ଡାକ୍ତରଙ୍କୁ ଏମିତି ପରାମର୍ଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ବଲାଙ୍ଗୀର, ୨୮ା୬(ବୀରେନ୍ଦ୍ର କୁମାର ଝାଙ୍କର):ରୋଗୀଙ୍କୁ ମେଡିକାଲ ଚିକିତ୍ସା ସେବା ସହ ଡାକ୍ତରଙ୍କ ଦୁଇପଦ ମିଠାକଥା ଓ ଭଲ ବ୍ୟବହାର ବଡ଼ ଔଷଧ। ଗୁରୁବାର ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜର ଷଷ୍ଠ ବାର୍ଷିକ ଉତ୍ସବ ସମାରୋହରେ ଏହା କହିଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ। ମେଡିକାଲ କଲେଜ ଛାତ୍ର ସଂସଦ ପକ୍ଷରୁ ଆୟୋଜିତ ବାର୍ଷିକ ଉତ୍ସବ ସମାରୋହରେ ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମହାଲିଙ୍ଗ ତାଙ୍କ ବକ୍ତବ୍ୟରେ କହିଥିଲେ, ସେବା ମନୋଭାବ ନେଇ ଡାକ୍ତରମାନେ ଲୋକଙ୍କ ଚିକିତ୍ସା କରିବା ଉପରେ ଜୋର ଦେବା ଆବଶ୍ୟକ। ଡାକ୍ତର ଓ ରୋଗୀଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ପ୍ରତିଷ୍ଠା ହେଲେ ଅନେକ କିଛି ସମସ୍ୟାର ସମାଧାନ ହୋଇପାରିବ। ଡାକ୍ତରମାନଙ୍କ ଉପରେ ରାଜ୍ୟବାସୀ ଅନେକ କିଛି ଆଶା କରିଥାନ୍ତି। ସରକାର ଏବେ ତୃଣମୂଳସ୍ତରରୁ ଡାକ୍ତରଖାନାଗୁଡ଼ିକରେ ସଂସ୍କାର ଆଣିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ ରହିଛି। ଆଉ ତିନୋଟି ମେଡିକାଲ କଲେଜ ତିଆରି ହେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ସହିତ ଭାଜପା ସରକାରକୁ ଆସିଲେ ଆମେ ପ୍ରତି ଜିଲା ସଦର ମହକୁମାରେ ଏକ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ପ୍ରତିଷ୍ଠା କରିବୁ ବୋଲି ସଂକଳ୍ପପତ୍ରରେ ଉଲ୍ଲେଖ କରିଥିଲୁ। ତାହା କିପରି କାର୍ଯ୍ୟକାରୀ କରାଯିବ ସେନେଇ ପଦକ୍ଷେପ ଗ୍ରହଣ କରିବୁ ବୋଲି ସେ କହିଛନ୍ତି।
ସମ୍ମାନିତ ଅତିଥିଭାବେ ଜିଲାପାଳ ଗୌରବ ଶିୱାଜୀ ଇସ୍‌ଲୱାର, ଆରକ୍ଷୀ ଅଧୀକ୍ଷକ ଋଷିକେଶ ଦ୍ୟାନ୍‌ଦେଓ ଖିଲାରୀ, ଡିନ୍‌ ତଥା ଅଧ୍ୟକ୍ଷ ଡ. ସ୍ବୟଂପ୍ରଭା ପ୍ରଧାନ, ଛାତ୍ର ସଂସଦ ସଭାପତି ପ୍ରିୟାଂଶୁ ପଣ୍ଡା ସ୍ବାଗତ ଓ ସାଧାରଣ ସମ୍ପାଦକ ସରୋଜ ଚନ୍ଦ୍ର ବେହେରା ମଞ୍ଚାସୀନ ଥିଲେ। ଏହି ଅବସରରେ ଅତିଥିମାନେ ଛାତ୍ର ସଂସଦର ମୁଖପତ୍ର ‘ଜେନିସିସ୍‌’କୁ ଉନ୍ମୋଚନ କରିଥିଲେ। ଏହି କାର୍ଯ୍ୟକ୍ରମରେ କଲେଜର କୃତୀ ଛାତ୍ରୀଛାତ୍ର, କୃତୀ ଡାକ୍ତରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। କଲେଜର ଶ୍ରେଷ୍ଠ ଛାତ୍ରଙ୍କୁ ସ୍ମୃତିବାସୀ ମେମୋରିଆଲ ଆୱାର୍ଡରେ ୧୦ହଜାର ଟଙ୍କାର ଅର୍ଥରାଶି ପ୍ରଦାନ କରାଯାଇଥିଲା। ଏହି ଆୱାର୍ଡ ପ୍ରଦାନ ବେଳେ ଉକ୍ତ ପୁରସ୍କାର ରାଶି ବ୍ୟବସ୍ଥା କରିଥିବା ଡ. ସୁଷମା ମଞ୍ଜରୀ ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ, ଥାନାରେ ଏତଲା

ଖୋର୍ଦ୍ଧା, ୫ା୧୦(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଖୋର୍ଦ୍ଧା ମାଟିର ଅସମ୍ମାନ ହେବା ଭଳି ଅପଶବ୍ଦ କହିବାକୁ ନେଇ ବିଭିନ୍ନ ମହଲରେ...

ଢିଙ୍କିଆ ପଞ୍ଚାୟତ ନିର୍ବାଚନ: ୮୪% ମତଦାନ: ଆଜି ଗଣତି

କୁଜଙ୍ଗ,୫।୧୦(ମନୋଜ ପ୍ରଧାନ ):ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୱାର୍ଡସଭ୍ୟ ପଦ ନିମନ୍ତେ ଶୁକ୍ରବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ପୋଲିସ...

ଯାଜପୁରରେ ବିକାଶ ନାଁରେ ୩ ପରିବାରର ଲୁଟ୍‌ ପ୍ରସଙ୍ଗ:ଜୋର୍‌ ଧରିଛି ଆରୋପ ପ୍ରତ୍ୟାରୋପ

ଯାଜପୁର,୫ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ବିକାଶ ନାମରେ ୩ ପରିବାର ଲୁଟ୍‌ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତବ୍ୟ ପରେ ଉଭୟ ବିଜେଡି ଓ ଭାଜପା...

ବିରାଜିବେ ମା’: ଆକର୍ଷଣ ସାଜିବ ଦିଲ୍ଲୀର ଲାଲକିଲ୍ଲା ମଣ୍ଡପ

ଭବାନୀପାଟଣା,୫/୧୦(ଉତ୍ତମ କୁମାର ଦାଶ):ମା’ ଦୁର୍ଗାଙ୍କ ଆଗମନ ପାଇଁ କଳାହାଣ୍ଡି ଜିଲା ଭବାନୀପାଟଣା ସହର ଚଳଚଞ୍ଚଳ ହୋଇଉଠିଛି। ସହରର ନକଟିଗୁଡ଼ା ପୂଜା ମଣ୍ଡପ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥାଏ।...

ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ଡିଏଫ୍‌ଓଙ୍କୁ ଜେରା କଲେ ଏସ୍‌ଡିପିଓ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ...

ଗୋ-ସେବାଶ୍ରମକୁ ଜାଳିଦେଲେ ଦୁର୍ବୃତ୍ତ: ଅଭିଯୁକ୍ତଙ୍କୁ ଗିରଫ ଦାବି

ଅମରପାଲି,୫।୧୦(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଜାଲୋଏ ଗ୍ରାମ ପଞ୍ଚାୟତର ଘିକୁଣ୍ଡି ଗ୍ରାମରେ ଥିବା ମା’ ମାହେଶ୍ୱରୀ ଗୋ-ସେବାଶ୍ରମକୁ କେତେଜଣ ଦୁର୍ବୃତ୍ତ ଜାଳିଦେବା...

ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବଙ୍କ ଗସ୍ତକୁ ନେଇ ଗଣମାଧ୍ୟମକୁ ଉପେକ୍ଷା

ଅମରପାଲି,୫।୧୦(ପୀତାମ୍ବର ସାହୁ):ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଯାମିନି ଷଡଙ୍ଗୀ ସୁବର୍ଣ୍ଣପୁର ଜିଲା ଗସ୍ତ ବେଳେ ବୀରମହାରାଜପୁର ବ୍ଲକର ବିଭିନ୍ନ ଯୋଜନା, ପ୍ରକଳ୍ପ ଏବଂ...

ମା’ ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ: ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ଶନିବାର ମା’ ସମଲେଶ୍ବରୀ ଚନ୍ଦ୍ରଘଣ୍ଟା ବେଶରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri