Posted inଜାତୀୟ

କେଜ୍‌ରିଓ୍ବାଲଙ୍କୁ ପୁଣି ବଡ଼ ଝଟ୍‌କା: ୩ ଦିନ ପାଇଁ ସିବିଆଇ ହେପାଜତକୁ ଗଲେ

ନୂଆଦିଲ୍ଲୀ,୨୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜରିଓ୍ବାଲଙ୍କ ସମସ୍ୟା ଗୋଟିଏ ପରେ ଗୋଟିଏ ବଢିବାରେ ଲାଗିଛି। ପ୍ରଥମେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ ଉପରେ ରୋକ ଲଗାଇଛନ୍ତି। ଏବେ ବର୍ତ୍ତମାନ ସିବିଆଇ ତାଙ୍କୁ ଗିରଫ କରିଛି। ସିବିଆଇ ରାଉସ ଆଭେନ୍ୟୁ କୋର୍ଟରେ ହାଜର ହେବା ପରେ କେଜ୍‌ରିୱାଲଙ୍କ କୋର୍ଟରୁ ନ୍ୟାୟିକ ହେପାଜତ ମାଗିଥିଲା। କୋର୍ଟ ଅରବିନ୍ଦ କେଜ୍‌ରିୱାଲଙ୍କୁ ୩ ଦିନ ପାଇଁ ସିବିଆଇ ହେପାଜତକୁ ପଠାଇଛନ୍ତି।
ବୁଧବାର ସକାଳେ ସିବିଆଇ ଦ୍ୱାରା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ଗିରଫ କରାଯିବା ଉପରେ ତାଙ୍କ ସ୍ତ୍ରୀ ସୁନୀତା କେଜ୍‌ରିୱାଲ କହିଛନ୍ତି, ଏହା ଏକ ଆଇନ ନୁହେଁ। ଏହା ଏକଛତ୍ରବାଦୀ ଶାସନ ଏବଂ ଜରୁରିକାଳୀନ ପରିସ୍ଥିତି। କେଜ୍‌ରିୱାଲଙ୍କୁ ରିମାଣ୍ଡରେ ନେବାକୁ ସିବିଆଇ ଦାବି କରିଛି।
ସୋସିଆଲ ମିଡିଆ ପୋଷ୍ଟରେ ସୁନୀତା କହିଛନ୍ତି, ଅରବିନ୍ଦ କେଜ୍‌ରିୱାଲଙ୍କୁ ଜୁନ ୨୦ରେ ଜାମିନ ମିଳିଥିଲା। ସଙ୍ଗେ ସଙ୍ଗେ ଇଡି ଏହା ଉପରେ ଷ୍ଟେ ଲଗାଇଥିଲେ। ପରଦିନ ସିବିଆଇ ତାଙ୍କୁ ଅଭିଯୁକ୍ତ କରିଥିଲା ଏବଂ ଆଜି ତାଙ୍କୁ ଗିରଫ କରିଛି। ସମଗ୍ର ସିଷ୍ଟମ ଚେଷ୍ଟା କରୁଛି ସେହି ବ୍ୟକ୍ତିଙ୍କୁ ବାହାରକୁ ନ ଆସିବା ପାଇଁ। ଏହା ଆଇନ୍‌ ନୁହେଁ, ଏକଛତ୍ରବାଦୀ ଶାସନ। ଏହା ଜରୁରିକାଳୀନ ପରିସ୍ଥିତି।
ତିହାର ଜେଲରୁ କେଜ୍‌ରିୱାଲଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଏହା ପରେ ସିବିଆଇ ତାଙ୍କୁ ଗିରଫ କରିବାକୁ ଅନୁମତି ମାଗିଥିଲା। ଏକ୍ସାଇଜ ପଲିସି ମାମଲାରେ କେଜ୍‌ରିୱାଲ ଜେଲରେ ଅଛନ୍ତି। ଇଡି ଏହି ଘଟଣାର ଅନୁସନ୍ଧାନ କରୁଛି।
ସିବିଆଇ କୋର୍ଟଙ୍କୁ ଅନୁରୋଧ କରିଛି ଯେ ସିଏମଙ୍କୁ ପଚରାଉଚରା କରିବାର ଆବଶ୍ୟକତା ରହିଛି। ଏହି ମାମଲାରେ ପ୍ରମାଣ ଏବଂ ଅନ୍ୟ ଅଭିଯୁକ୍ତଙ୍କ ସହ କେଜ୍‌ରିଓ୍ବାଲ୍‌ଙ୍କ ମୁହାଁମୁହିଁ ହେବାର ଆବଶ୍ୟକତା ରହିଛି ବୋଲି ଅନୁସନ୍ଧାନକାରୀ ସଂସ୍ଥା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩ା୭:କେନ୍ଦ୍ରର ମୋଦି ସରକାର ବୁଧବାର ସୁରକ୍ଷା, ଅର୍ଥନୀତି ଓ ରାଜନୈତିକ ବ୍ୟାପାର ସମ୍ପର୍କିତ କମିଟି ଗଠନ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ଦେଶର ସର୍ବୋଚ୍ଚ...

ମିଛ କହିଛନ୍ତି ରାଜନାଥ, ରାହୁଲ ଗାନ୍ଧୀ ଦେଲେ ପ୍ରମାଣ

ନୂଆଦିଲ୍ଲୀ,୩।୭: ବିରୋଧୀ ଦଳ ଲଗାତାର ଅଗ୍ନିବୀର ଯୋଜନାକୁ ନେଇ କେନ୍ଦ୍ରରେ ମୋଦି ସରକାରଙ୍କୁ ଘେରୁଛନ୍ତି। ସୋମବାର ମଧ୍ୟ ଲୋକସଭାରେ ଏ ସମ୍ପର୍କରେ ବିତର୍କ ହୋଇଥିଲା। ଅଗ୍ନିବୀର...

ପରାଜୟ ପରେ ବିରୋଧୀ କ୍ୟାମ୍ପରେ ବିଜେଡି; ମୋଦିଙ୍କ ଭାଷଣ ସମୟରେ ଇଣ୍ଡିଆ ମେଣ୍ଟ ସହିତ କଲା କକ୍ଷତ୍ୟାଗ

ଭୁବନେଶ୍ୱର,୩।୭: ପୂର୍ବରୁ ସଂସଦରେ ଅନେକ ଥର ଭାଜପାକୁ ସମର୍ଥନ କରୁଥିବା ବିଜୁ ଜନତା ଦଳ ବୁଧବାର ଇଣ୍ଡିଆ ମେଣ୍ଟ ପଦ ରାସ୍ତାରେ ଯୋଗ ଦେଇଛି। ରାଷ୍ଟ୍ରପତିଙ୍କ...

‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ...

ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା

ହାଥରସ୍‌,୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍‌ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ...

ଦଳାଚକଟା ଘଟଣାରେ ଆସିଲା ଭୋଲେ ବାବାଙ୍କ ପ୍ରଥମ ପ୍ରତିକ୍ରିୟା

ହାଥରସ୍‌,୩ା୭:ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସାରା ଦେଶରେ ଚହଳ...

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri