ଅଶାନ୍ତ ବାଲେଶ୍ୱର: ପୁଣି ବଢିଲା କର୍ଫ୍ୟୁ ଅବଧି

ବାଲେଶ୍ୱର,୧୮।୬(ମାନସ ବିଶ୍ବାଳ ): ବାଲେଶ୍ୱରରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ସହରରେ କର୍ଫ୍ୟୁ ଅବଧି ବଢାଯାଇଛି। ବାଲେଶ୍ବର ପୌରାଞ୍ଚଳରେ ୧୯ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ କର୍ଫ୍ୟୁ ବୃଦ୍ଧି କରାଯାଇଛି। କର୍ଫ୍ୟୁ ବୃଦ୍ଧି ନେଇ ବାଲେଶ୍ବର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ମିଳିଛି। ଓଟି ରୋଡ୍‌ ସଂଯୋଗ କରୁଥିବା ସବୁ ରାସ୍ତା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

କର୍ଫ୍ୟୁ କଟକଣା ଯୋଗୁଁ ଦୋକାନ ବଜାର ଓ ସ୍କୁଲ କଲେଜ ବନ୍ଦ ରହିବା ସହ ଲୋକଙ୍କୁ ଘରୁ ନ ବାହାରିବାକୁ ଅପିଲ କରିଛି ପୋଲିସ ପ୍ରଶାସନ। ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରଖାଯାଇଛି । ସହର ସାରା ପୁଲିସ ପଇଁତରା ମାରୁଛି । ପୁଲିସ ଆଜି ଆଜି ସଂଧ୍ୟାରେ ସହରରେ ଫ୍ଲାଗମାର୍ଚ କରିଛି । ଗତକାଲି ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇ ଢେଲାପଥର ମାଡ ସହ ବ୍ୟାପକ ହିଂସା ହୋଇଥିଲା ।

ଘଟଣାରୁ ପ୍ରକାଶ, ବାଲେଶ୍ୱର ସହର ଭୁଜାଖିଆ ପୀର ନିକଟସ୍ଥ ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ କେନ୍ଦ୍ରକରି ଉତ୍ତେଜନା ସୃଷ୍ଟି ହୋଇଛି। ଦୁଇ ଗୋଷ୍ଠୀ ମୁହଁାମୁହିଁ ହେବା ସହ ଆକ୍ରମଣ, ପ୍ରତି ଆକ୍ରମଣରେ ଉଭୟ ପକ୍ଷର ଅନେକ ଲୋକ ଆହତ ହୋଇଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସ ପକ୍ଷରୁ ଲାଠିଚାର୍ଜ କରାଯିବା ସହ ଲୁହବୁହା ଗ୍ୟାସ ପ୍ରୟୋଗ କରାଯାଇଥିଲା। ଉତ୍ତେଜନା ଲାଗିରହିଥିବାରୁ ସ୍ଥାନୀୟ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଥିଲା। ଗୋଟିଏ ସ୍ଥାନରେ ୫ଜଣରୁ ଅଧିକ ଏକାଠି ନ ହେବା ପାଇଁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ହୋଇପାରେ ବଡ ଧରଣର ଅଦଳବଦଳ: ଏସ୍‌ଆରସି ସତ୍ୟବ୍ରତ ସାହୁଙ୍କୁ ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୧।୭: ରାଜ୍ୟ ପ୍ରଶାସନରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି କୁହାଯାଉଛି । ଏହି ସମୟରେ ଉନ୍ନୟନ କମିଶନର ଅନୁ ଗର୍ଗ ଦିଲ୍ଲୀ ଯିବା ନେଇ...

ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଗୋପାଳପୁର,୧।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଚୋର ଦଳ ସକ୍ରିୟ ହୋଇପଡ଼ିଛନ୍ତି l ଗୋଟିଏ ପରେ ଗୋଟିଏ ଘରେ କଳାକନା ବୁଲାଇ...

୨ଜଣଙ୍କୁ ଦଳିଦେଲା ହାତୀ

ରାଉରକେଲା/ଟେନ୍‌ସା,୧ା୭(ସଙ୍ଗୀତା ଜେନା/ ସମୀର ପାଢ଼ୀ): ସୁନ୍ଦରଗଡ଼ ଜିଲାରେ ହାତୀ ଆତଙ୍କ ଥମୁନାହିଁ। ସୋମବାର ଜିଲାର ପୃଥକ୍‌ ପୃଥକ୍‌ ସ୍ଥାନରେ ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି।...

ଗାଡ଼ି ଧକ୍କାରେ ଚାଲିଗଲା ହେଟା ବାଘର ଜୀବନ

ଖଡ଼ିଆଳ,୧ା୭(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ୩୫୩ନଂ. ଜାତୀୟ ରାଜପଥର ପୋଡାପାଲି କେନାଲ ତ୍ରିବେଣୀ ଛକ ନିକଟରେ ସୋମବାର ଅଜଣା ଗାଡ଼ି ଧକ୍କାରେ ଏକ...

ପୁଣି ସକ୍ରିୟ ହେଲେ ପାଣ୍ଡିଆନ! ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୧।୭: ରାଜ୍ୟରେ ବିଜେଡି ଶାସନର ଅନ୍ତ ଘଟିଛି। ନିର୍ବାଚନୀରେ ବିଜେଡି କାହିଁକି ହାରିଲା ତା’ର ସମୀକ୍ଷା କରିବା ପାଇଁ ବିଜେଡି ତତ୍ପରତା ଦେଖାଉନଥିବା ଜଣାପଡିଛି। ତେବେ...

ପାଟ୍ରୋଲିଂ ବେଳେ ୧୪୩ କେଜି ଗଞ୍ଜେଇ ଜବତ, ସର୍ଚ୍ଚ ଅପରେଶନ ଜାରି

ଦାରିଙ୍ଗବାଡ଼ି,୧।୭ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ପୋଲିସକୁ ପୁଣି ଏକ ବଡ଼ ସଫକତା ମିଳିଛି। ଜଙ୍ଗଲରେ ପାଟ୍ରୋଲିଂ ବେଳେ ୧୪୩...

ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା

ଭୁବନେଶ୍ୱର,୧।୭: ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୋମବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଥିଲେ...

ରଥଯାତ୍ରାରେ ପୁରୀ ଆସୁଥିବା ଭକ୍ତଙ୍କ ହେବ ଗଣନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଉପମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri