ଭାଇରାଲ ହେଉଛି ଅମ୍ବାନୀ ପରିବାରର ବିବାହ ନିମନ୍ତ୍ରଣ କାର୍ଡ, ଏଥିରେ ଯାହା ଅଛି ଦେଖିଲେ ଆଖି ଲାଖିଯିବ

ମୁମ୍ବାଇ,୨୮ା୬: ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀ ଏବଂ ନୀତା ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀ ତାଙ୍କର ଲେଡି ଲଭ୍‌ ରାଧିକା ମର୍ଚାଣ୍ଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଆସନ୍ତା ଜୁଲାଇ ୧୨ରେ ସେମାନେ ବିବାହ ବନ୍ଧନରେ ବାନ୍ଧି ହେବେ। ଏବେ ସାମ୍ନାକୁ ଆସିଛି ସେମାନଙ୍କ ବିବାହ ନିମନ୍ତ୍ରଣ କାର୍ଡ।

 

View this post on Instagram

 

A post shared by Ambani Family (@ambani_update)

ନିକଟରେ ନୀତା ଅମ୍ବାନୀ କାଶୀ ବିଶ୍ୱନାଥ ମନ୍ଦିର ପରିଦର୍ଶନ କରି ପ୍ରଭୁ ଶିବଙ୍କୁ ତାଙ୍କ ପୁଅ ଅନନ୍ତଙ୍କ ବିବାହକୁ ନିମନ୍ତ୍ରଣ କରିଥିଲେ। ସେ ପ୍ରଭୁ ଶିବଙ୍କୁ ପ୍ରଥମ ବିବାହ ନିମନ୍ତ୍ରଣ ପ୍ରଦାନ କରିଥିଲେ। ଏହି ସୁନ୍ଦର ନିମନ୍ତ୍ରଣ କାର୍ଡର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହା ଦେଖିଲେ ଆଖି ଲାଖିଯିବ। ଏହି କାର୍ଡରେ ରୁପାରେ ଏକ ମନ୍ଦିର ରହିଛି। ଏହାକୁ ଖୋଲିବା ମାତ୍ରେ ଭଜନ ବାଜୁଛି। ମନ୍ଦିରରେ ରୁପାର ସୂକ୍ଷ୍ମ କାରୁକାର୍ଯ୍ୟ ସହ ଏଥିରେ ପ୍ରଭୁ ଗଣେଶ, ରାଧାକୃଷ୍ଣ ଏବଂ ମା’ ଦୁର୍ଗାଙ୍କ ସୁନାରେ ନିର୍ମିତ ପ୍ରତିମୂର୍ତ୍ତି ସ୍ଥାନ ପାଇଛି। କେବଳ ଏତିକି ନୁହେଁ, ନିମନ୍ତ୍ରଣ ବାକ୍ସରେ ଅନ୍ୟ ଦେବଦେବୀଙ୍କ ଫଟୋଚିତ୍ର, ବିବାହର ତାରିଖ ଏବଂ ଉତ୍ତରୀୟ ରହିଛି, ଯାହା ଖୁବ୍‌ ଚିତ୍ତାକର୍ଷକ ହୋଇଛି।

Anant Ambani & Radhika Merchant 'Insanely Expensive' Wedding Card Video Goes Viral; WATCH - Filmibeat

ନିମନ୍ତ୍ରଣ ଅନୁଯାୟୀ, ଅନନ୍ତ ଏବଂ ରାଧିକା ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସ (ବି.କେ.ସି)ର ଜିଓ ଓ୍ବାଲର୍‌ଡ କନ୍‌ଭେନ୍‌ସନ୍‌ ସେଣ୍ଟରରେ ପାରମ୍ପାରିକ ହିନ୍ଦୁ ବୈଦିକ ରୀତିନୀତିରେ ବିବାହ ହେବ। ଜୁଲାଇ ୧୨ ଶୁକ୍ରବାର ଏହି ବିବାହ ସମାରୋହ ଅନୁଷ୍ଠିତ ହେବାକୁ ଥିବା ବେଳେ ନିମନ୍ତ୍ରଣ କାର୍ଡରେ ‘ଶୁଭ ବିବାହ’ ଲେଖାଯାଇଛି। ସମାରୋହ ପାଇଁ ଡ୍ରେସ୍‌ କୋଡ୍‌ ‘ଇଣ୍ଡିଆନ ଟ୍ରାଡିଶନାଲ’ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩ା୭:କେନ୍ଦ୍ରର ମୋଦି ସରକାର ବୁଧବାର ସୁରକ୍ଷା, ଅର୍ଥନୀତି ଓ ରାଜନୈତିକ ବ୍ୟାପାର ସମ୍ପର୍କିତ କମିଟି ଗଠନ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ଦେଶର ସର୍ବୋଚ୍ଚ...

ମିଛ କହିଛନ୍ତି ରାଜନାଥ, ରାହୁଲ ଗାନ୍ଧୀ ଦେଲେ ପ୍ରମାଣ

ନୂଆଦିଲ୍ଲୀ,୩।୭: ବିରୋଧୀ ଦଳ ଲଗାତାର ଅଗ୍ନିବୀର ଯୋଜନାକୁ ନେଇ କେନ୍ଦ୍ରରେ ମୋଦି ସରକାରଙ୍କୁ ଘେରୁଛନ୍ତି। ସୋମବାର ମଧ୍ୟ ଲୋକସଭାରେ ଏ ସମ୍ପର୍କରେ ବିତର୍କ ହୋଇଥିଲା। ଅଗ୍ନିବୀର...

ପରାଜୟ ପରେ ବିରୋଧୀ କ୍ୟାମ୍ପରେ ବିଜେଡି; ମୋଦିଙ୍କ ଭାଷଣ ସମୟରେ ଇଣ୍ଡିଆ ମେଣ୍ଟ ସହିତ କଲା କକ୍ଷତ୍ୟାଗ

ଭୁବନେଶ୍ୱର,୩।୭: ପୂର୍ବରୁ ସଂସଦରେ ଅନେକ ଥର ଭାଜପାକୁ ସମର୍ଥନ କରୁଥିବା ବିଜୁ ଜନତା ଦଳ ବୁଧବାର ଇଣ୍ଡିଆ ମେଣ୍ଟ ପଦ ରାସ୍ତାରେ ଯୋଗ ଦେଇଛି। ରାଷ୍ଟ୍ରପତିଙ୍କ...

‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ...

କର୍ମଚାରୀଙ୍କ ଦରମା ବଢ଼ାଇବାରୁ ଦୋକାନୀଙ୍କୁ ଜେଲ

ନେପିଡୋ,୩।୭:ମ୍ୟାନ୍‌ମାରରେ ଜଣେ ଦୋକାନୀ ତାଙ୍କ କର୍ମଚାରୀଙ୍କ ଦରମା ବୃଦ୍ଧି କରିଥିବାରୁ ତାଙ୍କୁ ଜେଲ ପଠାଯାଇଛି। ମ୍ୟାନ୍‌ମାରର ମୁଦ୍ରାସ୍ଫୀତି ବୃଦ୍ଧି ପାଉଥିବା ବେଳେ ଉକ୍ତ ଦୋକାନୀ ଜଣକ...

ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା

ହାଥରସ୍‌,୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍‌ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ...

ଦଳାଚକଟା ଘଟଣାରେ ଆସିଲା ଭୋଲେ ବାବାଙ୍କ ପ୍ରଥମ ପ୍ରତିକ୍ରିୟା

ହାଥରସ୍‌,୩ା୭:ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସାରା ଦେଶରେ ଚହଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri