ପୋଲିସ ସହ ଗୁଳି ବିନିମୟ: ୫ ମାଓବାଦୀ ନିହତ

ମାଲକାନଗିରି, ୨ା୬(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି । ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି ଓ ସିଆର୍‌ପିଏଫ୍‌ ଯବାନ ଓ ସ୍ଥାନୀୟ ପୋଲିସ ପକ୍ଷରୁ ଗତ ୩୦ ତାରିଖରୁ ତଲାସି ଆରମ୍ଭ କରିଥିଲେ। ଏହି ଅଭିଯାନ ୨ ଦିନ ଧରି ଜାରି ରହିଥିବା ବେଳେ ମଙ୍ଗଳବାର ଜଙ୍ଗଲରେ ମାଓବାଦୀଙ୍କ ସହ ମୁହାଁମୁହିଁ ହୋଇଥିଲେ। ଯେଉଁଥିରେ ମାଓବାଦୀମାନେ ଯବାନଙ୍କୁ ଦେଖି ଗୁଳି ଚାଳନା କରିଥିବା ବେଳେ ପୋଲିସ ପକ୍ଷରୁ ମଧ୍ୟ ପାଲଟା ଆକ୍ରମଣ ହୋଇଥିଲା। ଦୀର୍ଘ ସମୟ ଧରି ଗୁଳି ବିନିମୟ ଜାରି ରହିଥିବା ବେଳେ ସେଥିରେ ୫ ମାଓବାଦୀ ନିହତ ହୋଇଥିବା ଏବଂ ବହୁ ଆହତ ହୋଇଥିବା ସୂଚନା ମିଳିଛି । ଯବାନମାନେ ଫେରିବା ପରେ ସମସ୍ତ ତଥ୍ୟ ଜଣାପଡ଼ିବ ବୋଲି କୁହାଯାଇଛି । ଏହାସହ ଗୁଳି ବିନିମୟରେ କୌଣସି ଯବାନ ଆହତ ହୋଇ ନ ଥିବା ବସ୍ତର ଆଇଜି ସୁନ୍ଦର ରାଜ ପି. ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦାଣ୍ଡରେ ଲୀଳାମୟଙ୍କୁ ଚାହିଁ ହାତ ଯୋଡ଼ିଲେ ନବୀନ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ପହଞ୍ଚିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ଠାକୁରଙ୍କୁ ଦେଖିବା ପରେ ଭାବବିହ୍ବଳ ହୋଇପଡ଼ିଥିଲେ।...

୧୨ ବର୍ଷ ପରେ ଅଧ୍ୟୁଷିତ ଅଞ୍ଚଳରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୭ା୭(ଅରୁଣ ସାହୁ): ପବିତ୍ର ରଥଯାତ୍ରା ପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡ଼ିଛି। ଉକ୍ତ ବ୍ଲକର ସିମନବାଡ଼ି ସମେତ ଗବାଟବାଡ଼ି, ସୁଗାନକେତା, ବ୍ରାହ୍ମଣୀଗାଁ ଥାନା ଅଞ୍ଚଳର ଗଦାପୁର...

ନବଯୌବନ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି

ମୋରଡ଼ା,୭ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ାସ୍ଥିତ ଧର୍ମକ୍ଷେତ୍ର ରଥଯାତ୍ରା ଉପଲକ୍ଷେ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ତେବେ ଦେବସ୍ନାନ ପୂର୍ଣ୍ଣିମାଠାରୁ ୧୫ ଦିନ...

୩ ରଥରେ ଛେରାପହଁରା କଲେ ଗଜପତି ମହାରାଜା

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ...

ହାତ ଟେକି ଆଣ୍ଠୁ ମାଡ଼ି ମହାବାହୁଙ୍କୁ ମୁଣ୍ଡିଆ ମାରିଲେ ରାଷ୍ଟ୍ରପତି

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି କାଳିଆକୁ ଦେଖି ଭାବବିହ୍ବଳ ହୋଇପଡିଥିଲେ। ଏପରିକି ରାଷ୍ଟ୍ରପତି...

ନବୀନଙ୍କୁ ନେବା ପାଇଁ ମଞ୍ଚରୁ ଧାଇଁ ଆସିଲେ ଧର୍ମେନ୍ଦ୍ର, ଭିଡିଓ ଦେଖିଲେ…

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ସବୁ ଦଳର ନେତା। ଏହି ଉପଲକ୍ଷେ ବଡ଼ଦାଣ୍ଡରେ ହୋଇଥିବା ଏକ ମଞ୍ଚରେ ମହାମହିମ...

ରଥାରୂଢ଼ ହେଲେ ତିନିଠାକୁର

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ...

ରାଜଧାନୀରେ ପ୍ରବଳ ବର୍ଷା, ଭାସିଲା ଗାଡ଼ି

ଭୁବନେଶ଼୍ବର ୭।୭: ରାଜଧାନୀ ଭୁବନେଶ଼୍ବରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଇସ୍କନ ମନ୍ଦିର ସାମ୍ନା ରାସ୍ତା ବର୍ଷା ପାଣିରେ ବଡ଼ିଯାଇଛି । ରାସ୍ତାରେ ୫ଫୁଟ୍‌...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri