Posted inଜାତୀୟ

ନିଟ୍‌ ଅନିୟମିତତା ମାମଲା: ପେପର୍‌ ଲିକ୍‌ ହୋଇଥିବା ମାନିଲେ ପରିକ୍ଷାର୍ଥୀ

ନୂଆଦିଲ୍ଲୀ,୨୦।୬: ନିଟ୍‌ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିଟ୍‌ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପ୍ରଶ୍ନପତ୍ର ଲିକ୍‌ ନେଇ ବଡ଼ ଖୁଲାସା କରିଛନ୍ତି। ସେ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ସ୍ବୀକାର କରିଛନ୍ତି।

ବିହାରର ଦାନାପୁର ନଗର ପରିଷଦର ୨୨ବର୍ଷିୟ ୟାଦବ ଏକ ଜାତୀୟ ଗଣମାଧ୍ୟମକୁ କହିଛନ୍ତି, ତାଙ୍କୁ ଲିକ୍‌ ପ୍ରଶ୍ନପତ୍ର ମିଳିଥିଲା। ଯାହା କି, ନିଟ୍‌ର ବାସ୍ତବିକ ପ୍ରଶ୍ନପତ୍ର ସହ ପୁରା ସମାନ ଥିଲା। ୟାଦବ ଏପରି ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଏକ ସ୍ବିକାରୋକ୍ତି ପତ୍ର ଦେଇଛନ୍ତି। ଯେଉଁଥିରେ ତାଙ୍କର ହସ୍ତାକ୍ଷର ବି ରହିଛି। ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସେ ଏହି ସ୍ବିକାରୋକ୍ତିରେ କହିଛନ୍ତି, ତାଙ୍କ ସମ୍ପର୍କୀୟ ସିକନ୍ଦର ପ୍ରସାଦ ୟାଦବେନ୍ଦୁ ଏହି ଲିକ୍‌ ପେପର୍‌ର ସବୁ ବ୍ୟବସ୍ଥା କରିଥିଲେ।

Confession letter by Anurag Yadav (Credits: India Today)

ସୂଚନାଥାଉ କି, ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ଏନଇଇଟି-ୟୁଜି ପରୀକ୍ଷା ଗତ ମେ’ ୫ରେ ଅନୁଷ୍ଠିତ ହୋଇଥିଲା। ଦେଶର ପ୍ରାୟ ୨୪ ଲକ୍ଷ ଛାତ୍ରୀଛାତ୍ର ୪,୭୫୦ ସେଣ୍ଟରରେ ଏହି ପ୍ରବେଶିକା ପରୀକ୍ଷା ଦେଇଥିଲେ। ୬୭ ଜଣ ପରୀକ୍ଷାର୍ଥୀଙ୍କୁ ସର୍ବୋଚ୍ଚ ନମ୍ବର ଦିଆଯାଇ ର଼୍ୟାଙ୍କ ଓ୍ବାନରେ ସ୍ଥାନିତ କରାଯାଇଥିଲା। ହରିୟାଣାର ଗୋଟିଏ ପରୀକ୍ଷା କେନ୍ଦ୍ରର ୬ ଜଣ ପିଲା ସର୍ବୋଚ୍ଚ ନମ୍ବର ରଖିଥିଲେ। କେତେକ ପରୀକ୍ଷା କେନ୍ଦ୍ରର ଛାତ୍ରୀଛାତ୍ରଙ୍କୁ ଅତ୍ୟଧିକ ଗ୍ରେସ୍‌ ମାର୍କ ଦିଆଯିବା ପରେ ସେମାନଙ୍କ ନମ୍ବର ୧୦୦% ରହିଥିଲା, ଯାହାକୁ ନେଇ ପ୍ରଶ୍ନ ଉଠିଛି। ସାନି ପରୀକ୍ଷା ଦାବିରେ ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପରୀକ୍ଷା ଅନିୟମିତତାକୁ ବିରୋଧକରି ବିଭିନ୍ନ ରାଜ୍ୟରେ ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍କିପକ୍ସ ଟେଷ୍ଟିଂ କିଟ୍‌କୁ ଡବ୍ଲ୍ୟୁଏଚ୍‌ଓର ମଞ୍ଜୁରୀ

ନୂଆଦିଲ୍ଲୀ,୫ା୧୦:ମଙ୍କିପକ୍ସ ରୋଗ ଚିହ୍ନଟ ପାଇଁ ପ୍ରଥମ ଟେଷ୍ଟିଂ କିଟ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମଞ୍ଜୁରୀ ପ୍ରଦାନ କରିଛି। ମଙ୍କିପକ୍ସ ଭୂତାଣୁରୁ ସୃଷ୍ଟି ହେଉଥିବା ଏହି...

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ...

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା...

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।...

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ...

ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…

ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri