ସମ୍ବଲପୁରବାସୀଙ୍କୁ କ୍ଷମା ମାଗିଲେ ଧର୍ମେନ୍ଦ୍ର: ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୧୧।୬(ସୁନିତ୍‌ ମିଶ୍ର):ସମ୍ବଲପୁର ଲୋକ ସଭା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଏକ ଭିଡିଓ ଜାରିକରି ସମ୍ବଲପୁରୀ ଭାଷାରେ ଶୀତଳଷଷ୍ଠୀର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନଠାରୁ ଶୀତଳଷଷ୍ଠୀ ପର୍ବ ଆରମ୍ଭ ହେବା ଅତ୍ୟନ୍ତ ଆନନ୍ଦ ଓ ଉଲ୍ଲାସର ବିଷୟ। ଶୀତଳଷଷ୍ଠୀ ହେଉଛି ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଐତିହ୍ୟର ଭବ୍ୟ ସ୍ବରୂପ। ଦେବଦମ୍ପତି ପ୍ରଭୁ ଶିବ ଆଉ ମା’ ପାର୍ବତୀଙ୍କ ବିବାହ ଲୋକ-ପରମ୍ପରା ଅନୁସାରେ କରିବା ପରେ ଭଗବାନଙ୍କ ଆଶୀର୍ବାଦ ନେବାର ମହାନ ପର୍ବ ହେଉଛି ଶୀତଳଷଷ୍ଠୀ। ଏହା ଲୋକସଂସ୍କୃତି ଓ ଭାଇଚାରାକୁ ବ୍ୟାପକ କରିବାର ପର୍ବ। ଶୀତଳଷଷ୍ଠୀ ହେଉଛି ବର୍ଷା ପାଇଁ ଭଗବାନଙ୍କ ପାଖରେ ଆଶୀର୍ବାଦ ଭିକ୍ଷା କରିବାର ପବିତ୍ର ଅବସର। ଶୀତଳଷଷ୍ଠୀ ବେଳେ ସମସ୍ତେ ମିଳିମିଶି ଆମ ସମାଜରେ ଭାଇଚାରା ବଢ଼ାଇବା ଏବଂ ଭଲ ବର୍ଷା ପାଇଁ ଦେବଦମ୍ପତି ପ୍ରଭୁ ଶିବ ଓ ମାତା ପାର୍ବତୀଙ୍କ ନିକଟରେ ଗୁହାରି କରିବା। ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ପ୍ରଗତି ଆଣିଦେବା ନେଇ କେନ୍ଦ୍ରମନ୍ତ୍ରୀ କାମନା କରିଛନ୍ତି। ଏହାବ୍ୟତୀତ ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର ସରକାରର ୩ୟ ପାଳିର ପ୍ରଥମ କ୍ୟାବିନେଟ୍‌ ଅନୁଷ୍ଠିତ ହେଉଛି। ମହାପ୍ରଭୁ ଓ ମା’ ସମଲେଇଙ୍କ ଆଶୀର୍ବାଦରୁ ପ୍ରଧାନମନ୍ତ୍ରୀ ତାଙ୍କୁ କ୍ୟାବିନେଟରେ ସ୍ଥାନ ଦେଇଛନ୍ତି। ପ୍ରଥମ କ୍ୟାବିନେଟ୍‌ ଅନୁଷ୍ଠିତ ହେଉଥିବା ଯୋଗୁ ସମ୍ବଲପୁରର ଶୀତଳଷଷ୍ଠୀ ଯାତ୍ରାରେ ସାମିଲ ହୋଇପାରୁନାହାନ୍ତି। ଏଥିପାଇଁ ସମ୍ବଲପୁରବାସୀଙ୍କ ପାଖରେ ସେ କ୍ଷମା ପ୍ରାର୍ଥନା କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

୨୩ରୁ ଏସବୁ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ବିଲରେ ଧାନ ବାହାରିବାକୁ ବସିଲାଣି। ଚାଷୀକୁଳ ଅସରାଏ ବର୍ଷାକୁ ଚାହିଁ ରହିଛନ୍ତି। ବର୍ଷା ହେଲେ ବିଲରେ ସୁନା ଫଳିବ। ବର୍ଷକର ପରିଶ୍ରମ ଚାଷୀଙ୍କୁ...

କାର୍ତ୍ତିକ ଆରମ୍ଭରୁ ଅସମ୍ଭାଳ, ଛୁଇଁହେଉନି ପରିବା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ): ପାର୍ବଣରେ ମହଙ୍ଗାମାଡ଼ ଖାଉଟିଙ୍କ ହର୍ଷୋଲ୍ଲାସକୁ ଫିକା କରିଦେଇଛି। ଆଳୁ, ପିଆଜ ଓ ତେଲ ସମେତ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀଗୁଡ଼ିକ ପୂର୍ବରୁ ଚଢ଼ାଦରରେ ବିକ୍ରି...

୨୦ରୁ ଊର୍ଦ୍ଧ୍ୱ ଟ୍ରେନ ବାତିଲ

ରାଉରକେଲା,୧୭।୧୦(ସଙ୍ଗୀତା ଜେନା): ଦକ୍ଷିଣ ପୂର୍ବ ରେଳବାଇ ପକ୍ଷରୁ ମରାମତି ଓ ଅନ୍ୟ କାର୍ଯ୍ୟ ପାଇଁ ଗୁରୁବାର ଏବଂ ଶୁକ୍ରବାର ୨ ଦିନ ଧରି ୨୦ରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri