୫ ବର୍ଷ ପରେ କ୍ୟାବିନେଟ୍‌କୁ ଫେରିଲେ ଜୁଏଲ

ଭୁବନେଶ୍ୱର, ୧୧।୬(ସୁନିତ୍‌ ମିଶ୍ର):କେନ୍ଦ୍ରରେ ଗଠନ ହୋଇଥିବା ନୂଆ ଏନ୍‌ଡିଏ ସରକାରରେ ଓଡ଼ିଶାରୁ ୩ ଜଣଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ପଦ ମିଳିଛି। ଗତ ମନ୍ତ୍ରିମଣ୍ଡଳରେ ପୂର୍ବରୁ ରହିଆସିଥିବା ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ପୁଣିଥରେ ସାମିଲ ହୋଇଥିବା ବେଳେ ଜୁଏଲ ଓରାମଙ୍କୁ ୫ ବର୍ଷ ପରେ ପୁଣି ସୁଯୋଗ ମିଳିଛି। ସେ ତାଙ୍କର ପୁରୁଣା ମନ୍ତ୍ରଣାଳୟ ଆଦିବାସୀ ବ୍ୟାପାର ପାଇଛନ୍ତି।
ଲୋକ ସଭା ଆସନରୁ କ୍ରମାଗତ ବିଜୟୀ ହୋଇଆସୁଥିବା ଜୁଏଲଙ୍କୁ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ମନ୍ତ୍ରୀ ପଦ ମିଳି ନ ଥିଲା। ସେହି ସମୟରେ ଅର୍ଜୁନ ମୁଣ୍ଡାଙ୍କୁ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଥିବା ଜୁଏଲ ୧୯୯୮ରେ ପ୍ରଥମ କରି ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ। ଅଟଳ ବିହାରୀ ବାଜପେୟୀଙ୍କ ସରକାର ଦ୍ୱାରା ନୂଆକରି ଗଢ଼ା ଯାଇଥିବା ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟରେ ତାଙ୍କୁ ମନ୍ତ୍ରୀ ପଦ ମିଳିଥିଲା। ୨୦୦୪ରେ ସେ ତୃତୀୟ ଥର ଲାଗି ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ସେ ହାରିଯାଇଥିଲେ। ୨୦୧୪, ୨୦୧୯ ଏବଂ ୨୦୨୪ରେ ସେ ସୁନ୍ଦରଗଡ଼ ଲୋକ ସଭା କ୍ଷେତ୍ରରୁ ନିର୍ବାଚିତ ହୋଇଛନ୍ତି। ୨୦୧୪ରେ ମୋଦି ସରକାରଙ୍କ ପ୍ରଥମ ପାଳିରେ ଜୁଏଲ ଆଦିବାସୀ ବ୍ୟାପାର ମନ୍ତ୍ରୀ ଭାବେ ଶପଥ ନେଇଥିଲେ। ତେବେ ସମ୍ବଲପୁର ଲୋକ ସଭା ଆସନରୁ ବିଜୟୀ ହୋଇଥିବା ଧର୍ମେନ୍ଦ୍ରଙ୍କୁ ପୂର୍ବ ଭଳି ଶିକ୍ଷା ମନ୍ତ୍ରଣାଳୟ ଦିଆଯାଇଛି। ଧର୍ମେନ୍ଦ୍ର ୨୦୧୪ରୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ। ୨୦୧୭ରେ ତାଙ୍କୁ ରାଷ୍ଟ୍ର ପାହ୍ୟାରୁ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ପଦୋନ୍ନତି ମିଳିଥିଲା। ୨୦୧୯ରେ ସେ ମୋଦି ସରକାରଙ୍କ ଦ୍ୱିତୀୟ ପାଳିରେ ପୁଣିଥରେ ସମାନ ମନ୍ତ୍ରଣାଳୟ ସହିତ ଇସ୍ପାତ ମନ୍ତ୍ରଣାଳୟର ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ୨୦୨୧ରେ କେନ୍ଦ୍ର ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ତାଙ୍କୁ ଶିକ୍ଷା ମନ୍ତ୍ରଣାଳୟ ଦାୟିତ୍ୱ ଦିଆଯାଇଥିଲା। ଏହାପରେ ୨୦୨୪ରେ ସେ ପୁନର୍ବାର ସମାନ ମନ୍ତ୍ରଣାଳୟ ଦାୟିତ୍ୱ ପାଇଛନ୍ତି। ଅନୁରୂପ ଭାବେ ରାଜ୍ୟ ସଭା ସଦସ୍ୟ ଅଶ୍ୱିନୀଙ୍କୁ ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେ ଦୁଇଥର ରାଜ୍ୟ ସଭାକୁ ମନୋନୀତ ହୋଇଛନ୍ତି। ସେ ପ୍ରଥମ ଥର ୨୦୨୧ରେ ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ହୋଇଥିଲେ। ଏହାପରେ ସେ ପୁଣିଥରେ ନୂଆ ମନ୍ତ୍ରିମଣ୍ଡଳରେ ସମାନ ଦାୟିତ୍ୱ ସହିତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ପାଇଛନ୍ତି। ଉଲ୍ଲେଖଯୋଗ୍ୟ, ଓଡ଼ିଶାରୁ ମନ୍ତ୍ରୀ ଦାୟିତ୍ୱରେ ଥିବା ବିଶ୍ୱେଶ୍ୱର ଟୁଡୁଙ୍କୁ ଦଳ ସଦ୍ୟ ସମାପ୍ତ ନିର୍ବାଚନରେ ଟିକେଟ ଦେଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri