Posted inଜାତୀୟ

ଅଖିଳେଶଙ୍କୁ ସ୍ବତନ୍ତ୍ର ଭେଟି, ସମାଜବାଦୀ ପାର୍ଟି ମୁଖ୍ୟାଳୟ ବାହାରେ ଲାଗିଲା ‘ଭାବି ପ୍ରଧାନମନ୍ତ୍ରୀ’ ପୋଷ୍ଟର…

ଲକ୍ଷ୍ନୌ,୨୯।୬: ଲୋକ ସଭା ନିର୍ବାଚନ ୨୦୨୪ରେ ଦେଶର ୩ୟ ସର୍ବବୃହତ ଦଳ ପାଲଟିଛି ସମାଜବାଦୀ ପାର୍ଟି। ଏହାକୁ ନେଇ କର୍ମକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। କେବଳ ଏତିକି ନୁହେଁ ଜାତୀୟ ରାଜନୀତିରେ ମଧ୍ୟ ଅଖିଳେଶ ଯାଦବ ଅଧିକ ସକ୍ରିୟ ହେଉଛନ୍ତି। ଏଣୁ ଏବେ ଦଳର କର୍ମକର୍ତ୍ତାମାନେ ତାଙ୍କୁ ଭାରତର ଆଗାମୀ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛନ୍ତି। ଏହାକୁ ନେଇ ଲକ୍ଷ୍ନୌସ୍ଥିତ ଦଳୀୟ ମୁଖ୍ୟାଳୟ ବାହାରେ ଜନ୍ମଦିନର ଦୁଇ ଦିନ ପୂର୍ବରୁ ଅଖିଳେଶଙ୍କ ଫଟୋ ଥିବା ହୋର୍ଡିଂ ଲାଗିଛି। ଏଥିରେ ଭାବି ପ୍ରଧାନମନ୍ତ୍ରୀ ବୋଲି ଉଲ୍ଲେଖ କରାଯାଇ ଜନ୍ମଦିନର ଶୁଭେଚ୍ଛା ଜଣାଯାଇଛି।

ପ୍ରକାଶ ଯେ, ୨୦୨୪ ନିର୍ବାଚନରେ ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି ଭଲ ପ୍ରଦର୍ଶନ କରିଛି। ଚଳିତ ଥର ଦଳ ଲୋକ ସଭାର ୩୭ ଆସନ ଜିତିଛି। ମୁଲାୟମଙ୍କ ସମୟରେ ମଧ୍ୟ ଦଳକୁ ଏତେ ସଂଖ୍ୟକ ଆସନ ମିଳି ନ ଥିଲା। କହିବାକୁ ଗଲେ ନିର୍ବାଚନ ଫଳାଫଳ ସମସ୍ତଙ୍କୁ ଚମକାଇଛି। ଏହାକୁ ନେଇ ସମସ୍ତ କର୍ମୀ ନିଜ ନେତାଙ୍କୁ ବଡ଼ ପଦବୀରେ ବସୁଥିବା ଦେଖିବାକୁ ଚାହୁଁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩ା୭:କେନ୍ଦ୍ରର ମୋଦି ସରକାର ବୁଧବାର ସୁରକ୍ଷା, ଅର୍ଥନୀତି ଓ ରାଜନୈତିକ ବ୍ୟାପାର ସମ୍ପର୍କିତ କମିଟି ଗଠନ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ଦେଶର ସର୍ବୋଚ୍ଚ...

ମିଛ କହିଛନ୍ତି ରାଜନାଥ, ରାହୁଲ ଗାନ୍ଧୀ ଦେଲେ ପ୍ରମାଣ

ନୂଆଦିଲ୍ଲୀ,୩।୭: ବିରୋଧୀ ଦଳ ଲଗାତାର ଅଗ୍ନିବୀର ଯୋଜନାକୁ ନେଇ କେନ୍ଦ୍ରରେ ମୋଦି ସରକାରଙ୍କୁ ଘେରୁଛନ୍ତି। ସୋମବାର ମଧ୍ୟ ଲୋକସଭାରେ ଏ ସମ୍ପର୍କରେ ବିତର୍କ ହୋଇଥିଲା। ଅଗ୍ନିବୀର...

ପରାଜୟ ପରେ ବିରୋଧୀ କ୍ୟାମ୍ପରେ ବିଜେଡି; ମୋଦିଙ୍କ ଭାଷଣ ସମୟରେ ଇଣ୍ଡିଆ ମେଣ୍ଟ ସହିତ କଲା କକ୍ଷତ୍ୟାଗ

ଭୁବନେଶ୍ୱର,୩।୭: ପୂର୍ବରୁ ସଂସଦରେ ଅନେକ ଥର ଭାଜପାକୁ ସମର୍ଥନ କରୁଥିବା ବିଜୁ ଜନତା ଦଳ ବୁଧବାର ଇଣ୍ଡିଆ ମେଣ୍ଟ ପଦ ରାସ୍ତାରେ ଯୋଗ ଦେଇଛି। ରାଷ୍ଟ୍ରପତିଙ୍କ...

‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ...

ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା

ହାଥରସ୍‌,୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍‌ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ...

ଦଳାଚକଟା ଘଟଣାରେ ଆସିଲା ଭୋଲେ ବାବାଙ୍କ ପ୍ରଥମ ପ୍ରତିକ୍ରିୟା

ହାଥରସ୍‌,୩ା୭:ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସାରା ଦେଶରେ ଚହଳ...

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri