Posted inଜାତୀୟ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରେମ ସିଂ

ଗାଙ୍ଗଟକ୍‌,୧୦ା୬: ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍‌କେଏମ୍‌)ର ଅଧ୍ୟକ୍ଷ ପ୍ରେମ ସିଂ ତାମଙ୍ଗ ଦ୍ୱିତୀୟ ଥର ପାଇଁ ସିକିମ୍‌ ମୁଖ୍ୟମନ୍ତ୍ରୀ ଭାବେ ସୋମବାର ଶପଥ ଗ୍ରହଣ କରିଛନ୍ତି। ପାଲ୍‌ଜୋର ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀ ଭାବେ ପ୍ରେମ ସିଂଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ତାଙ୍କ ସହ ମନ୍ତ୍ରୀ ପରିଷଦର ସଦସ୍ୟମାନେ ମଧ୍ୟ ଶପଥ ନେଇଛନ୍ତି।

ସଦ୍ୟସମାପ୍ତ ସିକିମ ବିଧାନସଭା ନିର୍ବାଚନରେ ଏସ୍‌କେଏମ୍‌ ୩୨ ଆସନରୁ ୩୧ଟିରେ ବିଜୟୀ ହୋଇ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରିଥିଲା। ବିରୋଧୀ ଦଳ ସିକିମ୍‌ ଡେମୋକ୍ରାଟିକ୍‌ ଫ୍ରଣ୍ଟ (ଏସ୍‌ଡିଏଫ୍‌)କୁ ମାତ୍ର ଗୋଟିଏ ଆସନ ମିଳିଥିଲା। ନିର୍ବାଚନ ବେଳେ ଯେଉଁସବୁ ପ୍ରତିଶ୍ରୁତି ଦିଆଯାଇଛି, ୫ ବର୍ଷରେ ସବୁ ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଗତ ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ସହ ସିକିମ୍‌ର ୩୨ ବିଧାନସଭା ଆସନ ଲାଗି ମତଦାନ ଅନୁଷ୍ଠିତ ହୋଇଥିଲା। ପ୍ରେମ ସିଂ ରେନୋକ୍‌ ଆସନରୁ ଏସ୍‌ଡିଏଫ୍‌ ପ୍ରାର୍ଥୀ ସୋମନାଥ ପୌଡ୍ୟାଲଙ୍କୁ ୭,୩୯୬ ଭୋଟ ବ୍ୟବଧାନରେ ହରାଇ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୯ ନିର୍ବାଚନରେ ଏସ୍‌କେଏମ୍‌ ୧୭ ଆସନ ଜିତି ସରକାର ଗଢ଼ିଥିବା ବେଳେ ଏସ୍‌ଡିଏଫ୍‌କୁ ୧୫ ଆସନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri