ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ: ପ୍ରତାପ ଦେବ

ଭୁବନେଶ୍ୱର,୨୫ା୬(ଅନିଲ ଦାସ): କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟିପ୍ପଣୀକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ କେଶରୀ ଦେବ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ ଏକ ସଭାରେ ଯେଉଁ ଟିପ୍ପଣୀ ଦେଇଛନ୍ତି ତାହା ଦୁର୍ଭାଗ୍ୟଜନକ। ସେ କହିଛନ୍ତି, ଖଣି ଦୁର୍ନୀତି ହୋଇଥିଲା। ଏଥିରେ କାହାରିକୁ ଛଡ଼ାଯିବ ନାହିଁ। ସେ ବିରୋଧୀ ଦଳରେ ଥିବାବେଳେ ସରକାରୀ ଦଳ ପକ୍ଷରୁ ତାଙ୍କୁ ମନ୍ତ୍ରୀପଦ ଓ ଅନ୍ୟାନ୍ୟ ପ୍ରଲୋଭନ ଦିଆଯାଇଥିଲା ବୋଲି ଯାହା କହିଛନ୍ତି, ତାହା ଅତ୍ୟନ୍ତ ଦୁର୍ଭାଗ୍ୟପୂର୍ଣ୍ଣ। ମୁଖ୍ୟମନ୍ତ୍ରୀ ଜାଣିବା ଦରକାର ଯେ, ସେ ଏବେ ବିରୋଧୀ ଦଳରେ ନାହାନ୍ତି। ସେ ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ। ସେ ଏପରି ଟିପ୍ପଣୀ ଦେବା ପୂର୍ବରୁ ଚିନ୍ତା କରିବାର ଥିଲା। ତାଙ୍କ ପଦ ମର୍ଯ୍ୟାଦା ବଞ୍ଚାଇ ରଖିବା ତାଙ୍କର କର୍ତ୍ତବ୍ୟ। ଯେଉଁଭଳି ସେ ଉକ୍ତି ରଖିଛନ୍ତି ତାହା ଆଦୌ ଗ୍ରହଣୀୟ ନୁହଁ। ଯେକୌଣସି ପରିସ୍ଥିତି ଓ ଯେକୌଣସି କଥାର ଜବାବ ଦେବାକୁ ବିଜୁ ଜନତା ଦଳ ସଦାବେଳେ ପ୍ରସ୍ତୁତ ଅଛି। ଯଦି ସେ କହୁଛନ୍ତି ବିରୋଧୀ ଦଳରେ ଥିବା ବେଳେ ତାଙ୍କୁ ପ୍ରଲୋଭନ ଦେଖାଯାଇଥିଲା, ସେତେବେଳେ ଏହାକୁ ସେ ଗଣମାଧ୍ୟମରେ କାହିଁକି କହିଲେନି ବୋଲି ପ୍ରତାପ ଦେବ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ଏହା କେତେଦୂର ତାଙ୍କୁ ସାଜୁଛି ସେ ନିଜକୁ ନିଜେ ପଚାରିବା ଉଚିତ। ସେ ଚାହିଁଥିଲେ ସେତେବେଳେ କେସ୍‌ କରିପାରିଥାନ୍ତେ। ଏକଥା ନ କରି ଏବେ ମୁଖ୍ୟମନ୍ତ୍ରୀ ହେବା ପରେ ଏପରି ମନ୍ତବ୍ୟ ଦେବା କେତେଦୂର ସମୀଚୀନ ତାହା ସେ ତର୍ଜମା କରନ୍ତୁ। ତାଙ୍କ ଦଳର ସର୍ବୋଚ୍ଚ ନେତା କହିଛନ୍ତି, ଓଡ଼ିଶା ଖଣି ସଂସ୍କାର ଯଦି ଶିଖିବାର ଅଛି ତେବେ ଓଡ଼ିଶାରୁ ଶିଖ। ସଂସଦରେ ତାଙ୍କ ଶୀର୍ଷ ନେତା ପ୍ରଧାନମନ୍ତ୍ରୀ ଏହାକୁ ସ୍ବୀକାର କରିଛନ୍ତି। ଏହାକୁ କେମିତି ମୁଖ୍ୟମନ୍ତ୍ରୀ ଭୁଲିଯାଉଛନ୍ତି। ସଂଘୀୟ ବ୍ୟବସ୍ଥାରେ କିପରି ଶାସନ କରିବାକୁ ହୁଏ, ତାହା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କଠାରୁ ଶିକ୍ଷା କରିବା ଉଚିତ। କ୍ଷମତାକୁ ଆସି ବିରୋଧୀ ଦଳ ପରି ପ୍ରଳାପ କରିବା ଛାଡ଼ନ୍ତୁ। ଓଡ଼ିଶାବାସୀ ଓ ଲୋକମାନେ ଭାଜପାକୁ ଜନମତ ଦେଇଛନ୍ତି। ତାଙ୍କ ଦଳ ତାଙ୍କୁ ମୁଖ୍ୟମନ୍ତ୍ରୀ କରିଛନ୍ତି। ତେଣୁ ସେ ତାଙ୍କ ପଦ ମର୍ଯ୍ୟାଦା ରକ୍ଷା କରିବା ଉଚିତ। ଏଭଳି ଉକ୍ତି ଯଦି ଜଣେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମରେ ରଖିବେ, ତେବେ ତାହା ଶୋଭନୀୟ ନୁହେଁ ବୋଲି ପ୍ରତାପ ଦେବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ...

ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri