ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ବଡ଼ ସୂଚନା ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର,୩।୭: ରତ୍ନଭଣ୍ଡାର ଖୋଲିବା ନିଶ୍ଚିତ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ବୁଧବାର ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ନିଷ୍ପତ୍ତି ସରିଛି। ଖୁବଶୀଘ୍ର ଏନେଇ ମୋଡାଲିଟି ପ୍ରସ୍ତୁତ ହେବ। ବୈଠକ ପରେ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ। ସରକାର ତାରିଖ ସହ ବିଜ୍ଞପ୍ତି ମଧ୍ୟ ପ୍ରକାଶ କରିବେ। ଗଣମାଧ୍ୟମରେ ତାରିଖ ଘୋଷଣା ନେଇ ଗୁଜବ ହେଉଛି।

ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ୭ତାରିଖରେ ଅନୁଷ୍ଠିତ ହେବ। ରଥଯାତ୍ରା ପରଦିନ ଅର୍ଥାତ ୮ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ ବୋଲି ଶୁଣିବାକୁ ମିଳୁଛି। ସୂଚନା ଅନୁଯାୟୀ, ଚଳିତ ମାସ ୮ ତାରିଖଠାରୁ ୨୭ତାରିଖ ପର୍ଯ୍ୟନ୍ତ ଅର୍ଥାତ ୨୦ ଦିନ ଧରି ରତ୍ନଭଣ୍ଡାର ଖୋଲାଯାଇ ରତ୍ନ ଅଳଙ୍କାରଗୁଡ଼ିକୁ ଗଣତିମଣତି କରାଯାଇପାରେ। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଚଳିତ ମାସ ୫ତାରିଖରେ ରତ୍ନଭଣ୍ଡାର ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇପାରେ। ତେଣୁ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ୪ ତାରିଖରେ ଓଡ଼ିଶା ଆସୁଥିବା ସୂଚନା ମିଳିବା ପରେ ୫ତାରିଖରେ ବୈଠକ ବସି ରତ୍ନଭଣ୍ଡାର ଖୋଲିବା ନେଇ ଆଲୋଚନା କରାଯିବା ସହ ଅଳଙ୍କାର ଗଣତିମଣତି ନେଇ ନିଷ୍ପତ୍ତି ହୋଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ପାର୍ବଣ, ମାତିଲେଣି ଲୁଟେରା ଗ୍ୟାଙ୍ଗ: ରୂପା ବ୍ୟବସାୟୀଙ୍କୁ ଖଣ୍ଡାରେ ହାଣି…

ପୁରୁଷୋତ୍ତମପୁର,୬।୧୦(ସିମାଞ୍ଚଳ ମିଶ୍ର): ପୋଲିସ ପାଟ୍ରୋଲିଂ ଠିକ୍‌ ଭାବେ ହେଉ ନ ଥିବାରୁ ଏହାର ସୁଯୋଗ ନେଇ ପୁରୁଷୋତ୍ତମପୁର ଅଞ୍ଚଳରେ ଲୁଟେରା ଗ୍ୟାଙ୍ଗ ପୁଣି ସକ୍ରିୟ ହୋଇଉଠିଛନ୍ତି।...

ମୁହାଁମୁହିଁ ଧକ୍କା ପରେ ଜଳିଗଲା ଟ୍ରକ, କଣ୍ଟେନର: ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ!

କୁଚିଣ୍ଡା, ୬ା୧୦(ରାଧାମୋହନ ଷଡ଼ଙ୍ଗୀ): ଏକ ଦୁଃଖଦ ଦୁର୍ଘଟଣାରେ ରବିବାର ସନ୍ଧ୍ୟାରେ କୁଚିଣ୍ଡାର ଏଜତୀୟ ରାଜପଥ-୫୩ ରେ ଜମନକିରା ପୋଲିସ ଅନ୍ତର୍ଗତ କାଦଲିପାଲା ଅଞ୍ଚଳ ନିକଟରେ ଏକ...

ଗଞ୍ଜାମରେ ବିଜେଡିକୁ ଝଟ୍‌କା: ଦଳ ଛାଡ଼ିଲେ ରାଜ୍ୟ ସମ୍ପାଦକ ନିର୍ମଳ ସାହୁ

ପୁରୁଷୋତ୍ତମପୁର,୬।୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ପୁଣି ବିଜେଡିକୁ ଏକ ବଡ଼ ଝଟ୍‌କା ଲାଗିଛି। ପୁରୁଷୋତ୍ତମପୁର ଅଞ୍ଚଳର ଯୁବନେତା ତଥା ବିଜେଡି ରାଜ୍ୟ ସମ୍ପାଦକ ତଥା ଆସିକା...

ଟ୍ରେନରୁ କୋଇଲା ଚୋରି କରିବା ଦୁର୍ଦ୍ଦାନ୍ତ ଅପରାଧୀ ବାୟାଙ୍କୁ ପଡ଼ିଲା ମହଙ୍ଗା

ତିହିଡ଼ି,୬ା୧୦(ସଞ୍ଜିତ ବଳ)- ଭଦ୍ରକ-ଧାମରା ରେଳପଥରୁ କୋଇଲା ଚୋରି କରି ଚାଲାଣ କରୁଥିବା ଭଗବାନ ଦାସ ଓରଫ ବାୟାଙ୍କୁ ରବିବାର ତିହିଡ଼ି ପୋଲିସ ଗିରଫ କରିଛି। ତାଙ୍କ...

ଭୁବନେଶ୍ୱରରେ ବର୍ଷାପବନ: ଭାଙ୍ଗିଲା ୩୦ ଫୁଟ ଉଚ୍ଚର ତୋରଣ

ଭୁବନେଶ୍ୱର,୬।୧୦: ଆଗକୁ ଦୁର୍ଗାପୂଜା। ଏନେଇ ଚଳଚଞ୍ଚଳ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ଦୁର୍ଗାପୂଜା କମିଟି ପକ୍ଷରୁ ସାଜସଜ୍ଜାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ରବିବାର...

ରାଉରକେଲାରୁ ୨୦ଲକ୍ଷ ଟଙ୍କାରେ ବାଣ ଜବତ

ରାଉରକେଲା,୬।୧୦: ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲା ପ୍ଲାଣ୍ଟ ସାଇଟ ଥାନା...

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ...

ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri