ଅଭିଯୋଗ ଶୁଣି ତତ୍‌କ୍ଷଣାତ ନିର୍ଦ୍ଦେଶ ଦେଲେ

ଭୁବନେଶ୍ୱର,୨୬ା୬(ଅନିଲ ଦାସ): ସବୁଦିନ ପରି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ବହୁ ଲୋକଙ୍କ ସମାଗମ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଆସି ଜଣ ଜଣ କରି ଲୋକଙ୍କ ସମସ୍ୟା ଶୁଣିଥିଲେ ଓ ଲୋକଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରୁଥିବା ଦେଖିବାକୁ ମିଳିଥିଲା। ନୟାଗଡ଼ରୁ ଆସିଥିବା ଊର୍ମିଳା ସାହୁ ନିଜ ସମସ୍ୟା ବିଷୟରେ ମୁଖ୍ୟମନ୍ତ୍ରୀଙ୍କୁ କହିଲା ବେଳେ ଭାବବିହ୍ବଳ ହୋଇ ଅସୁସ୍ଥ ଅନୁଭବ କଲେ। ମୁଖ୍ୟମନ୍ତ୍ରୀ ସଙ୍ଗେ ସଙ୍ଗେ ନିଜ ହାତରେ ତାଙ୍କୁ ପାଣି ପିଆଇଲେ।
ସେହିପରି ଦୃଷ୍ଟିବାଧିତ ବିଦ୍ୟାଳୟର କାର୍ଯ୍ୟରତ ଓ ଅବସରପ୍ରାପ୍ତ ଶିକ୍ଷକମାନେ ମଧ୍ୟ ଆସିଥିଲେ ସେମାନଙ୍କ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସହ କଥା ହୋଇ ଯଥାଶୀଘ୍ର ସେମାନଙ୍କ ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ସାଧାରଣ ଲୋକଙ୍କ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଏଭଳି ଆତ୍ମୀୟତାଭରା ବ୍ୟବହାର ଦେଖି ଊର୍ମିଳା ଏବଂ ଦୃଷ୍ଟିବାଧିତ ବିଦ୍ୟାଳୟର ଶିକ୍ଷକମାନଙ୍କ ଆଖିରୁ ଆନନ୍ଦାଶ୍ରୁ ବୋହି ଯାଇଥିଲା।
ସାଧାରଣ ଲୋକଙ୍କ ସହିତ ବିଭିନ୍ନ ଅନୁଷ୍ଠାନ, ସଙ୍ଗଠନ, ଦିବ୍ୟାଙ୍ଗ ଆଦି ସବୁ ବର୍ଗର ଲୋକ ରହିଥିଲେ।
କଟକ ଖ୍ରୀଷ୍ଟ କଲିଜିଏଟ ସ୍କୁଲର ଶିକ୍ଷୟିତ୍ରୀମାନେ ୩ ମାସ ହେଲା ଦରମା ପାଉ ନାହାନ୍ତି। ପ୍ରଧାନ ଶିକ୍ଷୟିତ୍ରୀ ନ ଥିବାରୁ ଏଭଳି ସମସ୍ୟା ଉପୁଜିଛି। ସେମାନଙ୍କ ସମସ୍ୟା ବିଷୟରେ ମୁଖ୍ୟମନ୍ତ୍ରୀ ଅବଗତ ହେବା ପରେ ସମାଧାନ ପାଇଁ ସଙ୍ଗେ ସଙ୍ଗେ ଶିକ୍ଷା ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଖୁବ୍‌ଶୀଘ୍ର ବରିଷ୍ଠତା ଭିତ୍ତିରେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ଦାୟିତ୍ୱ ମିଳିବ ଓ ସେମାନଙ୍କର ଦରମା ମଧ୍ୟ ନିୟମିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଅଶ୍ୱାସନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ତତ୍‌କ୍ଷଣାତ ପଦକ୍ଷେପ ଯୋଗୁ ଶିକ୍ଷୟିତ୍ରୀମାନେ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଣ୍ଡିରେ ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୭ା୭: ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ...

ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୭ା୭: ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼...

ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ

ଭୁବନେଶ୍ୱର,୭।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇଥାନ୍ତି। ବର୍ତ୍ତମାନ...

ପୁରୀରେ ରାଷ୍ଟ୍ରପତି

ଭୁବନେଶ୍ୱର,୭।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପୁରୀ ଅଭିମୁଖେ ଯାଇଛନ୍ତି । ସେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିଛନ୍ତି। ପରେ...

ଆଜି ପବିତ୍ର ଘୋଷଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୭।୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ କିଛି ସମୟର ଅପେକ୍ଷା। ରଥ ଉପରେ ବିରାଜିବେ ଚର୍ତୁଦ୍ଧାମୂରତି। ଏଥିପାଇଁ ବଡ଼ଦାଣ୍ଡରେ ରଥ ପଥ ସବୁ ପ୍ରସ୍ତୁତ। ଏହି...

ଜଗନ୍ନାଥଙ୍କ ବେଶରେ ପୂଜା ପାଇଲେ ଉଜ୍ଜୟନୀର ମହାକାଳେଶ୍ୱର

ନୂଆଦିଲ୍ଲୀ,୭।୭: ଆଜି ପୁରୀରେ ଜଗନ୍ନାଥଙ୍କ ରଥଯାତ୍ରା ପାଳନ ହେବା ସହ ସାରା ଦେଶରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ପୁରୀରେ ସଂଧ୍ୟା ୫ଟାରେ ରଥଟଣା ହେବ।...

ଆଦିବାସୀ ଯୁବକଙ୍କୁ ପିଟିଲା ପୋଲିସ

ସମ୍ବଲପୁର, ୭ା୭ (ପ୍ରମୋଦ ବହିଦାର)ପୋଲିସ ବର୍ବରତାର ଆଉ ଏକ କାହାଣୀ ଲୋକଲୋଚନକୁ ଆସିଛି। ବ୍ୟାଟେରି ଚୋରି ସନ୍ଦେହରେ ଜଣେ ଆଦିବାସୀ ଯୁବକଙ୍କୁ ଗାଁ ଲୋକଙ୍କ ଉପସ୍ଥିତିରେ...

କୁସୁମା କଟେଜ୍‌ ନିର୍ମାଣକୁ ନେଇ ବଢୁଛି ସନ୍ଦେହ

ଯାଜପୁର,୭ା୭(ହର୍ଷବର୍ଦ୍ଧନ ବେହେରା)ଯାଜପୁର ସହରର କୁସୁମା ପୋଖରୀ ପରିସରରେ ୨ ମହଲାବିଶିଷ୍ଟ ୯ଟି କଟେଜ୍‌ ନିର୍ମାଣକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି। ଯାଜପୁର ପୌର ପରିଷଦ ପକ୍ଷରୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri