ଆଜି ଜନ୍ମ ମାଟି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

କେନ୍ଦୁଝର,୨୩।୬: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିବେ। ଏଥିପାଇଁ ପ୍ରସ୍ତୁତି ହୋଇସାରିଛି। କେନ୍ଦୁଝର ସହର ମଣ୍ଡୁଆ ସ୍ଥିତ ତାଙ୍କ ଘର ଆଗରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ଘଟଗାଁ, କେନ୍ଦୁଝର, ତାଙ୍କ ଗ୍ରାମ ରାଇକଳା ଓ ଝୁମ୍ପୁରା ରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ସଦର ବିଧାନସଭା ନିର୍ବାଚନମଣ୍ଡଳୀରୁ ଚତୁର୍ଥ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା ଓ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଥିବା ମୋହନ ଚରଣ ମାଝି ୨୩ ତାରିଖ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଘଟଗାଁରେ ଆସି ପହଞ୍ଚିବେ। ଏହାପରେ ମା’ ତାରିଣୀଙ୍କ ଦର୍ଶନ ସାରି ରୋଡ ଶୋ’ କରିବେ। ସେଠାରୁ ପୁଣି ସେହି ହେଲକପ୍ଟରରେ କେନ୍ଦୁଝର ଆସି ରିଜର୍ଭ ପୋଲିସ ପଡିଆରେ ଓହ୍ଲାଇବେ। ପୁଣି ସେଠାରୁ କାର ଯୋଗେ ପୁରୁଣା ସହର ଯାଇ ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କୁ ଦର୍ଶନ କରିବା ସହିତ ଆଶୀର୍ବାଦ ନେବେ । ଏହା ପରେ ଏକ ରୋଡ ଶୋ’ରେ କେନ୍ଦୁଝର ସହର ପରିକ୍ରମା କରିବେ। ପରେ ଷ୍ଟାଡିୟମ ଠାରେ ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ ।

ଏହାପରେ କେନ୍ଦୁଝର ସର୍କିଟ ହାଉସଠାରେ ସେ ରାତ୍ରିଯାପନ କରିବା ସହିତ ୨୪ ତାରିଖ ସକାଳେ ନିଜ ଗାଁ ରାଇକଳାକୁ ହେଲିକପ୍ଟରରେ ଯିବାର କାର୍ଯ୍ୟକ୍ରମ ରହିଛି । ଗାଁ ନିକଟରେ ଥିବା ଝୁମ୍ପୁରାରେ ଏକ ରୋଡ ଶୋ କାର୍ଯ୍ୟକ୍ରମ ପରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାପଡିଛି । ଭାଜପା ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେହିପରି ନିଜ ମାଟିରେ ଜିଲାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଓ ସ୍ବାଗତ ସମ୍ବର୍ଦ୍ଧନା ଜଣାଇବାକୁ ଲୋକେ ବ୍ୟାପକ ପ୍ରସ୍ତୁତି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଜବତ, ହାତରେ ରହିଛି ଗୀତା ନାମରେ ଟାଟୁ

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଟଣ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର ମାଙ୍କଡା ନଦୀରୁ ଆଜି ଜଣେ ଅଜଣା ମହିଳାଙ୍କ ମୃତଦେହ...

ସମସ୍ତ ସରକାରୀ ଜମି ଜବରଦଖଲ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬।୭: ରାଜ୍ୟର ସମସ୍ତ ଜିଲାରେ ସରକାରୀ ଜମି ଜବରଦଖଲ ବଢି ଚାଲିଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ସରକାର। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜବରଦଖଲକୁ...

ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେଲେ ନିଆଯିବ ଆକ୍ସନ: ମନ୍ତ୍ରୀ

ଝରିଗାଁ,୬ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକକୁ ଶନିବାର ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଝରିଗାଁ ବିଧାୟକ ନରସିଂହ ଭତ୍ରା ଗସ୍ତ...

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି

କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ...

ସୋମବାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୬ା୭(ଅସମାପିକା ସାହୁ) – ଚଳିତବର୍ଷ ଶ୍ରୀଜୀଉଙ୍କ ଗୁଣ୍ଡିଚା ଯାତ୍ରା ଦୁଇଦିନ ଧରି ଚାଲିବ। ରବିବାର ସାପ୍ତାହିକ ଛୁଟି ଥିବାବେଳେ ସୋମବାର ରାଜ୍ୟର ସମସ୍ତ ସ୍କୁଲ,...

ଟଙ୍କା ବ୍ୟାଗ୍‌ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍‌

ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ...

ଛାତ୍ରୀଙ୍କ ସାଇକେଲ ଚୋରି ବେଳେ ଧରିଲେ ଲୋକେ

ତିହିଡ଼ି,୬ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାର ସହ ବିଭିନ୍ନ ଅଞ୍ଚଳରୁ ସାଇକେଲ ଚୋରି କରୁଥିବା ଜଣେ ଯୁବକଙ୍କୁ ତିହିଡ଼ି ପୋଲିସ ଶନିବାର ଗିରଫ କରି...

ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri