ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ, ପ୍ରେମିକ: ଆସିଲା କୋର୍ଟଙ୍କ ରାୟ

ସୁନ୍ଦରଗଡ,୨୯।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସହର ବ୍ରାହ୍ମଣପଡା ଗତିକୃଷ୍ଣ ପୁରୋହିତ ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ଶୁଭଦର୍ଶୀ ପଟ୍ଟନାୟକ ଏହି ମାମଲାର ଶୁଣାଣି କରି ମୃତକଙ୍କ ସ୍ତ୍ରୀ ସୀତୁ ପଣ୍ଡା (୩୭) ଓ ପଡୋଶୀ ଛତିଶଗଡ ରାଜ୍ୟ ରାୟଗଡ ଜିଲା ଚକ୍ରଧରନଗର ଥାନା ଜାମଗାଁର ତାଙ୍କ ପ୍ରେମିକ ବିଶ୍ବରଞ୍ଜନ ଗୁପ୍ତା(୪୩)ଙ୍କୁ ଆଇପିସିର ଦଫା ୩୦୨, ୨୦୧, ୧୨୦-ଖରେ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାସହିତ ୫ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ କାରାଦଣ୍ଡଦେଶ ଶୁଣାଇଛନ୍ତି। ଏଥିସହିତ ୧୦ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଗତିକୃଷ୍ଣଙ୍କ ନାବାଳିକା ଝିଅଙ୍କୁ ପ୍ରଦାନ ପାଇଁ ଜିଲା ଆଇନସେବା ପ୍ରାଧିକରଣ ସଚିବଙ୍କୁ ଆଦେଶ କରିଛନ୍ତି।

ମାମଲାର ରାୟ ବିବରଣୀରୁ ପ୍ରକାଶ, ବ୍ରାହ୍ମଣପଡାର ଗତିକୃଷ୍ଣଙ୍କ ସ୍ତ୍ରୀ ସୀତୁ ପଣ୍ଡାଙ୍କର ବିଶ୍ବ ରଞ୍ଜନ ସହ ବିବାହ ପୂର୍ବରୁ ପ୍ରେମସମ୍ପର୍କ ଥିଲା। ବିବାହ ପରେ ମଧ୍ୟ ବିଶ୍ବ ରଞ୍ଜନ ନିୟମିତ ବ୍ୟବଧାନରେ ସୁନ୍ଦରଗଡ ଆସି ତାଙ୍କ ସହ ମିଳାମିଶା କରୁଥିଲେ। ଦୁହେଁ ଗତିକୃଷ୍ଣଙ୍କୁ ହତ୍ୟା କରିବା ପାଇଁ ଯୋଜନା କରିଥିଲେ।

ଯୋଜନା ମୁତାବକ, ବିଶ୍ବରଞ୍ଜନ ଗତିକୃଷ୍ଣଙ୍କୁ ଏକ ଢାବାକୁ ଖାଇଯିବାକୁ ଡାକି ନେଇ ରାସ୍ତାରେ ଛୁରି ଭୁସି ହତ୍ୟା କରିଥିଲେ। ପରେ ଏକ ଟାଟା ମ୍ୟାଜିକ ଗାଡିରେ ହେମଗିରି ଥାନା ଅଧୀନ ଧନୁ ବାଉଁଶ ଜଙ୍ଗଲରେ ପୋତି ଦେଇଥିଲେ।

ପୋଲିସ ତଦନ୍ତ ସମୟରେ ମୋବାଇଲ ଫୋନକଲ ରେକର୍ଡରୁ ଏହି ହତ୍ୟା ମାମଲାର ଖିଅ ପାଇ ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରିଥିଲା। ତତ୍କାଳୀନ ଥାନା ଅଧିକାରୀ ସୁନ୍ଦରଗଡ ଟାଉନ ଥାନାରେ ଏକ ମାମଲା( ନଂ. ୧୩୦/୨୦୧୩)ରୁଜୁ କରି ତଦନ୍ତ କରିଥିଲେ।

୨୭ ଜଣଙ୍କ ସାକ୍ଷ୍ୟ ପ୍ରମାଣ, ୨୮ ଗୋଟି ଦସ୍ତାବିଜ, ସରକାରୀ ଓକିଲଙ୍କ ଦୃଢ ଯୁକ୍ତି ଭିତ୍ତିରେ ଜିଲା ଦୌରା ଜଜ ପଟ୍ଟନାୟକ ଦଫା ୩୦୨ ଅନୁଯାୟୀ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସରକାରଙ୍କ ତରଫରୁ ଏହି କେସ୍‌କୁ ଜିଲା ସରକାରୀ ଓକିଲ ଦିଲୀପ କୁମାର ମୁର୍ମୁ ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୩ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ୨ ମାଓବାଦୀ ବୁଧବାର ଆତ୍ମସମର୍ପଣ କରଛନ୍ତି । ଏ ସମ୍ପର୍କରେ ସୁକ୍‌ମା ପୋଲିସ ଦେଇଥିବା ସୂଚନା...

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ...

ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଲା ମୃତଦେହ

ଚିତ୍ରକୋଣ୍ଡା,୩ା୭(କ୍ଷୀରୋଦ ବେହେରା): ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଛି ମୃତଦେହ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଟନେଲକ୍ୟାମ୍ପ...

ପାନୀୟଜଳ ସମସ୍ୟା ଦୂରହେବା ଆଶା ଉଜ୍ଜୀବିତ

କେସିଙ୍ଗା,୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ର ପରଲସିଙ୍ଗା ଗ୍ରାମ ପଞ୍ଚାୟତବାସୀ ପାନୀୟଜଳ ପାଇଁ ଘୋର ଅସୁବିଧାର ସମ୍ମୁଖୀନ ହେଉଥିଲେ। ବାରମ୍ବାର ଆପତ୍ତି ଅଭିଯୋଗ ପରେ...

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ...

ପୁଣି ମାତିଲେ ଦନ୍ତା ହାତୀ: ଘର ଭାଙ୍ଗିବା ସହ ବ୍ୟାପକ ଫସଲ କଲେ ନଷ୍ଟ, ଲୋକେ ଆତଙ୍କିତ

ବାଲିଗୁଡା,୩।୭(ସଞ୍ଜୟ କୁମାର ପାଣିଗ୍ରାହୀ):ଦୀର୍ଘ ଦିନ ଧରି ହାତୀପଲ ଘୁମୁସର ଉଦୟଗିରି ବନାଞ୍ଚଳର କଳିଙ୍ଗା ସେକ୍ସସନରେ ଉପଦ୍ରବ କରିବା ସହ ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ୨୫ ଟିକିଆ...

ଅବକାରୀ ଚଢ଼ାଉ, ୩ ଗିରଫ

ମୋରଡ଼ା,୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତିନିଜଣଙ୍କୁ ଗିରଫ କରିଛି। ଅବକାରୀ ଅଧିକାରୀ ବ୍ରଜମୋହନ ମଲ୍ଲିକଙ୍କ...

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ପରଲୋକ

ମାଲକାନଗିରି,୩ା୭: ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବୁଧବାର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ କିଡ୍‌ନୀ ଜନିତ ରୋଗରେ ପୀଡ଼ିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri