Posted inଖେଳ

ରୋହିତଙ୍କ ପରେ କିଏ କରିବେ ଓପନିଙ୍ଗ୍‌, ଲିଷ୍ଟରେ ଅଛି ଏହି ୫ ନାଁ…

ନୂଆଦିଲ୍ଲୀ,୧।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ 2024 ଟାଇଟଲ ଜିତିଛି। ଗୋଟିଏ ପଟେ ଟିମ ଇଣ୍ଡିଆ ବିଶ୍ୱ ଚାମ୍ପିୟନହୋଇଥିବା ଅନ୍ୟପଟେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି -୨୦କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଯଦିଓ ରୋହିତ ଭଲ ସ୍ମୃତି ସହିତ ଟି -୨୦ କ୍ରିକେଟ କୁ ବିଦାୟ ଦେଇଛନ୍ତି, କିନ୍ତୁ ବର୍ତ୍ତମାନ ଏକ ବଡ ପ୍ରଶ୍ନ ଉଠିଛି ଯେ ତାଙ୍କ ଅନୁପସ୍ଥିତିରେ ଭାରତର ଓପନିଂ ବ୍ୟାଟ୍ସମ୍ୟାନ୍‌ଙ୍କ ଭୂମିକା କିଏ ଲିଭାଇବ? ଭାରତ ପାଇଁ ଓପନର୍‌ ଭାବରେ ୧୨୪ମ୍ୟାଚରେ ରୋହିତ ୩,୭୫୦ରନ ସ୍କୋର କରିଛନ୍ତି। ତେଣୁ ତାଙ୍କ ସ୍ଥାନ ନେବା କୌଣସି ଖେଳାଳିଙ୍କ ପାଇଁ ସହଜ କାମ ହେବ ନାହିଁ। ତେବେ ରୋହିତଙ୍କ ପରେ କିଏ ଓପନିଙ୍ଗ କରିବେ, ସେନେଇ ଚର୍ଚ୍ଚା ଚାଲିଥିବା ବେଳେ ଏହି ୫ ଜଣ ଦାବିଦାର ଥିବା କୁହାଯାଉଛି। ୫ ଜଣଙ୍କ ମଧ୍ୟରେ ଯଶସ୍ବୀ ଜୟସ୍ବାଲ, ଶୁବମାନ ଗିଲ, ଅଭିଷେକ ଶର୍ମା, କେଏଲ ରାହୁଲ ଏବଂ ଋତୁରାଜ ଗାୟକଓ୍ବାଡ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆନ୍ଥୋନୀ ଓଡ଼ିଶା ଏଫ୍‌ସିର ସହକାରୀ କୋଚ୍‌

ଭୁବନେଶ୍ୱର, ୬।୭(ତପନ ସ୍ବାଇଁ): ଓଡ଼ିଶା ଏଫ୍‌ସି ଆଗାମୀ ସିଜନ ପାଇଁ ଆନ୍ଥୋନୀ ଫର୍ନାଣ୍ଡିଜ୍‌ଙ୍କୁ ସହକାରୀ କୋଚ୍‌ ନିଯୁକ୍ତ କରିଛି। ଫଳରେ ଫ୍ଲୟଡ ପିଣ୍ଟୋଙ୍କ ସ୍ଥାନରେ ସେ...

ଚେସ୍‌ ମ୍ୟାଚ୍‌ ଚାଲିଥିବାବେଳେ ହଠାତ୍‌ ଟଳିପଡିଲେ ପ୍ରସିଦ୍ଧ ଗ୍ରାଣ୍ଡମାଷ୍ଟର

ଢାକା,୬।୭: ବାଂଲାଦେଶର ଟପ ଚେସ ଗ୍ରାଣ୍ଡମାଷ୍ଟର ଖେଳ ସମୟରେ ମୃତ୍ୟୁବରଣ କରିଛନ୍ତି। ବାଂଲାଦେଶର ସବୁଠାରୁ ପ୍ରସିଦ୍ଧ ଚେସ ଗ୍ରାଣ୍ଡମାଷ୍ଟର ଜିଆଉର ରେହମାନଙ୍କ ୫୦ ବର୍ଷ ବୟସରେ...

ଟିମ ଇଣ୍ଡିଆର ବିଜୟ ପରେଡରେ ଲାଗିଲା ଚୁନା, ୬୦ରୁ ଅଧିକ ଲୋକଙ୍କ ମୋବାଇଲ ଗାଏବ

ମୁମ୍ବାଇ,୬।୭: ମୁମ୍ବାଇରେ ଭାରତୀୟ କ୍ରିକେଟ ଦଳର ଉତ୍ସବରେ ଯୋଗଦେବା ଅନେକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ବର୍ତ୍ତମାନ ଆପଣ ଭାବୁଛନ୍ତି ଏହା କାହିଁକି କୁହାଯାଉଛି ।...

ରାହୁଲ ଦ୍ରାବିଡଙ୍କୁ କୋଚ କରିବା ପାଇଁ ପ୍ରସ୍ତାବ ଦେଲେ ପାକିସ୍ତାନ ସାମ୍ବାଦିକ: ଲୋକେ କହିଲେ…

ନୂଆଦିଲ୍ଲୀ,୬।୭: ଭାରତୀୟ କ୍ରିକେଟ ଦଳ ସହ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ମଧ୍ୟରେ ଟିମ ଇଣ୍ଡିଆ ଟି...

କୋହଲିଙ୍କଠାରୁ ଏମିତି କଥା ଶୁଣି ଖୁସି ହୋଇଗଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୬।୭: ଟି -୨୦ ବିଶ୍ୱକପ ଟ୍ରଫି ଜିତିବା ପରେ ଟିମ ଇଣ୍ଡିଆର ଖେଳାଳିମାନେ ଭାରତରେ ପହଞ୍ଚିଥିଲେ। ଭାରତୀୟ ଖେଳାଳିଙ୍କୁ ସ୍ବାଗତ କରାଯାଇଥିଲା। ଏଥିସହ ଭାରତୀୟ ପ୍ରଧାନମନ୍ତ୍ରୀ...

ଆଜି ଭାରତ-ଜିମ୍ବାଓ୍ବେ ପ୍ରଥମ ଟି-୨୦: ଜାଣନ୍ତୁ କେଉଁଠି, କେତେବେଳେ ଦେଖିପାରିବେ ମ୍ୟାଚ୍‌

ହରାରେ,୬।୭: ଭାରତୀୟ କ୍ରିକେଟ ଦଳ ୨୦୧୬ ପରଠାରୁ ପ୍ରଥମ ଥର ପାଇଁ ଆଫ୍ରିକୀୟ ଦେଶରେ ଦ୍ୱିପାକ୍ଷିକ ସିରିଜ ଖେଳିବ। ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ ଦଳ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଭାରତୀୟ କ୍ରିକେଟ୍‌ ଟିମ୍‌କୁ ୧୧ କୋଟି

ମୁମ଼୍ବାଇ, ୫।୭: ଟି-୨୦ ବିଶ଼୍ବକପ୍‌ ଜିତି ସ଼୍ବଦେଶ ଫେରିଥିବା ଭାରତୀୟ କ୍ରିକେଟ୍‌ ଟିମ୍‌ ଉପରେ ଟଙ୍କା ବର୍ଷା ହେଉଥିବା ଦେଖିବାକୁ ମିଳୁଛି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ...

ଗଛରେ ଚଢ଼ି ଏଭଳି କିଛି ଦୃଶ୍ୟ କଏଦ କରିଥିଲେ ପ୍ରଶଂସକ, Video ସାମ୍ନାକୁ ଆସିବା ପରେ…

ନୂଆଦିଲ୍ଲୀ,୫।୭: ଟି୨୦ ବିଶ୍ୱକପ୍‌ ଜିତିବା ପରେ ଭାରତରେ ଉତ୍ସବର ମାହୋଲ ଦେଖିବାକୁ ମିଳୁଛି। ଏହି କ୍ରମରେ ଖେଳାଳିମାନେ ସ୍ବଦେଶକୁ ଫେରି ରୋଡ ଶୋ’ କରି ପ୍ରଶଂସକଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri