Posted inରାଜ୍ୟ

ସମ୍ବଲପୁରରେ ଏମ୍ସ, ୫ ଲକ୍ଷ ଆବାସ

ଭୁବନେଶ୍ୱର,୨୩ା୬(ଅନିଲ ଦାସ)
ରାଜ୍ୟରେ ପ୍ରଥମ ଥର କ୍ଷମତାକୁ ଆସିଥିବା ଭାଜପା ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏଓ୍ବାଇ)ରେ ଓଡ଼ିଶାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ପାଇଁ ଅତିକମ୍‌ରେ ୫ ଲକ୍ଷ ଘର ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି। ସେହିପରି ସମ୍ବଲପୁରରେ ରାଜ୍ୟର ଦ୍ୱିତୀୟ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ୍‌ (ଏମ୍ସ) ସ୍ଥାପନ ସହିତ ଚଳିତ ନିର୍ବାଚନରେ ଦଳର ଇସ୍ତାହାରରେ ଘୋଷଣା କରାଯାଇଥିବା ‘ସୁଭଦ୍ରା ଯୋଜନା’କୁ କାର୍ଯ୍ୟକାରୀ ପାଇଁ ଆଂଶିକ ସହାୟତା ଯୋଗାଇ ଦେବାକୁ ପ୍ରସ୍ତାବ ଦିଆଯାଇଛି।
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ପ୍ରାକ୍‌ ବଜେଟ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଛି। ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଡକାଯାଇଛି। ଏଥିରେ ଯୋଗ ଦେଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଆଗାମୀ କେନ୍ଦ୍ର ବଜେଟ ୨୦୨୪-୨୫ରେ ଓଡ଼ିଶାରେ ଅନ୍ତର୍ଜାତୀୟ ନିବେଶ, ସେମିକଣ୍ଡକ୍ଟର ଶିଳ୍ପକୁ ଆକର୍ଷିତ କରିବା ସହ ଓଡ଼ିଶାକୁ ଏକ ନିବେଶ କେନ୍ଦ୍ର ଭାବରେ ଉପଯୁକ୍ତ ପ୍ରୋତ୍ସାହନ ଯୋଗାଇ ଦେବାକୁ ପ୍ରସ୍ତାବ ଦେଇଛନ୍ତି। ଏଥିସହିତ ପାରାଦୀପ ବନ୍ଦରର ସମ୍ପ୍ରସାରଣ ନିମନ୍ତେ କେନ୍ଦ୍ର ସରକାରଙ୍କ ସହାୟତା ଲୋଡ଼ିଛନ୍ତି। ଭିତ୍ତିଭୂମି ବିକାଶକୁ ତ୍ୱରାନ୍ବିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ୨୦୨୪-୨୫ ବଜେଟରେ ସ୍ବତନ୍ତ୍ର ସହାୟତା ଯୋଜନା ଅଧୀନରେ ଓଡ଼ିଶାକୁ ଅଧିକ ଅନୁଦାନ ଦେବାକୁ ରାଜ୍ୟ ସରକାର ଦାବି କରିଛନ୍ତି।
କେନ୍ଦ୍ର ବଜେଟରେ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌) ଅଧୀନରେ ବାର୍ଷିକ ଆବଣ୍ଟନର ଆଗୁଆ ସୂଚନା ଦେବାକୁ ଅନୁରୋଧ କରାଯାଇଛି। ଏହାଦ୍ୱାରା ରାଜ୍ୟମାନଙ୍କୁ ସେମାନଙ୍କ ବଜେଟକୁ ବାସ୍ତବ ଭିତ୍ତିରେ ପ୍ରସ୍ତୁତ ଏବଂ ପାଣ୍ଠିର ସମୟାନୁବର୍ତ୍ତୀ ଉପଯୋଗ କରିବାରେ ସହାୟକ ହେବ। ଏଥିସହିତ ଓଡ଼ିଶାରେ ଜାତୀୟ ରାଜପଥ, ବିଶେଷକରି ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇୱେ) ଏବଂ କ୍ୟାପିଟାଲ୍‌ ରିଜିଅନ୍‌ ରିଙ୍ଗ୍‌ ରୋଡ୍‌ (ସିଆର୍‌ଆର୍‌ଆର୍‌) ପ୍ରକଳ୍ପର ଶୀଘ୍ର ସମାପ୍ତି ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାକୁ ଦାବି କରାଯାଇଛି। ଓଡ଼ିଶାରେ ନୂତନ ସହରର ବିକାଶ ଏବଂ ଦ୍ରୁତ ସହରୀକରଣ ପାଇଁ କେନ୍ଦ୍ର ସରକାର ସହାୟତା ଯୋଗାଇବା ସହ ଓଡ଼ିଶାରେ ବିଦ୍ୟୁତ୍‌ କ୍ଷେତ୍ର ସମସ୍ୟାର ସମାଧାନ ନିମନ୍ତେ ସଂଶୋଧିତ ବିତରଣ ସେକ୍ଟର ସ୍କିମ୍‌(ଆର୍‌ଡିଏସ୍‌ଏସ୍‌) ଅଧୀନରେ ଓଡ଼ିଶା ବିଦ୍ୟୁତ୍‌ ବିତରଣ କମ୍ପାନୀ(ଡିସ୍‌କମ)ଗୁଡ଼ିକୁ ଅନ୍ତର୍ଭୁକ୍ତ କରିବା, ସବୁଜ ହାଇଡ୍ରୋଜେନ ଭଳି ନୂତନ ପ୍ରଯୁକ୍ତିବିଦ୍ୟା ପାଇଁ ଆର୍ଥିକ ସହାୟତା ଏବଂ ଓଡ଼ିଶାରେ ଗ୍ରୀନ୍‌ ଏନର୍ଜି କରିଡର ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ଅର୍ଥ ପ୍ରଦାନ କରିବାକୁ ଓଡ଼ିଶା ଦାବି କରିଛି।
ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ ଦେବ ଉପମୁଖ୍ୟମନ୍ତ୍ରୀଙ୍କ ସହ ବୈଠକରେ ଯୋଗ ଦେଇ ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର ମଧ୍ୟ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ଦାଖଲ କରିଛନ୍ତି। ରାଜ୍ୟର ଉପସ୍ଥାପିତ ସମସ୍ତ ଦାବି ଏବଂ ପରାମର୍ଶଗୁଡ଼ିକ ଅନୁଧ୍ୟାନ କରି ଉପଯୁକ୍ତ ପଦକ୍ଷେପ ନେବାକୁ କେନ୍ଦ୍ର ଅର୍ଥମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରତ୍ନ ଭଣ୍ଡାର ଖୋଲିବାକୁ ନେଇ ଆସିଲା ବଡ଼ ନିଷ୍ପତ୍ତି

ପୁରୀ, ୬।୭: ପୁରୀରେ ବସିଥିବା ରତ୍ନ ଭଣ୍ଡାର ଯାଞ୍ଚ କମିଟିର ବୈଠକରେ ଆଜି ରତ୍ନଭଣ୍ଡାର ଚାବି ଉପରେ ଫୋକସ କରାଯାଇଛି । ଚାବି ମଳିବା ପରେ...

‘ଏକ ପେଡ୍‌ ମା’ କେ ନାମ୍‌’ ଅଭିଯାନରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ: ବିଧାନସଭା ପରିସରରେ ଲଗାଇଲେ ଏହି ଗଛ

ଭୁବନେଶ୍ୱର,୬।୭(ଅସମାପିକା ସାହୁ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଓଡ଼ିଶାରେ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ: ୯ ଦିନ ରହିବେ ପୁରୀରେ

ଭୁବନେଶ୍ୱର,୭।୬: ଓଡ଼ିଶାରେ ପହଞ୍ଚିଛନ୍ତି ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ। ରଥଯାତ୍ରାରେ ସେ ୯ ଦିନ ପୁରୀରେ ରହିବା ସହ ବିଭିନ୍ନ ଆଧାତ୍ମିକ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।...

ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ

ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା।...

ସରକାରଙ୍କୁ BJDର ଟାର୍ଗେଟ୍‌, ପ୍ରମିଳା କହିଲେ ଆନ୍ଦୋଳନ କରିବୁ

ଭୁବନେଶ଼୍ବର, ୦୬।୦୭: ନିର୍ବାଚନ ସମୟରେ ଓଡ଼ିଶାବାସୀଙ୍କୁ ଭାରତୀୟ ଜନତା ପାର୍ଟି ଦେଇଥିବା ପ୍ରତିଶ୍ରୁତିକୁ ନେଇ ବିଜୁ ଜନତା ଦଳର ନେତ୍ରୀ ତଥା ବିରୋଧୀ ଦଳ ମୁଖ୍ୟସଚେତକ...

ଘରକୁ ପଶିଗଲା ଟ୍ରକ୍‌: ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଇରଙ୍ଗପୁର,୬।୭: ମୟୁରଭଞ୍ଜ ଜିଲା ରାଇରଙ୍ଗପୁରରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଟକ୍ର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘର ଭିତରକୁ...

ରାତିପାହିଲେ ଘୋଷଯାତ୍ରା; ତିନି ରଥକୁ ବିଜେ ହେଲା ଆଜ୍ଞାମାଳ

ପୁରୀ, ୫।୭(ଅଜିତ୍‌ କୁମାର ମହାନ୍ତି): ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ...

କୁସୁମା ବଙ୍ଗଳା କାହାର: ବଢ଼ୁଛି ଚର୍ଚ୍ଚା, ସ୍ପଷ୍ଟୀକରଣ ରଖିଲେ…

ଯାଜପୁର,୬।୭: ଯାଜପୁର କୁସୁମାରେ ଥିବା ବିବାଦୀୟ ବଙ୍ଗଳାକୁ ନେଇ ଚର୍ଚ୍ଚା ବଢ଼ୁଥିବା ବେଳେ ଏଗୁଡିକ କାହାର ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।  ତେବେ ଶନିବାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri