ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ଗୁରୁତର ରୋଗୀମାନଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ରାଜ୍ୟର ଖଣିଜ ସମ୍ପଦ ଜିଲାରେ ଟ୍ରମା କେୟାର ସେଣ୍ଟର ନିର୍ମାଣ ହେବ। ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌) ଅର୍ଥରେ ଏହି ସେଣ୍ଟର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରିଛନ୍ତି। ସେ ଖଣିଜ ପାଣ୍ଠିର ସୁବିନିଯୋଗ ଉପରେ ଗୁରୁତ୍ୱ ଦେଇଛନ୍ତି। ଖଣିଜ ସମ୍ପଦ ଥିବା ଜିଲା ମେଡିକାଲ କଲେଜଗୁଡ଼ିକରେ ଟ୍ରମା କେୟାର ସେଣ୍ଟର ପ୍ରତିଷ୍ଠା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ ଜନସାଧାରଣଙ୍କ ବହୁ ଆଶାଆକାଂକ୍ଷା ରହିଛି। ରାଜ୍ୟ ଯୋଜନା ବଜେଟରେ ଏହା ପ୍ରତିଫଳିତ ହେବା ଆବଶ୍ୟକ ବୋଲି ସେ ବିଭାଗୀୟ ଅଧିକାରୀଙ୍କୁ କହିଛନ୍ତି । ଯୋଜନାଗୁଡ଼ିକ ଯେପରି ତୃଣମୂଳ ସ୍ତରରେ ଠିକ୍‌ ଭାବରେ ପହଞ୍ଚିବ ଓ ଲୋକମାନେ ଏହାର ସୁଫଳ ପାଇବେ ସେ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ ଦଳର ସଂକଳ୍ପ ଅନୁଯାୟୀ ଉତ୍ତର ଓଡ଼ିଶା ଉନ୍ନୟନ ପରିଷଦ ଏବଂ ଦକ୍ଷିଣ ଓଡ଼ିଶା ଉନ୍ନୟନ ପରିଷଦ ଗଠନ ପାଇଁ ଟାସ୍କଫୋର୍ସ ଗଠନ କରିବା ସହ ଅନୁଧ୍ୟାନ କରି ପ୍ରସ୍ତାବ ଦେବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସଂକଳ୍ପପତ୍ରର ସମସ୍ତ ପ୍ରମୁଖ ପ୍ରତିଶ୍ରୁତିଗୁଡ଼ିକୁ ଅନୁଧ୍ୟାନ କରି ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଯୋଜନା ଓ ସଂଯୋଜନ ବିଭାଗର ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ବିଭାଗର କାର୍ଯ୍ୟାବଳୀ ସମ୍ବନ୍ଧରେ ବିଶଦ ଭାବରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ...

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ...

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି।...

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ...

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ...

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ...

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ...

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri