Posted inଜାତୀୟ

କାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଚନ୍ଦ୍ରବାବୁ ନାଇଡୁ

ନୂଆଦିଲ୍ଲୀ,୧୧।୬: ଟିଡିପି ସୁପ୍ରିମୋ ଏନ ଚନ୍ଦ୍ରବାବୁ ନାଇଡୁ ଆସନ୍ତାକାଲି ଅର୍ଥାତ ବୁଧବାର ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ। ସୂଚନା ଅନୁଯାୟୀ, ଚନ୍ଦ୍ରବାବୁ ନାଇଡୁ ସକାଳ ୧୧.୨୭ରେ ବିଜୟୱାଡାର କେସରପାଲି ଆଇଟି ପାର୍କରେ ଶପଥ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବା ପରେ ଏହା ତାଙ୍କର ଚତୁର୍ଥ କାର୍ଯ୍ୟକାଳ ହେବ। ଏହା ପୂର୍ବରୁ ମଙ୍ଗଳବାର ଟିଡିପି ଏବଂ ଏନଡିଏ ସହଯୋଗୀମାନେ ଚନ୍ଦ୍ରବାବୁ ନାଇଡୁଙ୍କୁ ସେମାନଙ୍କର ବିଧାୟକ ଦଳ ନେତା ଭାବରେ ମନୋନୀତ କରିଛନ୍ତି।

ବର୍ତ୍ତମାନ ଟିଡିପି, ଭାଜପା ଓ ଜନସେନାର ନେତାମାନେ ରାଜ୍ୟପାଳ ଏସ ଅବଦୁଲ ନାଜିରଙ୍କୁ ଭେଟିବେ ଏବଂ ସରକାର ଗଠନ ପାଇଁ ସୁପାରିଶ କରିବେ।

ଚନ୍ଦ୍ରବାବୁ ନାଇଡୁଙ୍କ ସହ ଆଉ କିଛି ନେତା ଶପଥ ଗ୍ରହଣ କରିବାର ସମ୍ଭାବନା ରହିଛି। ଏଥିମଧ୍ୟରେ ଟିଡିପି ସାଧାରଣ ସମ୍ପାଦକ ତଥା ନାଇଡୁଙ୍କ ପୁଅ ନାରା ଲୋକେଶ ଏବଂ ଜନସେନା ନେତା ଏନ ମନୋହର ମଧ୍ୟ ରହିପାରନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଅନ୍ୟ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧ୍ୟ ଯୋଗଦେବେ ବୋଲି ଆଶା କରାଯାଉଛି।

ଚନ୍ଦ୍ରବାବୁ ନାଇଡୁ ଚତୁର୍ଥ ଥର ପାଇଁ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ୧୯୯୫ରେ ନାଇଡୁ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ନାଇଡୁ ଦୁଇଥର ସଂଯୁକ୍ତ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ କାର୍ଯ୍ୟକାଳ କ୍ରମାଗତ ୯ ବର୍ଷ ପରେ ୨୦୦୪ରେ ସମାପ୍ତ ହୋଇଥିଲା । ଆନ୍ଧ୍ରପ୍ରଦେଶର ବିଭାଜନ ପରେ ନାଇଡୁ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେ ୨୦୧୪ରେ ବିଭାଜିତ ଆନ୍ଧ୍ରପ୍ରଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୨୦୧୯ରେ ତାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା।

୨୦୧୯ରେ ନିର୍ବାଚନ ହାରିବା ପରେ ଚନ୍ଦ୍ରବାବୁ ନାଇଡୁ ୨୦୧୪ ପର୍ଯ୍ୟନ୍ତ ବିରୋଧୀ ଦଳ ନେତା ରହିଥିଲେ। ୨୦୨୪ ନିର୍ବାଚନରେ ଏକ ବଡ଼ ବିଜୟ ପରେ ପୁଣି ଥରେ ସେ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଛନ୍ତି। ଟିଡିପି, ଭାଜପା ଏବଂ ଜନସେନାଙ୍କୁ ନେଇ ଗଠିତ ଏନଡିଏ ଲୋକ ସଭାରେ ୨୧ଟି ଏବଂ ବିଧାନସଭାରେ ୧୬୪ଟି ଆସନ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri