ପିଏମ୍‌ କିଶାନ ଯୋଜନାରେ ଗଞ୍ଜାମର ୨.୬୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ହଜାର ଟଙ୍କା

ଛତ୍ରପୁର, ୧୮।୬(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ )- ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମେ ପିଏମ୍‌ କିଷାନ ସମ୍ମାନ ନିଧି ପ୍ରଦାନ ସମ୍ବନ୍ଧୀୟ ଫାଇଲରେ ଦସ୍ତଖତ କରିଥିଲେ । ମଙ୍ଗଳବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ ତମ କିସ୍ତି ସହ କୃଷି ସଖୀ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି । ଡିବିଟି ମାଧ୍ୟମରେ ସିଧାସଳଖ କୃଷକଙ୍କ ବ୍ୟାଙ୍କ ଖାତାକୁ ୨ ହଜାର ଟଙ୍କା ଯାଇଛି ।

ଏହି ଯୋଜନାରେ ଚାଷୀମାନେ ବର୍ଷକୁ ୬ ହଜାର ଟଙ୍କା ପାଇବେ। ଏହା ତିନୋଟି କିସ୍ତିରେ ମିଳିବ । ଏହି ଅବସରରେ ରାଜ୍ୟର ବିଭିନ୍ନ ହିତାଧିକାରୀମାନଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି । ଖୁସି ହେଲେ କୃଷକ … ରାଷ୍ଟ୍ର ହେବ ଉନ୍ନତ ଉଦେଶ୍ୟ ନେଇ ବାରଣାସୀଠାରୁ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିଛନ୍ତି। ଏହି ଦିବସକୁ ପିଏମ୍‌ କିଷାନ ଉତ୍ସବ ଭାବେ ପାଳନ ସହକାରେ ଗଞ୍ଜାମ ଜିଲାର ଛତ୍ରପୁର ସ୍ଥିତ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ସିଧା ପ୍ରସାରଣ ହୋଇଥିଲା। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ବାଣିଜ୍ୟ , ପରିବହନ ,ଇସ୍ପାତ ଓ ଖଣି ବିଭାଗର ମନ୍ତ୍ରୀ ବିଭୂତି ଭୁଷଣ ଜେନା ଯୋଗଦେଇ ଏହି ଯୋଜନା ସଂପର୍କରେ ଆଲୋକପାତ କରିଥିଲେ । ଏହାସହିତ ପ୍ରଧାନମନ୍ତ୍ରୀ କରିଥିବା ବିଭିନ୍ନ ଯୋଜନା ସମ୍ପର୍କରେ ମଧ୍ୟ ସେ କହିଥିଲେ । ଗଞ୍ଜାମ ଜିଲାରେ ଜଳସେଚନ ସୁବିଧା ନ ଥିବାରୁ ଅଧା ଚାଷ ଜମିରେ ଚାଷ ହୋଇପାରୁ ନାହିଁ । ଏହାର ସମାଧାନ ଦିଗରେ ଆମ ସରକାର କାର୍ଯ୍ୟ କରିବ ବୋଲି ମଧ୍ୟ ସେ କହିଥିଲେ ।

ଗଞ୍ଜାମ ଜିଲାରେ ୨ଲକ୍ଷ ୬୦ହଜାର ୧୧୦ ଜଣ ଚାଷୀଙ୍କ ଖାତାକୁ ଏହି ଟଙ୍କା ଯାଇଥିବା କୁହାଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଆସିକା ସାଂସଦ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ବ୍ରହ୍ମପୁର ବିଧାୟକ କେ.ଅନିଲ, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଗଞ୍ଜାମ ଜିଲାପରିଷଦର ସିଡିଓ ମଧୁମିତା, ଗଞ୍ଜାମ ଜିଲା ମୁଖ୍ୟ କୃଷି ଅଧିକାରୀ ସୁଧାଂଶୁ କୁମାର ନନ୍ଦଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ମାନେ ଯୋଗଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ । ଶେଷରେ ଉଦ୍ୟାନ ବିଭାଗର ଉପନିର୍ଦେଶକ କନ୍ଧ ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ଜିଲାର ବହୁ କୃଷକ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ବଞ୍ଚିଲେ ଚାଷ ବଞ୍ଚିବ

ବରଗଡ଼୍‌,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଶନିବାର ସମାଜବାଦୀ ଚିନ୍ତାନାୟକ କିଶନ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ

ସମ୍ବଲପୁର, ୨୮ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ବଡ଼ଡୁଙ୍ଗୁରୀ ଗ୍ରାମରେ ୨୦୨୦ ନଭେମ୍ବର ୮ ରେ ଘଟିଥିବା ନାବାଳିକା ବଳାତ୍କାର ମାମଲାର ରାୟ...

ଥମୁନି ଦାଦନ ଦୁଃଖ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୁଳ ରାମପୁର,୨୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡିରେ ପୁଣି ଦାଦନ ଦୁଃଖ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି...

ଆର୍‌ଏସ୍‌ପିରେ ବଡ଼ ଧରଣର ବିସ୍ଫୋରଣ

ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି)ର ଷ୍ଟିଲ୍‌ ମେଲ୍‌ଟିଂ ଶପ୍‌ (ଏସ୍‌ଏମ୍‌ଏସ୍‌)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ...

ଭିଜିଲାନ୍ସ ଚଢ଼ାଉ, ଜଣାପଡିଲା ମନରେଗା ଯୋଜନାର ସତ!

କେସିଙ୍ଗା,୨୮।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ପକ୍ଷରୁ କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ମନେରେଗା ଯୋଜନାରେ ହୋଇଥିବା କାମର କେସ ରେକର୍ଡ ଭିଜିଲାନ୍ସ...

ଭଦ୍ରକ ତୁମୁଳକାଣ୍ଡର ୭ ଅଭିଯୁକ୍ତ ଗିରଫ: ଏସ୍‌ପି କହିଲେ…

ଭଦ୍ରକ,୨୮।୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼...

ଭାଜପାର ମାଷ୍ଟର ଗେମ୍‌: ପାର୍ବଣରେ ନୂଆ ପ୍ଲାନ୍‌, ହାତେଇ ନେବକି…

ଭୁବନେଶ୍ୱର,୨୮।୯: ଧରାପୃଷ୍ଠକୁ ଆସୁଛନ୍ତି ମା’ ଜଗତଜନନୀ ଦୁର୍ଗା। ଏନେଇ ଚଳଚଞ୍ଚଳ ହୋଇଉଠୁଛି ପୂଜା ମଣ୍ଡପ। ଏହି ପରିପ୍ରେକ୍ଷୀରେ ଭାଜପା ଏକ ବଡ଼ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ...

ଗଛରେ ରଶି ଲଗାଇ  ଝୁଲିପଡିଲେ ଯୁବକ

ବାଲିଗୁଡ଼ା,୨୮।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର କଞ୍ଜାମେଣ୍ଡି ଗ୍ରାମରେ ଏକ ଅଭାବନିୟ ଘଟଣା ଘଟିଛି। ଜଣେ ୨୨ବର୍ଷର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri