Posted inରାଜ୍ୟ

ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ଶୁଭାରମ୍ଭ

ନୂଆଦିଲ୍ଲୀ, ୨୯।୬: ସେପ୍ଟେମ୍ବର ୧୭ରେ ରାଜ୍ୟରେ ଶୁଭାରମ୍ଭ ହେବ ସୁଭଦ୍ରା ଯୋଜନା। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ହେବ ସୁଭଦ୍ରା ଟଙ୍କା ରିଲିଜ। ଏନେଇ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସି ସୁଭଦ୍ରା ଯୋଜନା ଲଞ୍ଚ୍ କରିବେ।

ଓଡ଼ିଶାରେ ଭାଜପା ସରକାର ଗଢ଼ିବା ପରେ ପ୍ରଥମ କ୍ୟାବିନେଟ୍‌ ବୈଠକରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। ନିର୍ବାଚନ ପୂର୍ବରୁ ଦଳ ପକ୍ଷରୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆଗାମୀ ୧୦୦ ଦିନ ମଧ୍ୟରେ ରାଜ୍ୟରେ ସୁଭଦ୍ରା ଯୋଜନା ଲାଗୁ ହେବ ବୋଲି କୁହାଯାଇଛି।

ଏହି ସୁଭଦ୍ରା ଯୋଜନାରେ ଆବେଦନ ଉଭୟ ଅନଲାଇନ ଓ ଅଫଲାଇନ ମାଧ୍ୟମରେ ହୋଇପାରିବ । ମହିଳାମାନଙ୍କୁ ସଶକ୍ତ କରିବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ। ବିବାହିତ ମହିଳାମାନେ ଏହି ବ୍ୟବସ୍ଥା ଅନୁଯାୟୀ ୫୦,୦୦୦ ଟଙ୍କାର କୁପନ ପାଇବେ ।

ଏହି ଯୋଜନାରେ ଆବେଦନ କରିବା ପାଇଁ ଅନେକ ଡକ୍ୟୁମେଣ୍ଟ ସବୁ ଆବଶ୍ୟକ । ଅଧାରକାର୍ଡ, ବ୍ୟାଙ୍କ ଆକାଉଣ୍ଟ, ଠିକଣା ପ୍ରମାଣପତ୍ର, ମୋବାଇଲ ନମ୍ବର, ପାସପୋର୍ଟ ଫଟୋ, ଇନ୍‌କମ ସାର୍ଟିଫିକେଟ, ରାସନ କାର୍ଡ ଆଦି ଆବଶ୍ୟକ ।

ଏହି ଯୋଜନାର ଲାଭ ଉଠାଇବାକୁ ହେଲେ. ଆପଣ ଓଡ଼ିଶାର ବାସିନ୍ଦା ହୋଇଥିବା ଆବଶ୍ୟକ । ତେବେ କେବଳ ବିବାହିତ ମହିଳା ଏହି ଯୋଜନାର ଲାଭ ଉଠାଇପାରିବେ । ପ୍ରତି ପରିବାରର ଜଣଙ୍କୁ ଏହି ଯୋଜନାର ଲାଭ ମିଳିବ । ମହିଳାଙ୍କ ବୟସ ୨୩ରୁ ୫୯ ହୋଇଥିବା ଆବଶ୍ୟକ ।

ସବୁଠାରୁ ବଡ଼ କଥା ହେଉଛି, ସରକାରୀ ଚାକିରି କରିଥିବା ମହିଳା ଏହି ଯୋଜନାର ଲାଭ ଉଠାଇପାରିବେ ନାହିଁ । ପରବର୍ତ୍ତୀ ସମୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯିବ ବୋଲି କୁହାଯାଉଛି ।
ତେବେ ଏଯାବତ ସରକାରଙ୍କ ପକ୍ଷରୁ କୌଣସି ଅଫିସିଆଲ ୱେବସାଇଟ ଲଞ୍ଚ କରିନାହାନ୍ତି । ଖୁବଶୀଘ୍ର ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗାଇଡଲାଇନ ଆସିବ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’

ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ...

ଆଜିଠୁ ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର,୪।୭: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା...

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ...

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ...

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ...

ଦେଶୀ ନାଁରେ ବିକ୍ରି ହେଉଛି ଅପମିଶ୍ରିତ କ୍ଷୀର, ଦହି, ଘିଅ

ଅସ୍ତରଙ୍ଗ,୪।୭(ପ୍ରଦୀପ୍ତ କୁମାର ଦୀକ୍ଷିତ)ଘରେ ଗାଈ ନାହିଁ, କିନ୍ତୁ ଘରକୁ ଘର ବୁଲି ଯୋଗାଇ ଦେଉଛନ୍ତି କ୍ଷୀର, ଦହି, ଘିଅ, ପନିର। କେତେକ ଦୋକାନରେ ବି ଦେଶୀ...

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ...

ଓଡ଼ିଆ ଲେଖି ଜାଣି ନ ଥିବାରୁ ସରପଞ୍ଚ ପଦ ଅସିଦ୍ଧ

ମୋହନା, ୪ା୭ (ମନ୍ମଥ ମିଶ୍ର)ଓଡ଼ିଆ ଲେଖି ଜାଣି ନ ଥିବା ଅଭିଯୋଗରେ ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କରିଛନ୍ତି କୋର୍ଟ । ଗଜପତି ଜିଲା ମୋହନା ବ୍ଲକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri