ବଲେ ବଲେ ଢାବାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ସିଲ୍‌ ହେବ ଢାବା

ଧର୍ମଶାଳା,୨ା୭ (ବଟକୃଷ୍ଣ ପରିଡା):ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ସିଲ୍‌ ହେବ ବୋଲି ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ସୋମବାର ସୂଚନା ଦେଇଛନ୍ତି। ନେଉଳପୁରସ୍ଥିତ ଧର୍ମଶାଳା ଭବନ ପରିସରରେ ଥିବା ଏହି ଢାବା ବେଆଇନ ଭାବେ ଚାଲିଥିବା ଦର୍ଶାଇ ଏହାର ତଦନ୍ତ କରିବାକୁ ନବନିର୍ବାଚିତ ବିଧାୟକ ହିମାଂଶୁ ଶେଖର ସାହୁ ସମୀକ୍ଷା ବୈଠକରେ ବିଡିଓଙ୍କୁ କହିଥିଲେ। ବିଡିଓ ଏହାର ତଦନ୍ତ କରି ଢାବାକୁ ଖାଲି କରିବାକୁ ନୋଟିସ ଜାରି କରିଥିଲେ। ଗତ ୨୮ ତାରିଖରେ ବ୍ଲକର କର୍ମଚାରୀ ନୋଟିସ ଧରି ସେଠାରେ ପହଞ୍ଚତ୍ବା ବେଳେ ଢାବାଟି ବନ୍ଦ ଥିବା ଦେଖି ଲଟକା ଜାରି କରିଥିଲେ। ୩ ଦିନ ମଧ୍ୟରେ ଢାବାକୁ ଖାଲି କରିବାକୁ ନୋଟିସରେ ଉଲ୍ଲେଖ କରାଯାଇଥିଲା। ଗତ ୨୮ରୁ ୩୦ ତାରିଖ ମଧ୍ୟରେ ଢାବାରେ ଥିବା ସମସ୍ତ ସାମଗ୍ରୀ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଆମ ଗଁା ଆମ ବିକାଶ ଓ ଏମଜିଏନ୍‌ଆର୍‌ଇଜିଏସ୍‌ ପାଣ୍ଠିରେ ଢାବା ନିର୍ମାଣ ହୋଇଥିବାବେଳେ ଏଥିରେ ପ୍ରାୟ ୪୦ ଲକ୍ଷ ଟଙ୍କା ବ୍ୟୟ କରାଯାଇଥିବା ବିଡିଓ ସୂଚନା ଦେଇଛନ୍ତି। ତେବେ ଏହା କାହାକୁ ଲିଜ୍‌ ଦିଆଯାଇଛି ସେ ସମ୍ପର୍କରେ ବ୍ଲକରେ କୌଣସି ତଥ୍ୟ ରହି ନ ଥିବାବେଳେ ଏକ କମିଟି ଗଠନ କରାଯାଇ ଏହାର ତଦନ୍ତ କରାଯିବା ସହ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଡିଓ ସୂଚନା ଦେଇଛନ୍ତି। ଏହାସହ ଟେଣ୍ଡର ମାଧ୍ୟମରେ ଏହାକୁ ଲିଜ୍‌ ସୂତ୍ରରେ ଦିଆଯିବ ବୋଲି ସେ କହିଛନ୍ତି। ତେବେ ଏତେଦିନ ହେଲା ବ୍ଲକ ପ୍ରଶାସନର ଅଗୋଚରରେ କିଭଳି ଜଣେ ଢାବାକୁ ନିଜ ଅକ୍ତିଆରରେ ରଖି ଚଳାଉଥିଲେ ସେନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରୁ ଅଜଣା ମହିଳାଙ୍କ ମୃତଦେହ ଜବତ, ହାତରେ ରହିଛି ଗୀତା ନାମରେ ଟାଟୁ

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଟଣ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମର ମାଙ୍କଡା ନଦୀରୁ ଆଜି ଜଣେ ଅଜଣା ମହିଳାଙ୍କ ମୃତଦେହ...

ସମସ୍ତ ସରକାରୀ ଜମି ଜବରଦଖଲ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୬।୭: ରାଜ୍ୟର ସମସ୍ତ ଜିଲାରେ ସରକାରୀ ଜମି ଜବରଦଖଲ ବଢି ଚାଲିଥିବା ବେଳେ ଚିନ୍ତା ପ୍ରକଟ କରିଛନ୍ତି ସରକାର। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଜବରଦଖଲକୁ...

ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେଲେ ନିଆଯିବ ଆକ୍ସନ: ମନ୍ତ୍ରୀ

ଝରିଗାଁ,୬ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକକୁ ଶନିବାର ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଝରିଗାଁ ବିଧାୟକ ନରସିଂହ ଭତ୍ରା ଗସ୍ତ...

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି

କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ...

ସୋମବାର ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର, ୬ା୭(ଅସମାପିକା ସାହୁ) – ଚଳିତବର୍ଷ ଶ୍ରୀଜୀଉଙ୍କ ଗୁଣ୍ଡିଚା ଯାତ୍ରା ଦୁଇଦିନ ଧରି ଚାଲିବ। ରବିବାର ସାପ୍ତାହିକ ଛୁଟି ଥିବାବେଳେ ସୋମବାର ରାଜ୍ୟର ସମସ୍ତ ସ୍କୁଲ,...

ଟଙ୍କା ବ୍ୟାଗ୍‌ ଫିଙ୍ଗି ଦୌଡ଼ିଥିଲେ ତହସିଲଦାର, ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍‌

ରାୟଗଡ଼ା,୬ା୭): ରାୟଗଡ଼ା ଜିଲା ଚନ୍ଦ୍ରପୁର ତହସିଲଦାର ବିଚିତ୍ରାନନ୍ଦ ନାୟକ ଗିରଫ ହୋଇଛନ୍ତି। ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ...

ଛାତ୍ରୀଙ୍କ ସାଇକେଲ ଚୋରି ବେଳେ ଧରିଲେ ଲୋକେ

ତିହିଡ଼ି,୬ା୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାର ସହ ବିଭିନ୍ନ ଅଞ୍ଚଳରୁ ସାଇକେଲ ଚୋରି କରୁଥିବା ଜଣେ ଯୁବକଙ୍କୁ ତିହିଡ଼ି ପୋଲିସ ଶନିବାର ଗିରଫ କରି...

ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri