Posted inଖେଳ

ସେମିଫାଇନାଲ ନ ଖେଳି ବିଶ୍ୱକପ୍‌ ଫାଇନାଲ୍‌ ଯିବ ଭାରତ: କାହିଁକି ଏମିତି କହିଲେ ଇଂଲଣ୍ଡର ପୂର୍ବତନ ଅଧିନାୟକ

ନୂଆଦିଲ୍ଲୀ,୨୭।୬: ଟି-୨୦ ବିଶ୍ୱକପ୍‌ ୨୦୨୪ ଆଜି ସେମିଫାଇନାଲରେ ଭାରତ ଏବଂ ଇଂଲଣ୍ଡର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ ଭାରତୀୟ ସମୟ ରାତି ୮ଟାରୁ ଆରମ୍ଭ ହେବ। ତେବେ ଏହି ସେମିଫାଇନାଲ ପୂର୍ବରୁ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନ ଆଇସିସି ବିରୋଧରେ ଏକ ବଡ ଅଭିଯୋଗ କରିଛନ୍ତି। ଭନ କହିଛନ୍ତି, ଆଇସିସି ଭାରତୀୟ ଦଳକୁ ସୁବିଧା ଦେଉଛି ଏବଂ ଅନ୍ୟ ଦଳକୁ ମଧ୍ୟ ଭେଦଭାବ କରୁଛି।
ଇଂଲଣ୍ଡର ପୂର୍ବତନ ଅଧିନାୟକ କହିଛନ୍ତି, ତ୍ରିନିଦାଦର ବ୍ରାଏନ ଲାରା ଷ୍ଟାଡିୟମରେ ପ୍ରଥମ ସେମିଫାଇନାଲ ସୁପର ୮ ଗ୍ରୁପ ୧ରେ ପ୍ରଥମ ସ୍ଥାନ ପାଇଥିବା ଦଳ ଭାରତ ଏବଂ ଗ୍ରୁପ ୨ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ଇଂଲଣ୍ଡ ମଧ୍ୟରେ ହେବା ଉଚିତ୍‌ ଥିଲା, କିନ୍ତୁ ଏହା ବଦଳରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯାଇଥିଲ। ଏହି ଟୁର୍ନାମେଣ୍ଟ ଆରମ୍ଭ ପୂର୍ବରୁ ମଧ୍ୟ ଆଇସିସି ସ୍ପଷ୍ଟ କରିଦେଇଥିଲା ଯେ, ଭାରତର ଦ୍ୱିତୀୟ ସେମିଫାଇନାଲ୍‌ ଗୁଏନାରେ ଖେଳିବ। ତେବେ ଭାରତୀୟ ପ୍ରଶଂସକଙ୍କୁ ଧ୍ୟାନରେ ରଖି ଆଇସିସି ଏହି ନିଷ୍ପତ୍ତି ନେଇଥିବା ଜଣାପଡିଛି।
ମାଇକେଲ ଭନ ଏକ୍ସରେ ଲେଖିଛନ୍ତି, ନିଶ୍ଚିତ ଭାବରେ ଏହି ସେମିଫାଇନାଲ ଗୁଏନାଠାରେ ଅନୁଷ୍ଠିତ ହେବା ଉଚିତ୍‌ ଥିଲା। କିନ୍ତୁ ଯେହେତୁ ସମଗ୍ର ଟୁର୍ନାମେଣ୍ଟ ଭାରତକୁ ଧ୍ୟାନରେ ରଖି ଡିଜାଇନ ହୋଇଛି, ଏହା ଅନ୍ୟ ଦଳ ପାଇଁ ଅତ୍ୟନ୍ତ ଅନ୍ୟାୟ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସର୍ଭେରେ ଖୁଲାସା: ଧୋନୀଙ୍କ ସିଏସ୍‌କେ ନା ରୋହିତଙ୍କ ଏମ୍‌ଆଇ, ଜାଣନ୍ତୁ କିଏ ଆଇପିଏଲର ସବୁଠାରୁ ଲୋକପ୍ରିୟ ଟିମ୍‌

ନୂଆଦିଲ୍ଲୀ,୫।୧୦: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ, ପ୍ରତ୍ୟେକ ଦଳର ପ୍ରଶଂସକମାନେ ସେମାନଙ୍କ ଦଳକୁ ସବୁଠାରୁ ଲୋକପ୍ରିୟ ବୋଲି ବିବେଚନା କରନ୍ତି, କିନ୍ତୁ ନିକଟରେ ହୋଇଥିବା ଏକ...

ମହିଳା ଟି ୨୦ ବିଶ୍ୱକପରେ ଦୁର୍ଘଟଣା, ଗୁରୁତର ଆହତ ହେଲେ ଖେଳାଳି

ନୂଆଦିଲ୍ଲୀ,୫।୧୦: ଶୁକ୍ରବାର ୱେଷ୍ଟଇଣ୍ଡିଜ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ଆଇସିସି ମହିଳା ଟି -୨୦ ବିଶ୍ୱକପ୍ର ତୃତୀୟ ମ୍ୟାଚରେ ଏକ ଦୁର୍ଘଟଣା ଘଟିଛି। ଦକ୍ଷିଣ...

ମହିଳା ଟି୨୦ ବିଶ୍ୱକପ: ନ୍ୟୁଜିଲାଣ୍ଡଠାରୁ ହାରିଲା ଭାରତ

ଦୁବାଇ, ୪।୧୦: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପରେ ଭାରତ ପରାଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ହରମନପ୍ରୀତ କୌରଙ୍କ ଦଳ...

ଓଡ଼ିଶା ରଣଜୀ ଦଳ ଘୋଷିତ: ଗୋବିନ୍ଦ ପୋଦ୍ଦାର ଅଧିନାୟକ

ଭୁବନେଶ୍ୱର, ୪।୧୦ (ତପନ ସ୍ବାଇଁ): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଘରୋଇ କ୍ରିକେଟର ସର୍ବୋଚ୍ଚ ଟୁର୍ନାମେଣ୍ଟ ରଣଜୀ ଟ୍ରଫି ୨୦୨୪-୨୫ ସିଜନର ପ୍ରଥମ ୨ଟି ମ୍ୟାଚ...

ସାହାଣୀ କପ ଫୁଟବଲ: ରାଉରକେଲାକୁ ହରାଇ ବରଗଡ଼ ଫାଇନାଲରେ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ଓ ବରଗଡ଼ ଜିଲା କ୍ରୀଡ଼ା ସଂସଦର ମିଳିତ ଆୟୋଜନରେ ଅନୁଷ୍ଠିତ...

ରିଷଭ ପନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଳ୍ଲୀ,୪।୧୦:ଭାରତୀୟ କ୍ରିକେଟର୍‌ ରିଷଭ ପନ୍ତ ଆଜି ୨୮ ବର୍ଷରେ ପଦାର୍ପଣ କରିଛନ୍ତି। ପନ୍ତ ୪ ଅକ୍ଟୋବର ୧୯୯୭ରେ ଉତ୍ତରାଖଣ୍ଡର ରୁର୍‌କିରେ ଜନ୍ମଗ୍ରହଣ କରିଥିଲେ। ପନ୍ତ ନିଜର...

କାଙ୍ଗାଳ ପାକିସ୍ତାନ: ୪ ମାସ ହେବ କ୍ରିକେଟର୍‌ଙ୍କୁ ମିଳିନି ଦରମା

ଇସଲାମାବାଦ୍‌,୪।୧୦: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ରେ ବିବାଦ ଶେଷ ହେବାର ନାଁ ଧରୁନି। ପାକିସ୍ତାନର ଅନେକ ତାରକା ଖେଳାଳିଙ୍କୁ ଗତ ଚାରିମାସ ଧରି ଦରମା ଦିଆଯାଇ...

ଶାମିଙ୍କ ଉପରେ ବଡ଼ ଅଭିଯୋଗ ଆଣିଲେ ପତ୍ନୀ ହସିନ ଜହାଁ, ଝିଅଙ୍କ…

ନୂଆଦିଲ୍ଲୀ,୪।୧୦: ଭାରତୀୟ ତାରକା ବୋଲର୍‌ ମହମ୍ମଦ ଶାମିଙ୍କ ଉପରେ ଗମ୍ଭୀର ଅଭିଯୋଗ ଲଗାଇଛନ୍ତି ପତ୍ନୀ ହସିନ ଜହାଁ। ଝିଅ ଆୟରାଙ୍କ ପାସପୋର୍ଟ କରିବାକୁ ଶାମି ସହଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri