ଶୌଚ ହେବାକୁ ଯାଇଥିବା ବେଳେ ଯୁବକଙ୍କୁ ଦଳିଦେଲା ହାତୀ

ଟେନ୍‌ସା,୧ା୭(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଫରେଷ୍ଟ ରେଞ୍ଜ କାଳଟା ପଞ୍ଚାୟତର ଝିରିପାଣି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଝିରିପାଣି ନିକଟ ଦୋଲୋଡିହା ଗ୍ରାମର ସାମୁଏଲ ଆଇନ୍ଦି (୫୫) ସୋମବାର ସକାଳ ୬ଟାରେ ନିକଟସ୍ଥ ଜଙ୍ଗଲ ପାଖରେ ଥିବା ନାଳକୁ ଶୌଚ ହେବାକୁ ଯାଇଥିଲେ। ସେଠାରେ ଥିବା ଝାଡ଼ଖଣ୍ଡିର ମଣିଷ ମରା ଦନ୍ତା ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ସାମୁଏଲଙ୍କୁ ହାତୀ ଶୁଣ୍ଡରେ ଟେକି ନେଇ ପାଦରେ ଦଳି ଚକଟି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ କୋଇଡ଼ା ବନ କର୍ମଚାରୀ ଓ କୋଇଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କୋଇଡା ପଠାଇ ଥିବାର ଜଣାପଡ଼ିଛି। କ୍ଷତିପୂରଣ ବାବଦରେ ପରିବାରକୁ ତୁରନ୍ତ ୬୦ ହଜାର ଟଙ୍କା ପରେ ସମସ୍ତ ଡକ୍ୟୁମେଣ୍ଟ ପ୍ରଦାନ କଲେ ୫ଲକ୍ଷ ୪୦ ହଜାର ମିଳିବ ବୋଲି କୋଇଡା ରେଞ୍ଜର ଗୌତମ ପ୍ରଧାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡାହାଣୀ ସନ୍ଦେହ: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର

ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର...

ମା’ଶାରଳାଙ୍କ ମନ୍ଦିରରେ ଘିଅର ମାନକୁ ନେଇ ଉଠିଲା ପ୍ରଶ୍ନ

ଜଗତ୍‌ସିଂହପୁର, ୫ା୧୦(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ଶାରଳା। ଏହି ମନ୍ଦିରକୁ ପ୍ରତ୍ୟହ ଜିଲା ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସହସ୍ରାଧିକ...

୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର ବିଲ୍‌ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ...

ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ...

କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି।...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri