୀକୁ ବାଟ କଡ଼େଇଆଣିବାରେ କାଳବୈଶାଖୀ ସହାୟକ ହେବ।
ଆସନ୍ତା ୩ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛିକିଛି ସ୍ଥାାନରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଶନିବାରଠାରୁ ସାଧାରଣ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ୮ ତାରିଖଠାରୁ ଦିନ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ବରଗଡ, ବଲାଙ୍ଗୀର ଓ ନୂଆପଡାରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଏହି ସମୟରେ ୪୦ ରୁ ୪୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ। ୫ ଦିନ ଗରମ ଓ ଗୁଳୁଗୁଳି ଓଡିଶାବାସୀଙ୍କୁ କଲବଲ କରିବ। ବଜ୍ରପାତ ନେଇ ୨୦ ଜିଲାକୁ ୟେଳୋ ଓ୍ବାର୍ନିଂ ଜାରି କରାଯାଇଛି। ଦକ୍ଷିଣ ଓଡିଶାର ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସୂଚନା ଥାଉକି, ରାଜ୍ୟରେ ଗତକିଛିଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ଏହି କ୍ରମରେଗୁରୁବାର ୧୨ରୁ ଅଧିକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ କରାଯାଇଛି। ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ହୋଇଥିବାବେଳେ ଦ୍ୱୈତ ନଗରୀ କଟକ ଭୁବନେଶ୍ୱରରେ ମଧ୍ୟ ଗୁଳୁଗୁଳି ଲୋକଙ୍କୁ ଅତିଷ୍ଠ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri