ଓଡ଼ିଶାରେ ମଦ ବନ୍ଦ ହେଲେ କମିବ ରାଜସ୍ବ , ବର୍ଷ ଆରମ୍ଭରୁ ୧୦ ହଜାର କୋଟି ଆୟ କଲେଣି ସରକାର

ଭୁବନେଶ୍ୱର,୨୭।୬: ଓଡ଼ିଶାରେ ହେବନି ମଦ ବ୍ୟାନ୍‌। ଏନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଅବକାରୀ ବିଭାଗର ବରିଷ୍ଠ ଅଧିକାରୀ। ରାଜ୍ୟର ନୂଆ ସରକାରଙ୍କ ଏନେଇ କୌଣସି ଯୋଜନା ନ ଥିବା ସେ କହିଛନ୍ତି। ବୁଧବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରାଜ୍ୟ ସରକାର ମଦ ବନ୍ଦ ହେବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଥିଲେ।

ରାଜ୍ୟରେ ପ୍ରଥମ କରି ଭାଜପା ସରକାର ଗଢ଼ିବା ପରେ ଆସନ୍ତା ଅଗଷ୍ଟ ୧୫ରୁ ଓଡ଼ିଶାରେ ମଦ କାରବାର ନିଷିଦ୍ଧ ହେବ ବୋଲି କିଛିଦିନ ତଳେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହାକୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଅସ୍ବୀକାର କରାଯାଇଥିଲା। ଆଉ ଗୁରୁବାର ଅବକାରୀ ବିଭାଗ ତରଫରୁ ମଧ୍ୟ ମନ୍ତ୍ରୀଙ୍କ ବୟାନକୁ ଖଣ୍ଡନ କରାଯାଇଛି। ତେବେ ରାତିରେ ମଦ ବ୍ୟାନ ନେଇ ମନ୍ତ୍ରୀଙ୍କ ବୟାନ ଓ ସକାଳୁ ତାହାକୁ ବିଭାଗ ଦ୍ୱାରା ଖଣ୍ଡନ କରିବା କାହା ମଧ୍ୟରେ ତାଳମେଳ ରହୁନାହିଁ।

ସୂଚନାଥାଉ କି, ମଦ ବ୍ୟବସାୟରୁ ରାଜ୍ୟ ସରକାର ମୋଟା ଅଙ୍କର ରାଜସ୍ବ ସଂଗ୍ରହ କରୁଛନ୍ତି।
ହେଲେ ବିଭାଗ ଯଦି ମଦ ବନ୍ଦ କରିବ ତେବେ ରାଜସ୍ବହାନୀର ଆଶଙ୍କା ରହିଛି। କାରଣ ମଦ ବିକ୍ରିରୁ ୨୦୨୪-୨୫ରେ ୧୦ ହଜାର କୋଟି ଟଙ୍କା ସରକାର ପାଇଥିବା ଜଣାପଡ଼ିଛି।
ସେହିପରି ୨୦୨୩-୨୪ ବର୍ଷରେ ଅଗଷ୍ଟ ମାସ ସୁଦ୍ଧା ୨ ହଜାର ୬୫୫ କୋଟି ରାଜସ୍ବ ଆଦାୟ ହୋଇଥିଲା। ୨୦୨୨-୨୩ରେ ୬ ହଜାର ୪୫୫ କୋଟି, ୨୦୨୧-୨୨ରେ ୫ ହଜାର ୫୨୯ କୋଟିଏବଂ ୨୦୨୦-୨୧ରେ ରାଜସ୍ବ ଆଦାୟ ହୋଇଥିଲା ୪ ହଜାର ୫୩ କୋଟି। କୋଭିଡ-୧୯ ମହାମାରୀ ବାଦ୍‌ ବି ମଦ ଦ୍ୱାରା ସରକାରଙ୍କ ରାଜସ୍ବ ସଂଗ୍ରହରେ କୌଣସି କ୍ଷତି ହୋଇ ନ ଥିଲା। ୨୦୧୨-୧୩ରେ ୧ଲକ୍ଷ ୩୭ହଜାର ୯୯୧ ଟଙ୍କା ରାଜସ୍ୟ ସଂଗ୍ରହ ହୋଇଥିଲା। କିନ୍ତୁ ୨୦୨୨-୨୩ରେ ତାହା ବଢି ୬ହଜାର ୪୫୫କୋଟିରେ ପଡଞ୍ଚିଥିଲା। ଯାହା ରାଜସ୍ୟ ସଂଗ୍ରହର ୩୬୭ଶତକଡା।

ସର୍ବାଧିକ ରାଜସ୍ୟ ଭାରତ ନିର୍ମିତ ବିଦେଶୀ ମଦ(IMFL) ଓ ବିୟରରେ ଅଧିକ ଟିକସ ଲଗାଇବା ଦ୍ୱାରା ଆସିଥାଏ। ରାଜ୍ୟରେ ୧୯ ଶହ ୨୮ଟି କିସମର ମଦ ଦୋକାନ ରହିଛି। ସରକାରୀ ସ୍ବୀକୃତିପ୍ରାପ୍ତ ମଦ ଦୋକାନ ମଧ୍ୟରେ ଠିପି ବନ୍ଦ ମଦ ଦୋକାନ ୧୧୬୩, ଠିପି ଖୋଲା ମଦ ଦୋକାନ ୭୦୨, ଠିପି ଖୋଲା କ୍ଲବ ୧୯, ବିୟର ପାର୍ଲର ୫୬ ଏବଂ ୩୬ ମିଲିଟାରୀ କ୍ୟାଣ୍ଟିନ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌)...

ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ...

ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା, ଇଂଜିନିୟରିଂ ହଷ୍ଟେଲରେ ଉତ୍ତେଜନା

ଭୁବନେଶ୍ୱର, ୫।୧୦: ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା। ଏଭଳି ଘଟଣା ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ ଘଟିଛି। ଯାହା ପରେ...

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର

ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍‌ ରାଜ୍‌ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର...

ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ...

ଆଲିଶାନ୍‌ର ‘ପୂଜା ପାୱାର’ ଅଫର

ଭୁବନେଶ୍ୱର,୫।୧୦: ଭୁବନେଶ୍ୱରର ଅଗ୍ରଣୀ ଗାର୍ମେଣ୍ଟ ବ୍ରାଣ୍ଡ ତଥା ସ୍ବତଃ ପୁରୁଷ (ମେନ୍ସ ଏକ୍ସକ୍ଲୁସିଭ) ପରିଧାନ ଶୋ’ରୁମ୍‌ ଆଲିଶାନ୍‌ର ବହୁ ପ୍ରତୀକ୍ଷିତ ପାର୍ବଣ ଅଫର ‘ପୂଜା ପାୱାର’ର...

ଭୁବନେଶ୍ୱରରେ କିସ୍ନାର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କିସ୍ନା ଡାଇମଣ୍ଡ ଆଣ୍ଡ ଗୋଲ୍ଡ ଜୁଏଲେରିର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ଭୁବନେଶ୍ୱରର ନନ୍ଦନକାନରୋଡ୍‌ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ଓଡ଼ିଶା...

ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri