କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ, ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି 

ଭୁବନେଶ୍ବର, ୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସକାଳ ୭ଟା ସମୟରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ କଳିଙ୍ଗ ଷ୍ଟାଡିୟମରେ ଯୋଗଦେଇଛନ୍ତି।

ଚଳିତ ବର୍ଷ ଯୋଗ ଦିବସ ପାଳନର ଥିମ୍ ରହିଛି ନିଜର ଓ ସମାଜ ପାଇଁ ଯୋଗ(ଯୋଗ ଫର ସେଲ୍ଫ୍ ଆଣ୍ଡ ସୋସାଇଟି) । ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ସୁସ୍ଥତା ପାଇଁ ଯୋଗର ଉପଯୋଗିତା ସଂପର୍କରେ ଜାଣି ଏହାକୁ ଦୈନନ୍ଦିନ ଅଭ୍ୟାସ ଭାବରେ ଗ୍ରହଣ କରିବା ପାଇଁ ସଂକଳ୍ପ ନେବା ଏବଂ ଏକ ସୁସ୍ଥ ଜୀବନ ଶୈଳୀ ପାଇଁ ଯୋଗର ଆବଶ୍ୟକତା ସଂପର୍କରେ ଜନ ସାଧାରଣଙ୍କୁ ଉତ୍ସାହିତ କରିବା ଏହି ଯୋଗ ଦିବସ ପାଳନର ଉଦ୍ଦେଶ୍ୟ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ନୟାପଲ୍ଲୀସ୍ଥିତ କସ୍ତୁରବା ସ୍କୁଲ ଫିଲ୍ଡ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଏମ୍‌ପି ସମ୍ବିତ ପାତ୍ର କୋଣାର୍କ, ବାଚସ୍ପତି ସୁରମା ପାଢ଼ୀ ନୟାଗଡ଼, ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ବିଧାୟକ ଟଙ୍କଧର ତ୍ରିପାଠୀ ଝାରସୁଗୁଡ଼ା, ମନ୍ତ୍ରୀ ରବି ନାରାୟଣ ନାଏକ ସମ୍ବଲପୁର, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଏମ୍‌ପି ବଳଭଦ୍ର ମାଝି ନବରଙ୍ଗପୁର, ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏବଂ ଏମ୍‌ପି ରୁଦ୍ରନାରାୟଣ ପାଣି ଢେଙ୍କାନାଳ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଖୋର୍ଦ୍ଧା, ମନ୍ତ୍ରୀ ମୁକେଶ ମହାଲିଙ୍ଗ ବଲାଙ୍ଗୀର, ବିଭୂତି ଭୂଷଣ ଜେନା ବ୍ରହ୍ମପୁର, ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଛତ୍ରପୁର, ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବାଟି ବାରିପଦା, ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ରାଇରଙ୍ଗପୁର, ଏମ୍‌ପି ଅଭିମନ୍ୟୁ ସେଠୀ ଏବଂ ବିଧାୟକ ସିତାଂଶୁ ଶେଖର ମହାପାତ୍ର ଭଦ୍ରକ, ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏବଂ ଏମ୍‌ପି ରବିନାରାୟଣ ବେହେ ବେହେରା ଯାଜପୁର ଏହିଭଳି ଅନ୍ୟ ମନ୍ତ୍ରୀ, ଏମ୍‌ପି ଓ ବିଧୟାକମାନେ ରାଜ୍ୟର ବିଭିନ୍ନ ସ୍ଥାନରେ ଆୟୋଜିତ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ...

ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri