କେବେଠୁ ଲାଗୁ ହେବ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି, ଜାଣନ୍ତୁ କ’ଣ କହିଲେ ମନମୋହନ

ଭୁବନେଶ୍ୱର,୧।୭: ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଜୁଳି ପ୍ରତିଶ୍ରୁତି ପ୍ରସଙ୍ଗ ଉଠାଇ ଭାଜପାକୁ ବିଜେଡି ଟାର୍ଗେଟ କରିଛି। ଏବେ ଭାଜପାଏହାର ଜବାବ ରଖିଛି । ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଭାଜପାର ସଂକଳ୍ପପତ୍ରକୁ ବୋଧହୁଏ ବିଜେଡି ଠିକ ଢଙ୍ଗରେ ପଢିନି । ମାଗଣା ବିଜୁଳି ପାଇଁ ପ୍ରତ୍ୟେକ ବ୍ୟକ୍ତିଙ୍କୁ ୭୫ ହଜାର ଟଙ୍କାର ସୋଲାର ସିଷ୍ଟମ ଦିଆଯିବ । ସୋଲାର ସିଷ୍ଟମ ଦ୍ୱାରା ମାଗଣା ବିଜୁଳି ବ୍ୟବହାର କରିବା ପରେ ବଳକା ବିଜୁଳିକୁ ସରକାରଙ୍କୁ ବିକିପାରିବେ ହିତାଧିକାରୀ। କେନ୍ଦ୍ର ବଜେଟ ଆସିବା ପରେ ଏହି ଯୋଜନା ଆରମ୍ଭ ହେବ। ମୋଦି ଯାହା କୁହନ୍ତି ତାହା କରନ୍ତି, ସମସ୍ତ ରାଜ୍ୟରେ ମାଗଣା ବିଜୁଳି ବ୍ୟବସ୍ଥା ଲାଗୁ କରାଯିବ ।

ଅନ୍ୟପଟେ ମାଗଣା ବିଜୁଳିକୁ ନେଇ ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ ଭାଜପାକୁ ଟାର୍ଗେଟ୍‌ କରି କହିଥିଲେ, ନିର୍ବାଚନବେଳେ ବିଜେଡି ୧୦୦ ୟୁନିଟ୍‌ ମାଗଣା ବିଜୁଳି ଦେବ କହିଥିଲା, କିନ୍ତୁ ଭାଜପା ୩୦୦ ୟୁନିଟ ଦେବ କହିଥିଲା। ପ୍ରତିଶ୍ରୁତି ପ୍ରତାରଣାରେ ପରିଣତ ନ ହେଉ। ବିଜେଡି ପକ୍ଷରୁ ସରକାରଙ୍କୁ ଆମେ ମନେ ପକାଇ ଦେଉଛୁ ବୋଲି ପ୍ରତାପ ଦେବ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ଏହି ୪ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୬।୭: ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଆଜି...

ଆଜି ବସିବ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ, କେବେ ଖୋଲିବ ରତ୍ନଭଣ୍ଡାର ହୋଇପାରେ ଘୋଷଣା

ଭୁବନେଶ୍ୱର,୬।୭: ରତ୍ନଭଣ୍ଡାର ଯାଞ୍ଚ କମିଟିର ପ୍ରଥମ ବୈଠକ ଆଜି ବସିବ। ପୂର୍ବାହ୍ନ ୧୧ଟାରେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଠାରେ ଏହି ବୈଠକ ଅନୁଷ୍ଠିତ ହେବ। ପୂର୍ବତନ...

ମନ୍ଦ ଉଦ୍ଦେଶ୍ୟ ନେଇ ରତ୍ନଭଣ୍ଡାର କମିଟି ଭଙ୍ଗାଯାଇଛି: ବିଜେଡି

ଭୁବନେଶ୍ୱର,୬ା୭(ଅନିଲ ଦାସ/ସୁନିତ୍‌ ମିଶ୍ର): ରତ୍ନଭଣ୍ଡାର ଖୋଲିବା ପାଇଁ ରାଜ୍ୟର ନବଗଠିତ ଭାଜପା ସରକାର ଗୁରୁବାର ୧୬ଜଣିଆ କମିଟି ଗଠନ କରିଛନ୍ତି। ତେବେ ସରକାରଙ୍କ ଏହି ପଦକ୍ଷେପକୁ...

ସମସ୍ତ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ହେଲେ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର, ୬।୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଶୁକ୍ରବାର ଭୁବନେଶ୍ୱର, କଟକ ସମେତ ଅନ୍ୟ ୭ ସହରର ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷଙ୍କୁ ହଟାଇଛନ୍ତି। ଗୃହନିର୍ମାଣ ଓ ନଗର...

ବିଜୟପାଲ ସିଂ ତୋମାର ଭାଜପାର ଓଡ଼ିଶା ପ୍ରଭାରୀ

ଭୁବନେଶ୍ୱର, ୬।୭(ସୁନିତ୍‌ ମିଶ୍ର): ଭାଜପା ପକ୍ଷରୁ ଶୁକ୍ରବାର ବିଭିନ୍ନ ରାଜ୍ୟ ଲାଗି ପ୍ରଭାରୀ ଏବଂ ସହପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ସେହି କ୍ରମରେ ଓଡ଼ିଶା ପାଇଁ ମଧ୍ୟ...

ଆଜିଠୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୬ା୭(ସତ୍ୟଜିତ୍‌ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ...

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ମୋହନ, ସଚିବଙ୍କୁ ଦେଲେ ଏହି ଗରୁମନ୍ତ୍ର

ଭୁବନେଶ୍ୱର,୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୁକ୍ରବାର ସଚିବମାନଙ୍କୁ ଡାକି ନିଜ ସରକାରର ଆଭିମୁଖ୍ୟ ଜଣାଇଛନ୍ତି। ତାଙ୍କ ଦଳ ଦେଇଥିବା ୨୧ଟି ଯାକ ନିର୍ବାଚନୀ ପ୍ରତିଶ୍ରୁତିକୁ...

ମୁଖ୍ୟମନ୍ତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଆଇଆଇସିଙ୍କୁ ଗଜପତି ବଦଳି

ପାରଳାଖେମୁଣ୍ଡି/କେନ୍ଦୁଝର, ୬ା୭ (ଗିରିଧାରୀ ପରିଛା/ ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଜେଡି ସରକାର ସମୟରେ କେନ୍ଦୁଝର ଜିଲା ସଦର ଥାନାରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri