Posted inଜାତୀୟ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବ: ଦିଲ୍ଲୀରେ ୨ ଦିନ ନୋ ଫ୍ଲାଇଙ୍ଗ ଜୋନ, ତ୍ରିସ୍ତରୀୟ ସୁରକ୍ଷା

ନୂଆଦିଲ୍ଲୀ,୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ରମାଗତ ତୃତୀୟ ଶପଥ ଗ୍ରହଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ରବିବାରଠାରୁ ଦୁଇ ଦିନ (ଜୁନ ୯ ଏବଂ ୧୦) ପର୍ଯ୍ୟନ୍ତ ଜାତୀୟ ରାଜଧାନୀକୁ ନୋ ଫ୍ଲାଇଙ୍ଗ ଜୋନ ଭାବରେ ଘୋଷଣା କରିଛି। ଏହି ଅବଧି ମଧ୍ୟରେ ପାରାଗ୍ଲାଇଡର୍‌, ପାରା-ମୋଟର, ହ୍ୟାଙ୍ଗ ଗ୍ଲାଇଡର୍‌, ୟୁଏଭି, ୟୁଏଏସ, ହଟ ଏୟାର ବେଲୁନ, ମାଇକ୍ରୋଲାଇଟ ବିମାନ ଏବଂ ରିମୋଟ ଚାଳିତ ବିମାନ ଉଡ଼ାଣ ଉପରେ ନିଷେଧାଦେଶ ରହିବ। ଏଥିରେ ଅବହେଳା ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ଏହି ନିଷେଧାଦେଶ ଜାରି କରି ଦିଲ୍ଲୀ ପୋଲିସ କମିଶନର ସଞ୍ଜୟ ଆରୋରା କହିଛନ୍ତି ଯେ କିଛି ସୂଚନା ରହିଛି ଯେ ଭାରତ ବିରୋଧୀ ଅପରାଧୀ, ସାମାଜିକ ବିରୋଧୀ ଉପାଦାନ କିମ୍ବା ଆତଙ୍କବାଦୀମାନେ ସାଧାରଣ ଜନତା, ମାନ୍ୟଗଣ୍ୟ ବ୍ୟକ୍ତି ତଥା ଗୁରୁତ୍ୱପୂର୍ଣ୍ଣ ପ୍ରତିଷ୍ଠାନର ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିପାରନ୍ତି। ଦିଲ୍ଲୀ ଅଞ୍ଚଳକୁ ନୋ ଫ୍ଲାଇଙ୍ଗ ଜୋନ ବୋଲି ଘୋଷଣା କରିବା ସହିତ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ଏବଂ ଅନ୍ୟାନ୍ୟ ସମ୍ବେଦନଶୀଳ ଅଞ୍ଚଳ ନିକଟରେ ଡ୍ରୋନ ଏବଂ ଲେଜର ବିମ କାର୍ଯ୍ୟକଳାପ ବନ୍ଦ କରିବାକୁ ମଧ୍ୟ ନିଷେଧାଦେଶ ଜାରି କରାଯାଇଛି ବୋଲି ସେ କହିଛନ୍ତି। ବହୁ ସଂଖ୍ୟକ ଦିଲ୍ଲୀ ପୋଲିସ ଏବଂ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଉଛି। କୌଣସି ଅନଧିକୃତ ଯାନକୁ ସୁରକ୍ଷା ଅଞ୍ଚଳରେ ପ୍ରବେଶ ନକରିବା ପାଇଁ ତୀବ୍ର ଯାଞ୍ଚ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri