ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୧।୬: ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଦିନ ୨ ଟା ୧୦ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସିଧା ରାଜଭବନ ଯିବେ । ଅପରାହ୍ନ ସାଢ଼େ ୪ ଟାରେ ରାଜଭବନରୁ ବାହାରି ଜନତା ମଇଦାନକୁ ଯିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଶପଥ ସମାରୋହରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖାଯାଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ମୋଟ୍‌ ୬୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବାବେଳ ସମ୍ପୂର୍ଣ୍ଣ ସଭାସ୍ଥଳକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି।ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସମେତ ୧୩ ଜଣ ଡିସିପି ର଼୍ୟାଙ୍କର ଅଧିକାରୀ, ୧୮ ଜଣ ଅତିରିକ୍ତ ଡିସିପି, ୫୮ ଜଣ ଏସିପି, ୯୪ ଜଣ ଇନ୍ସପେକ୍ଟର, ୩୧୨ ଜଣ ଏସ୍‌ଆଇ/ଏଏସ୍‌ଆଇ ଦାୟିତ୍ୱରେ ରହିଛନ୍ତି। ଅନ୍ୟପକ୍ଷରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବା ପାଇଁ ୩ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌ (ଏସ୍‌ଟିୟୁ) ମୁତୟନ କରାଯାଇଛି। ଏଥିସହ କୌଣସି ପ୍ରତିକୂଳ ପରିସ୍ଥିତି ପାଇଁ ଗୋଟିଏ ଓଡ୍ରାଫ୍‌ ଟିମ୍‌ ମଧ୍ୟ ଦାୟିତ୍ୱରେ ରହିଛନ୍ତି। ବ୍ଲ୍ୟୁ ବୁକ୍‌ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଥିବାବେଳେ ରୁଟ ଲାଇନ୍‌ ଓ ଜନତା ମଇଦାନର ଡଗ୍‌ ସ୍କ୍ବାଡ୍‌ ଦ୍ୱାରା ନିୟମିତ ଯାଞ୍ଚ ଜାରି ରହିଛି। ଭୁବନେଶ୍ୱରରେ ବିଭିନ୍ନ ହୋଟେଲରେ ମଧ୍ୟ ଯାଞ୍ଚ ସହ ନାଇଟ୍‌ ବ୍ଲକିଂ ଓ ଚେକିଂ ଜାରି ରହିଥିବା ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri