ଇତିହାସ ରଚିବା ପରେ ଖସିଲା ଶେୟାର ମାର୍କେଟ୍‌

ମୁମ଼୍ବାଇ, ୧୦।୬: ସପ୍ତାହର ପ୍ରଥମ ଦିନ ଶେୟାର ମାର୍କେଟ ଏହାର ପୁରୁଣା ରେକର୍ଡ ଭାଙ୍ଗି ନୂଆ ଇତିହାସ ରଚିଥିଲା। ହେଲେ ସୋମବାର କାରବାର ଶେଷ ବେଳକୁ ବଜାରରେ ହ୍ରାସ ହୋଇଥିଲା । ଆଇଟି ଏବଂ ବ୍ୟାଙ୍କିଙ୍ଗ୍‌ ସେକ୍ଟର ଆଜି ଭଲ କାରବାର କରିଛି । ଏହି ଷ୍ଟକ୍ସରୁ ନିବେଶକ ଭଲ ଲାଭ କରିଛନ୍ତି । ସେନ୍‌ସେକ୍ସ ୫୯୦ ପଏଣ୍ଟ ଖସି ଯାଇଥିବା ବେଳେ ନିଫ୍ଟି ୧୫୦ ପଏଣ୍ଟ ଖସିଯାଇଥିଲା । କାରବାର ଶେଷ ବେଳକୁ ସେନ୍‌ସେକ୍ସ ୨୦୩ ପଏଣ୍ଟ ହ୍ରାସ ପାଇ ୭୬,୪୯୦ ଅଙ୍କରେ ଏବଂ ନିଫ୍ଟିରେ ୩୧ ପଏଣ୍ଟ ହ୍ରାସ ପାଇ ୨୩,୨୫୯ ଅଙ୍କରେ ବନ୍ଦ ହୋଇଥିଲା ।

ସୂଚନା ଥାଉକି, ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ଶେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଥିଲା । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଥିବା ବେଳେ ଏହାର ପ୍ରଭାବ ଶେୟାର ମାର୍କେଟ ଉପରେ ପଡ଼ିଛି । ସୋମବାର ମାର୍କେଟ ଜୋରଦାର୍‌ ବୃଦ୍ଧି ସହିତ ଖୋଲିଥିଲା । ଏଥିସହିତ ସମସ୍ତ ରେକର୍ଡ ଭାଙ୍ଗି ୭୭,୦୦୦ ପଏଣ୍ଟରେ ପହଞ୍ଚିଯାଇଥିଲା । ସପ୍ତାହର ଆରମ୍ଭ ଦିନରୁ ବିଏସଇର ସେନ୍ସେକ୍ସ ୩୨୩.୬୪ ଅଙ୍କ ବୃଦ୍ଧି ପାଇ ପ୍ରଥମଥର ପାଇଁ ୭୭,୦୦୦ ଅଙ୍କ ପାର କରିଥିଲା। ଆଜି ୭୭,୦୧୭ ପଏଣ୍ଟରେ ମାର୍କେଟ ଖୋଲିଥିଲା। ଅନ୍ୟପଟେ ନିଫ୍ଟିରେ ମଧ୍ୟ ବୃଦ୍ଧି ହୋଇ ୧୦୫ ଅଙ୍କ ବୃଦ୍ଧି ପାଇ ୨୩,୪୦୦ରେ ଖୋଲିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri