ସ୍କୁଲ ମଧ୍ୟାହ୍ନଭୋଜନରେ ପୋକରା ଚାଉଳ ଭାତ

ନନ୍ଦାହାଣ୍ଡି,୨୯।୬ (ପ୍ରତୀପ କୁମାର ଦାଶ): ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦେବା ସରକାରଙ୍କ ଏକ ମହତ ଯୋଜନା। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ସୁଷମ ଖାଦ୍ୟ ଯୋଗାଇଦେବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ। ଏହି ଯୋଜନାର ସୁପରିଚାଳନା ପାଇଁ ବିଦ୍ୟାଳୟଗୁଡିକରେ କେତେକ ଏସ୍‌ଏଚ୍‌ଜିଙ୍କୁ ଦାୟିତ୍ୱ ଦିଆଯାଇଛି। ପୂର୍ବରୁ ଚାଉଳ, ଡାଲି ଓ ଅଣ୍ଡା ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିଲା। କିନ୍ତୁ ବର୍ତ୍ତମାନ କେବଳ ଚାଉଳ ଯୋଗାଉଛନ୍ତି ସରକାର। ଅନ୍ୟ ଆବଶ୍ୟକୀୟ ଜିନିଷ ଏସ୍‌ଏଚ୍‌ଜି ମହିଳା କିଣି ବିଦ୍ୟାଳୟ ପରିସର ଭିତରେ ରୋଷେଇ କରି ଛାତ୍ରୀଛାତ୍ରଙ୍କୁ ଖାଇବାକୁ ଦେଉଛନ୍ତି। ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଦଳେଇଗୁଡା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପାଇଁ ଦୈନିକ ଆବଶ୍ୟକ ରାଶନ ସାମଗ୍ରୀ ବାହାରୁ କିଣି ଅଣାଯାଉଥିବା ବେଳେ ପୋକରା ଚାଉଳ ରୋଷେଇକରି ସ୍କୁଲ ପିଲାଙ୍କୁ ଦିଆଯାଉଥିବା ଦେଖିବାକୁ ମିଳିଛି। ଏ ନେଇ ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ପଚାରିବାରୁ ସେ କେବଳ ଦୈନିକ ଉପସ୍ଥିତ ଥିବା ଛାତ୍ରୀଛାତ୍ର ସଂଖ୍ୟା ଜଣାଉଥିବା ବେଳେ ରୋଷେଇ ସମ୍ବନ୍ଧିତ ଦାୟିତ୍ୱ ଏସ୍‌ଏଚ୍‌ଜିଙ୍କର ବୋଲି କହିଛନ୍ତି। ଅନ୍ୟପଟେ ଉକ୍ତ ସ୍କୁଲର ରୋଷେଇ ଦାୟିତ୍ୱ ନେଇଥିବା ଶ୍ରଦ୍ଧାଞ୍ଜଳି ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ପଚାରିଲେ ସେମାନଙ୍କୁ ଯେଉଁ ଚାଉଳ ଯୋଗାଇ ଦିଆଯାଉଛି ତାହା ସେମାନେ ରୋଷେଇକରି ଦେଉଛନ୍ତି ବୋଲି କହିଛନ୍ତି।
ନନ୍ଦାହାଣ୍ଡି ବ୍ଲକ୍‌ରେ ସ୍ଥାୟୀ ବିଇଓ ନାହାନ୍ତି। ଏବିଇଓ କିମ୍ବା ବିଆର୍‌ସିସି ସ୍କୁଲ ପରିଦର୍ଶନରେ ଯାଇ ଶିକ୍ଷାଦାନ ଏବଂ ମଧ୍ୟାହ୍ନଭୋଜନ ସୁପରିଚାଳନା ବିଷୟରେ ବୁଝି କୌଣସି ତ୍ରୁଟିଥିଲେ ରିପୋର୍ଟ ପ୍ରଦାନ କରିବା ନିୟମ ରହିଛି। ଜୁନ୍‌ ୬ରେ ସ୍କୁଲରେ ଚାଉଳ ଯୋଗାଣ ହୋଇଥିବା ପ୍ରଧାନ ଶିକ୍ଷୟିତ୍ରୀ କହିଛନ୍ତି। ଏହା ମଧ୍ୟରେ ୨୦ରୁ ଊର୍ଦ୍ଧ୍ୱ ଦିନ ବିତିଯାଇଥିଲେ ସୁଦ୍ଧା ସେହି ସ୍କୁଲ ପରିଦର୍ଶନ ଦାୟିତ୍ୱରେ ଥିବା ଏବିଇଓ ପୋକରା ଚାଉଳ ବିଷୟରେ କୌଣସି ତଥ୍ୟ କ’ଣ ପାଇଁ ପ୍ରଦାନ କରିନାହାନ୍ତି ତାହାର ତଦନ୍ତ କରିବାକୁ ଦାବି ହୋଇଛି। ଏ ନେଇ ଡିଇଓ ଛତ୍ରପତି ସାହୁଙ୍କୁ ପଚାରିବାରୁ ଏହାର ତଦନ୍ତ କରି ସତ୍ୟତା ଜାଣିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି। ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସିଥିବା ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କୁ ଏହି ବିଷୟରେ ପଚାରିବାରୁ ଚାଉଳ ଯୋଗାଇଥିବା ବ୍ୟକ୍ତି ଓ ଯୋଗାଣ ବିଭାଗ ଅଧିକାରୀ ଏଥିପାଇଁ ଦାୟୀ ରହିବେ। ଗୋଟିଏ ସ୍କ୍ବାଡ୍‌ ଏହାର ଯାଞ୍ଚ କରିବା ପରେ ନିଶ୍ଚୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ,୩।୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଲଙ୍ଗଳେଶ୍ୱର ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।...

ରଥଯାତ୍ରା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା, ରାଜ୍ୟରେ ଗଡ଼ିବ ଏତିକି ଟ୍ରେନ୍‌

ପୁରୀ,୩ା୭: ପୁରୀ ରଥଯାତ୍ରା ପାଇଁ ରାଜ୍ୟରେ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌। ବିଶ୍ୱପ୍ରସିଦ୍ଧ ଏହି ରଥଯାତ୍ରା ପାଇଁ ୩୧୫ରୁ ଊର୍ଦ୍ଧ୍ୱ ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ପୂର୍ବତଟ...

ଓଏସ୍‌ଏସ୍‌ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍‌: ଦୁଇ ଗିରଫ

କଟକ,୩ା୭(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସଏସସି) ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀ ଅପହରଣ ପରେ ଲୁଟ୍‌ର ଶିକାର ହୋଇଛନ୍ତି। ପରୀକ୍ଷାର୍ଥୀଙ୍କ ଘର କେନ୍ଦୁଝର...

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୩ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ୨ ମାଓବାଦୀ ବୁଧବାର ଆତ୍ମସମର୍ପଣ କରଛନ୍ତି । ଏ ସମ୍ପର୍କରେ ସୁକ୍‌ମା ପୋଲିସ ଦେଇଥିବା ସୂଚନା...

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ...

ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଲା ମୃତଦେହ

ଚିତ୍ରକୋଣ୍ଡା,୩ା୭(କ୍ଷୀରୋଦ ବେହେରା): ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଛି ମୃତଦେହ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଟନେଲକ୍ୟାମ୍ପ...

ପାନୀୟଜଳ ସମସ୍ୟା ଦୂରହେବା ଆଶା ଉଜ୍ଜୀବିତ

କେସିଙ୍ଗା,୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ର ପରଲସିଙ୍ଗା ଗ୍ରାମ ପଞ୍ଚାୟତବାସୀ ପାନୀୟଜଳ ପାଇଁ ଘୋର ଅସୁବିଧାର ସମ୍ମୁଖୀନ ହେଉଥିଲେ। ବାରମ୍ବାର ଆପତ୍ତି ଅଭିଯୋଗ ପରେ...

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri